Advertisement

Climate News

alt
Mar 16,2024, 17:00 PM IST
alt
Mar 2,2024, 16:13 PM IST
alt
ପୁଣି ଥରେ ପାଗରେ ପରିବର୍ତ୍ତନ ଦେଖାଦେଇଛି। ଗୁରୁବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାରେ ଆକାଶ ମେଘୁଆ ରହିବା ସହ ହାଲୁକା କୁହୁଡି ଦେଖାଯାଇଛି। ମେଘୁଆ ପାଗ ପ୍ରଭାବରେ ତାପମାତ୍ରାରେ ହ୍ରାସ ହୋଇଛି। ପଶ୍ଚିମାଝଡ ପ୍ରଭାବରେ ଶୁକ୍ରବାର ଠାରୁ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ନୂଆପଡାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ୧୧ ତାରିଖରେ ବର୍ଷାର ପରିମାଣ ବଢିବ।ଏହାସହ ଯାଜପୁର, ଭଦ୍ରକ, ବାଲେଶ୍ୱର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝରରେ ବର୍ଷା ସମ୍ଭାବନା ରହିଛି। ୧୨ ତାରିଖରେ ଖୋର୍ଦ୍ଧା, କଟକ, ଯାଜପୁର, କେନ୍ଦ୍ରାପଡା, ନୟାଗଡ ଜିଲାରେ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।
Feb 8,2024, 17:13 PM IST
alt
ରାଜ୍ୟରେ ଜାରି ରହିଛି ଶୀତ ଲହରି । ଅଧିକାଂଶ ସ୍ଥାନରେ ୧୫ ଡିଗ୍ରୀ ତଳେ ପାରଦ ରହିଛି । ଦୁଇ ଦିନ ପରେ ରାତି ପାରଦ ଆହୁରି ୨ରୁ ୩ ଡିଗ୍ରୀ ବଢିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏପଟେ ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ କିଛି ସ୍ଥାନରେ ଘନ କୁହୁଡ଼ି ଦେଖାଦେଇଛି । ଫଳରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହୋଇଛି । ଗତକାଲି ରାଜ୍ୟର ବହୁ ସ୍ଥାନରେ ଶୀତ ଲହରୀ ଅନୁଭୂତ ହୋଇଛି । ଆସନ୍ତା ୧, ୨ ଆଡ଼କୁ ରାଜ୍ୟରେ ପୁଣି ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧ ରେ ବାଲେଶ୍ୱର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଆଦି ସ୍ଥାନରେ ବର୍ଷା ହୋଇପାରେ । ସେହିପରି ଆସନ୍ତା ୨ କୁ ଭଦ୍ରକ, ମୟୂରଭଞ୍ଜର ଅଳ୍ପ କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।
Jan 28,2024, 17:39 PM IST
alt
Jan 21,2024, 18:26 PM IST
alt
ଆକାଶରୁ ହଟିଲା ବାଦଲ, ରାଜ୍ୟରେ ବଢିଲା ଶୀତ । ତଳକୁ ଖସିଛି ରାତି ବେଳର ତାପମାତ୍ରା । ଦିନେ ୨ ଦିନ ଭିତରେ ୩ରୁ ୫ ଡିଗ୍ରୀ ଯାଏଁ ରାତି ତାପମାତ୍ରା ଖସିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏପଟେ ସୁନ୍ଦରଗଡ଼ କୋଇଡ଼ାର ବିଭିନ୍ନ ଅଞ୍ଚଳରେ ଦେଖିବାକୁ ମିଳିଲାଣି ଘନ କୁହୁଡ଼ି । ପ୍ରବଳ କୁହୁଡି ଯୋଗୁଁ ୨୦ ମିଟର ଆଗକୁ ଦୃଶ୍ୟମାନ ହେଉନି ରାସ୍ତା । ଦୁଇଦିନ ଧରି ଅଞ୍ଚଳରେ ବର୍ଷା ପରେ ଶୀତ ସାଙ୍ଗକୁ ଘନ କୁହୁଡି ଜନ ଜୀବନ ଏକ ପ୍ରକାର ଅସ୍ତବ୍ୟସ୍ତ କରୁଛି । ରାସ୍ତା ଦେଖାଯାଉନଥିବାରୁ ଗାଡି ଚଳାଚଳରେ ସମ୍ପୂର୍ଣ୍ଣ ବାଧା ଉପୁଜିଥିବା ଦେଖିବାକୁ ମିଳିଛି । କୋଇଡାରୁ ଟେନସା ଓ କୋଇଡାରୁ କାଲଟା ରାସ୍ତାରେ ପ୍ରବଳ କୁହୁଡି ଯୋଗୁଁ ଗାଡି ଚଳାଚଳରେ ବାଧା ଦେଖା ଦେଇଛି ।
Dec 9,2023, 17:26 PM IST
alt
Nov 25,2023, 16:26 PM IST
alt
ଦକ୍ଷିଣ ଉପକୂଳ ଓଡ଼ିଶରେ ପାଗ ମେଘୁଆ ରହିବା ସହିତ କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ । ବିଶେଷ କରି ମାଲକାନଗିରି, କେରାପୁଟ, ରାୟଗଡା, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡାରେ ବର୍ଷା ହେବ । ୧୭ ଓ ୧୮ରେ ସାରା ଓଡ଼ିଶାରେ ମେଘୁଆ ପାଗ ରହିବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ବର୍ଷା ପରେ ଓଡ଼ିଶାକୁ ପ୍ରବେଶ କରିବା ପୂର୍ବରୁ ଗରମ ଶୁଷ୍କ ପବନ । ଫଳରେ ରାତିର ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ । ଏବେ ଉତର -ପଶ୍ଚିମ ଦିଗରୁ ରାଜ୍ୟକୁ ପ୍ରବେଶ କରୁଛି ଥଣ୍ଡା ଶୁଷ୍କ ପବନ । ପ୍ରଭାବରେ ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିଛି ପାରଦ । ସେପଟେ ସମ୍ଭାବ୍ୟ ବର୍ଷାକୁ ନଜରରେ ରଖି ଚାଷୀଙ୍କୁ ସତର୍କ କରିଛି ପାଣିପାଗ କେନ୍ଦ୍ର । ଅମଳ ଧାନକୁ ସୁରକ୍
Nov 13,2023, 18:00 PM IST
Read More

Trending news