Advertisement

Jatra Stage

alt
Jatra Stage Video: ଯାତ୍ରା କମିଟି ମହାସଂଘର କର୍ମକର୍ତ୍ତାମାନେ ଆଜି ବିଭିନ୍ନ ଦାବି ନେଇ ଆଇନ ମନ୍ତ୍ରୀଙ୍କୁ ଭେଟିଛନ୍ତି। ଯାତ୍ରାକୁ ପ୍ରୋତ୍ସାହନ ବଦଳରେ ବ୍ୟବସାୟୀକରଣ କରୁଥିବାରୁ ଯାତ୍ରା ଅନୁଷ୍ଠାନକୁ ଯାତ୍ରା ପରିବେଷଣ ପାଇଁ ଏକ ସ୍ବତନ୍ତ୍ର ନିୟମ ପ୍ରସ୍ତୁତ କରିବା ସହ ଯାତ୍ରାରେ ଅଶ୍ଳୀଳତା, ଦ୍ବିଅର୍ଥବୋଧକ ସଂଳାପ ଓ ସମାଜ ପ୍ରତି ଖରାପ ପ୍ରଭାବ ପକାଉଥିବା କିଛି ନାଟକ ଓ ବିଷୟକୁ ବିରୋଧ ନିମନ୍ତେ ମହାସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ କରାଯାଇଛି। ଏଣେ ଏହି ପ୍ରସଙ୍ଗରେ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି, କୌଣସି ପ୍ରକାରରେ ଯାତ୍ରାରେ ଅପସଂସ୍କୃତି ଓ କୁପରମ୍ପରାକୁ ପ୍ରଶ୍ରୟ ଦିଆଯିବ ନାହିଁ । ସଂସ୍କୃତିର ସୁରକ୍ଷା ଦିଗରେ ଖୁବ୍ ଶୀଘ୍ର ନିର୍ଦ୍ଦେଶାବଳୀ ଜାରି କରାଯିବ।
Nov 5,2024, 19:26 PM IST

Trending news