Advertisement

Puri Srimandira News

alt
ଆଜି ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି ବୁଧବାର। ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନିତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନ ସାମଗ୍ରୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନିତି ହୋଇଥିବାରୁ ଆଜି ସନ୍ଧ୍ୟା ପ୍ରାୟ ୬ଟା ରୁ ରାତି ୧୦ ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପ
Mar 27,2024, 12:39 PM IST
alt
ଆସନ୍ତା କାଲି ପବିତ୍ର ଦୋଳପୂର୍ଣ୍ଣିମା। ଏହି ଅବସରରେ ମହାପ୍ରଭୁ ସୂନା ଅଳଙ୍କାରରେ ବିଭୁଷିତ ହୋଇ ରତ୍ନବେଦୀରେ ଦର୍ଶନ ଦେବେ। ଶ୍ରୀମନ୍ଦିରରେ ଦୋଳପୂର୍ଣ୍ନିମା ପୂର୍ବଦିନ ଅର୍ଥାତ ଆଜି ସଂଧ୍ୟାରେ ମହାପ୍ରଭୁଙ୍କ ମେଣ୍ଢାପୋଡି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନଧୂପ ସରିବା ପରେ ରତ୍ନବେଦୀରୁ ଆଜ୍ଞାମାଳ ପାଇ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ,ଶ୍ରୀଦେବୀ,ଭୂଦେବୀ ଦୋଳବେଦୀକୁ ବିଜେ କରିବେ । ସେଠାରେ ଗଜପତିଙ୍କ ପ୍ରତିନିଧି ମୁଦିରସ୍ତଙ୍କ ଉପସ୍ଥିତିରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା, ହୋମ,ଦେବନୀତି,ବନ୍ଦାପନା ପରେ ଭୋଗ ହେବ । ବିଶେଷକରି ମାରୱାଡି ସଂପ୍ରଦାୟର ମହିଳାଙ୍କ ଦ୍ୱାରା ପୂର୍ବରୁ ସଂଗୃହିତ ଘଷିରେ ଅଗ୍ନି ସଂଯୋଗ କରାଯିବ । ହୋଲିକା ରାକ୍ଷାସୀକୁ ଦହନର ପ୍ରତିଫଳନ ସ୍ୱରୁପ ଏହି ମେଣ୍ଡାପୋଡି ନୀତି ଅନୁଷ୍ଠ
Mar 24,2024, 12:39 PM IST
alt
ଆଜି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାରର ହେବ ଲେଜର୍ ସ୍କାନିଂ। ଆଉ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏଏସଆଇକୁ ଅନୁମତି ମିଳିଛି। ରତ୍ନଭଣ୍ଡାର ବାହାର କାନ୍ଥରୁ ଆରମ୍ଭ ହେବ ଏହି ପ୍ରକ୍ରିୟା । ରତ୍ନଭଣ୍ଡାର ଅସୁରକ୍ଷିତ ଥିବା ଓ ଏହାର ଜରୁରୀ ମରାମତି ଆବଶ୍ୟକ ବୋଲି ବିଭିନ୍ନ ଆଡୁ ଦାବି ହେବା ସହ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶେଷରେ ଶ୍ରୀମନ୍ଦିର ପ୍ରଶାସନ ଲେଜର୍ ସ୍କାନିଂ କରି ସ୍ଥିତି ପରଖିବାକୁ ନିଷ୍ପତ୍ତି ନେଇଛି। ଏଏସଆଇ ଲେଜର୍ ସ୍କାନିଂ କରି କେଉଁ ଜାଗାରେ ଫାଟ ଅଛି ବା କେଉଁଠି କାନ୍ଥ ଦୁର୍ବଳ ଅଛି ତାହାର ରିପୋର୍ଟ ଦେବା ପରେ ଶ୍ରୀମନ୍ଦିର ବୈଷୟିକ କମିଟି ସହ ଆଲୋଚନା କରାଯାଇ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ସେପଟେ ଲେଜର୍ ସ୍କାନିଂ ମେସିନ ଗତକାଲି ଭୁବନେଶ୍ୱରରେ ପହଞ୍ଚିଛି।
Nov 28,2023, 10:37 AM IST

Trending news