Rath Yatra 2022: ଜାଣନ୍ତୁ, ରଥଯାତ୍ରା ସମୀକ୍ଷା ବୈଠକରେ କ'ଣ ହେଲା ଆଲୋଚନା?
Advertisement
Article Detail0/zeeodisha/odisha1224303

Rath Yatra 2022: ଜାଣନ୍ତୁ, ରଥଯାତ୍ରା ସମୀକ୍ଷା ବୈଠକରେ କ'ଣ ହେଲା ଆଲୋଚନା?

ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ରଥାଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସେ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି। 

ଡିଜାଇନ୍ ଫଟୋ

Rath Yatra 2022, ପୁରୀ: ଆଉ କିଛି ଦିନ ପରେ ଶ୍ରୀକ୍ଷେତ୍ରରେ ଘୋଷଯାତ୍ରା ହେବ। ଏଥିପାଇଁ ଯୋରଦାର ପ୍ରସ୍ତୁତି ଚାଲିଛି। ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ରଥଯାତ୍ରା ତୃତୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ଭିସିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ଚଳିତ ବର୍ଷ ରଥଯାତ୍ରାରେ ଭକ୍ତ ଭଲ ଅନୁଭବ ନେବେ ବୋଲି ସେ କହିଛନ୍ତି। ସହଯୋଗ ପାଇଁ ସେବାୟତ ଓ ପୁରୀ ସହରବାସୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।

ଦୁଇ ବର୍ଷ ପରେ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Naveen Patnaik)  ଶନିବାର ଭିଡିଓ କନ୍ଫରେନ୍ସିଂ ଜରିଆରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ପ୍ରସ୍ତୁତି ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ରଥାଯାତ୍ରା ଯେପରି ଶାନ୍ତିଶୃଙ୍ଖଳା ସହିତ ସୁରୁଖୁରୁରେ ଅନୁଷ୍ଠିତ ହେବ, ସେଥିପାଇଁ ସେ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି। ସମସ୍ତେ ଯେପରି ଭଲ ଅନୁଭୁତି ନେଇ ଫେରିବେ, ସେଥିପାଇଁ  ବିଶେଷ ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। କୋଭିଡ ସମୟରେ ରଥଯାତ୍ରା ପରିଚାଳନାରେ ସେବାୟତମାନଙ୍କ ସହଯୋଗ ପାଇଁ ନବୀନ ଧନ୍ୟବାଦ ଜଣାଇଲେ।  

Also Read: ପ୍ରଧାନମନ୍ତ୍ରୀ ମୋଦିଙ୍କ 'ମା', ଓଡ଼ିଆ ସମେତ ୧୧ଟି ଭାଷାରେ ଲେଖିଲେ ବ୍ଲଗ୍ 

ଦୁଇ ବର୍ଷ ପରେ ଭକ୍ତମାନଙ୍କ ଗହଣରେ ରଥଯାତ୍ରା (Puri Rath Yatra) ଅନୁଷ୍ଠିତ ହେଉଥିବାରୁ ମୁଖ୍ୟମନ୍ତ୍ରୀ ଏଥିରେ ଖୁସି ପ୍ରକାଶ କରି କହିଛନ୍ତି ଯେ, ଏବର୍ଷ ବହୁତ ଅଧିକ ଭକ୍ତ ଆସିବେ। ତେଣୁ ସବୁପ୍ରକାର ଆଗୁଆ ବନ୍ଦୋବସ୍ତ କରାଯିବ। କୋଭିଡ ସମୟରେ ରଥଯାତ୍ରା ପରିଚଳନାରେ ସେବାୟତ ବନ୍ଧୁମାନେ ଯେପରି ସହଯୋଗ କରିଥିଲେ। ନିଜେ ରଥକୁ ଟାଣି ଗୁଣ୍ଡିଚା ମନ୍ଦିର (Gundicha Mandir) ରେ ପହଞ୍ଚାଇଥିଲେ, ସେଥିପାଇଁ ସେବାୟତମାନଙ୍କୁ ସେ ଧନ୍ୟବାଦ ଜଣାଇଥିଲେ।

ସମୀକ୍ଷା ବୈଠକରେ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗ ଦେଇ ରଥଯାତ୍ରା ପ୍ରସ୍ତୁତି ସଂପର୍କରେ ବିଭିନ୍ନ ନିଷ୍ପତ୍ତି ଏବଂ ଏହାର ଅନୁପାଳନ ସଂପର୍କରେ ସୂଚନା ଦେଇଥିଲେ। ଉନ୍ନୟନ କମିଶନର ପି.କେ. ଜେନା ରଥାଯାତ୍ରା ପାଇଁ ନିଆଯାଇଥିବା ସମସ୍ତ ପ୍ରସ୍ତୁତି ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ। ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲ ଆଇନ ଶୃଙ୍ଖଳା ବ୍ୟବସ୍ଥା, ପରିଚାଳନା ଓ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଥିଲେ। ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଦେଇଥିଲେ ଏବଂ କେନ୍ଦ୍ରାଞ୍ଚଳ ଆର.ଡି.ସି ଧନ୍ୟବାଦ ଅର୍ପଣ କରିଥିଲେ।

Also Read: ରଥଯାତ୍ରା ପୂର୍ବରୁ ପିପିଲି ପୋଲିସକୁ ବଡ଼ ସଫଳତା; କୋଟିଏ ଟଙ୍କାର ବ୍ରାଉନ ସୁଗାର ଜବତ, ୫ ଗିରଫ

ବୈଠକରେ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ, ସଂସ୍କୃତି ମନ୍ତ୍ରୀ, ସ୍ବାସ୍ଥ୍ୟ ମନ୍ତ୍ରୀ, ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ପୁରୀ ସାଂସଦ ଓ ବିଧାୟକ ପ୍ରମୁଖଙ୍କ ସହିତ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ, ପୁରୀ ଜିଲ୍ଲାପାଳ, ସେବାୟତ ଓ ଛତିଶା ନିଯୋଗର ସଦସ୍ୟମାନେ ଯୋଗ ଦେଇଥିଲେ।