Horoscope for 17th June 2022 : ଆଜି ଗୋଟିଏ ରାଶିରେ ଘାତବାର, ପାରିବାରିକ ଜୀବନରେ ଆସିପାରେ ବଡ଼ ପରିବର୍ତ୍ତନ
Advertisement
Article Detail0/zeeodisha/odisha1222553

Horoscope for 17th June 2022 : ଆଜି ଗୋଟିଏ ରାଶିରେ ଘାତବାର, ପାରିବାରିକ ଜୀବନରେ ଆସିପାରେ ବଡ଼ ପରିବର୍ତ୍ତନ

Horoscope for 17th June 2022 : ମାନସିକ ଶାନ୍ତି ଫେରି ପାଇବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । କାର୍ଯ୍ୟାଳୟର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପାରିବାରିକ ଜୀବନ ହର୍ଷଉଲ୍ଲାସ ଭରା ରହିବ ।

ପ୍ରତିକାତ୍ମକ ଫଟୋ

Horoscope for 17th June 2022 , ମେଷ: ଦେହ ଆରୋଗ୍ୟ ରହିବ । ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ସଂପାଦନ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିଙ୍କ ଠାରୁ ପ୍ରଶଂସା ପାଇବେ ।ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ ।

ବୃଷ: ନିଜ ଅଧିକାର ସାବ୍ୟସ୍ତ କରିବେ । ଆଶା କରୁଥିବା ଦିଗରୁ ଅର୍ଥପ୍ରାପ୍ତି ହେବ । ଦୂର ସହରକୁ ଯାତ୍ରା କରିପାରନ୍ତି । ବିବାଦୀୟ ଘଟଣାର ଅବସାନ ଘଟିବ ।

ମିଥୁନ: ସୁଖ ସମୃଦ୍ଧିର ଦିନ । ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ଧନ ଆଗମନର ସୂଚନା ମିଳୁଛି । ବନ୍ଧୁଙ୍କ ସାହାଯ୍ୟ ପ୍ରାପ୍ତ ହେବ । ବିବାହ ଭୋଜି ଆଦି କାର୍ଯ୍ୟକ୍ରମରେ ଯୋଗ ଦେବେ ।

କର୍କଟ: ମାନସିକ ଶାନ୍ତି ଫେରି ପାଇବେ । ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । କାର୍ଯ୍ୟାଳୟର ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପାରିବାରିକ ଜୀବନ ହର୍ଷଉଲ୍ଲାସ ଭରା ରହିବ ।

Also Read: Agnipath Scheme: ଅଗ୍ନିପଥ ଯୋଜନା କ’ଣ; ଜାଣନ୍ତୁ ଏହାର ଚୟନ, ଯୋଗ୍ୟତା ଓ ଆବେଦନ ପ୍ରକ୍ରିୟା

 

ସିଂହ: ଦେହ ଓ ମନ ଭଲ ରହିବ । ଈଶ୍ୱରଙ୍କ ପ୍ରତି ଆସ୍ଥା ବଢିବ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । କାର୍ଯ୍ୟାଳୟରେ ପାରଦର୍ଶିତା ଦେଖାଇବେ । ପାରିବାରିକ ଜୀବନ ସୁଖମୟ ହେବ ।

କନ୍ୟା: ମାନସିକ ଓ ଶାରୀରିକ ସୁସ୍ଥତା ଲାଭ କରିବେ । ପୂଜା ଆରଧନାରେ ସମୟ କାଟିବେ । ପ୍ରତ୍ୟେକ କାର୍ଯ୍ୟରେ ଆତ୍ମସନ୍ତୋଷ ଲାଭ କରିବେ । ପାରିବାରିକ ଜୀବନ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।

ତୁଳା: ଘାତବାର ଭୋଗ ହେତୁ ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ।

ବିଛା: ଶରୀର ସୁସ୍ଥ ରହିବ । ଧର୍ମ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ପାରିବାରିକ ଜୀବନ ସମୃଦ୍ଧ ହେବ ।

Also Read: ପାକିସ୍ତାନରେ ଏକା ଥରକେ ୫୯ ଟଙ୍କା ବଢ଼ିଲା ପେଟ୍ରୋଲ , ପେଟ୍ରୋଲ ୨୩୩ ଟଙ୍କା ଓ ଡିଜେଲ ୨୬୩.୩୧ ଟଙ୍କ

ଧନୁ: ଦେହ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ ।

ମକର: ଶରୀର ସୁସ୍ଥ ରହିବ । କୌଣସି ଧାର୍ମୀକ କାର୍ଯ୍ୟରେ ଯୋଗ ଦେବେ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ମିଳିବ । ଆୟ ଉତ୍ତମ ହେବ ।

କୁମ୍ଭ: ଶାରୀରିକ କ୍ଲେଶ ଅନୁଭବ କରିବେ । ଆୟ ତୁଳନାରେ ବ୍ୟୟ ବୃଦ୍ଧି ପାଇବ । ଦୂର ସମ୍ପର୍କୀୟଙ୍କ ସାହାଯ୍ୟ ପାଇବେ । ଅଜଣା ଅପରିଚିତ ବ୍ୟକ୍ତିଙ୍କ ଦ୍ୱାରା ଅସୁବିଧାରେ ପଡିବେ ।

ମୀନ: କର୍ମ ତତ୍ପରତା ପ୍ରକାଶ ପାଇବ । ସୁଖ ସମ୍ମାନର ଅଧିକାରୀ ହେବେ । ଉଚ୍ଚ ଆଶା ସଫଳ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କର ପତିଆର ବୃଦ୍ଧି ପାଇବ ।