Horoscope for 19th June 2022 : ଜାଣନ୍ତୁ, କେମିତି କଟିବ ଆପଣଙ୍କ ସପ୍ତାହର ଶେଷ ଦିନ? ମୂଲ୍ୟବାନ ଦ୍ରବ୍ୟ କ୍ରୟ ଯୋଗ
Advertisement

Horoscope for 19th June 2022 : ଜାଣନ୍ତୁ, କେମିତି କଟିବ ଆପଣଙ୍କ ସପ୍ତାହର ଶେଷ ଦିନ? ମୂଲ୍ୟବାନ ଦ୍ରବ୍ୟ କ୍ରୟ ଯୋଗ

Horoscope for 19th June 2022 : ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଆଇନ ଅଦାଲତର କାର୍ଯ୍ୟ ଆପଣଙ୍କ ବିପକ୍ଷରେ ଯିବ ।

ପ୍ରତିକାତ୍ମକ ଫଟୋ

Horoscope for 19th June 2022 , ମେଷ: କର୍ମ ତତ୍ପରତା ପ୍ରକାଶ ପାଇବ । ସୁଖ ସମ୍ମାନର ଅଧିକାରୀ ହେବେ । ଉଚ୍ଚ ଆଶା ସଫଳ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କର ପତିଆର ବୃଦ୍ଧି ପାଇବ ।

ବୃଷ: ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି ।

ମିଥୁନ:  ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ ।

କର୍କଟ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ଉପରିସ୍ଥ ଅଧିକାରୀଙ୍କ ପ୍ରଶଂସାର ପାତ୍ର ହେବେ । ବ୍ୟବସାୟ ଲାଭପ୍ରଦ ହେବ । ଆଇନ ଅଦାଲତର କାର୍ଯ୍ୟ ସଫଳ ହେବ । ଆୟ ବୃଦ୍ଧି ପାଇବ ।

Also Read: ପୁରୀ ଜଗନ୍ନାଥ ମନ୍ଦିର ଉପରେ ହୋଇଛି ୧୭ ଥର ଆକ୍ରମଣ, କ'ଣ ଆପଣ ଜାଣିଛନ୍ତି ଏହା ବିଷୟରେ...

ସିଂହ: ଦେହ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ରହିବ । ଆୟ ବୃଦ୍ଧି ପାଇବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ ।

କନ୍ୟା: ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ ।

ତୁଳା: ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ ।

ବିଛା: ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଆଇନ ଅଦାଲତର କାର୍ଯ୍ୟ ଆପଣଙ୍କ ବିପକ୍ଷରେ ଯିବ ।

Also Read: ଆପଣ ବି ନାଲି ପିମ୍ପୁଡ଼ିକୁ ନେଇ ଚିନ୍ତିତ କି? ମାତ୍ର ୫ ଟଙ୍କାରେ ଏମିତି କରନ୍ତୁ ଉପଚାର

ଧନୁ: ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

ମକର: ଦିନଟିରେ ସତର୍କ ରୁହନ୍ତୁ ।କର୍ମ କ୍ଷେତ୍ରରେ କର୍ମ ଚାପ ବୃଦ୍ଧି ପାଇବ । ଅନ୍ୟକୁ ସାହାଯ୍ୟ କରି ନିଜେ ଅସୁବିଧାରେ ପଡିବେ । ବ୍ୟବସାୟରେ ମଧ୍ୟମ ସଫଳତା ପାଇବେ । ଦୂର ଯାତ୍ରା କରନ୍ତୁ ନାହିଁ ।

କୁମ୍ଭ: ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।

ମୀନ: ଶରୀର ସୁସ୍ଥ ରହିବ । ଧର୍ମ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ପାରିବାରିକ ଜୀବନ ସମୃଦ୍ଧ ହେବ ।  ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ ।