Horoscope for 2nd July 2022 : ଧୈର୍ଯ୍ୟଚ୍ୟୁତ ହେବେ, ପାଖଲୋକ ବିଶ୍ୱାସଘାତକତା କରିପାରନ୍ତି
Advertisement
Article Detail0/zeeodisha/odisha1240625

Horoscope for 2nd July 2022 : ଧୈର୍ଯ୍ୟଚ୍ୟୁତ ହେବେ, ପାଖଲୋକ ବିଶ୍ୱାସଘାତକତା କରିପାରନ୍ତି

ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ପ୍ରତିକାତ୍ମକ ଫଟୋ

ମେଷ: ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ । ପାରିବାରିକ ସୁଖସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।  

ବୃଷ: ଦାନ ଧର୍ମ ପ୍ରତି ମନ ବଳିବ । ଦୟାଳୁ ସ୍ୱଭାବର ହେବେ । ପରୋପକାର କରି ଆତ୍ମସନ୍ତୋଷ ଲାଭ କରିବେ । ଆୟ ଅବ୍ୟାହତ ରହିବ । ମନ ପ୍ରଫୁଲ୍ଲ ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।

ମିଥୁନ: କର୍ମ ଚଞ୍ଚଳ ରହିବେ । ସମସ୍ତ କାର୍ଯ୍ୟ ଠିକ୍ ସମୟରେ ସମ୍ପାଦନ କରିବେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ । ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ ।

କର୍କଟ: ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

Also Read: ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଖୁସି ଖବର, ପୁଣି ବଢ଼ିବ DA! ଜାଣନ୍ତୁ କେତେ ହେବ ବୃଦ୍ଧି

ସିଂହ: ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ ।

କନ୍ୟା: ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ଆତ୍ମଶାନ୍ତି ଲଭିବେ । ଦିଅଁ ଦର୍ଶନ ମଙ୍ଗଳକର ହେବ । ଭୂମି କିମ୍ବା ଗୃହ କ୍ରୟ ପାଇଁ ଯୋଗାଯୋଗ ସ୍ଥାପନ କରିବେ ।ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ହେବ ।

ତୁଳା: ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ପରିସ୍ଥିତି ପ୍ରତି ସଜାଗ ରୁହନ୍ତୁ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଚୌର ଭୟ ରହିବ । ଅଚିହ୍ନା ଅପରିଚିତ ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ବ୍ୟବସାୟରେ ସ୍ୱଳ୍ପ ଲାଭ ହେବ । ସ୍ୱାସ୍ଥ୍ୟ ଭଲ ରହିବ ନାହଁ । ମନ ଭାରାକ୍ରାନ୍ତ ରହିବ ।

ବିଛା: ଅସୁସ୍ଥତାରୁ ଆରୋଗ୍ୟ ଲାଭ କରିବେ । ବକେୟା କାର୍ଯ୍ୟ ସବୁ ସଂପାଦନ କରିବେ । ବ୍ୟବସାୟରେ ସ୍ୱଳ୍ପଲାଭ ମିଳିବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

Also Read: ଖୋର୍ଦ୍ଧା: କାଙ୍କଣଶିଖରୀରେ ଡ଼ଙ୍ଗାରେ ପାରମ୍ପରିକ Ratha Yatra 2022 ଅନୁଷ୍ଠିତ

ଧନୁ: ମନ ଅସ୍ଥିର ରହିବ । ଆୟ ବାଧାପ୍ରତ୍ତ ହେବ । ପଡୋଶୀ ସହ ମନାନ୍ତର ଦେଖାଦେବ । କର୍ମ କ୍ଷେତ୍ରରେ ଅଶାନ୍ତି ଦେଖା ଦେବ ।  ବ୍ୟବସାୟ ସ୍ୱଳ୍ପ ଲାଭ ହେବ । ଅନାବଶ୍ୟକ ଖର୍ଚ୍ଚ ବଢିବ । ଧାର କରଜ କରିପାରନ୍ତି । ଧୈର୍ଯ୍ୟଚ୍ୟୁତ ହେବେ । ପାଖଲୋକ ବିଶ୍ୱାସଘାତକତା କରିବେ ।

ମକର: ମନରେ ପ୍ରସନ୍ନତା ଭାବ ରହିବ । ତରବରରେ  କାର୍ଯ୍ୟ   କରନ୍ତୁ ନାହଁ । ଆୟ ବ୍ୟୟ ସମାନ ରହିବ ।ପଡୋଶୀ ମାନଙ୍କ  ସହ ମନାନ୍ତର ହେଖା ଦେବ । ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି । ତୀର୍ଥଯାତ୍ରା ପାଇଁ ମନ ବଳିବ ।

କୁମ୍ଭ: ଉଦର ପୀଡା କିମ୍ବା ଶିରପୀଡା ଭଳି ଶାରୀରିକ ସମସ୍ୟା ଦେଖାଦେବ । କର୍ମ କ୍ଷେତ୍ରରେ ହତୋତ୍ସାହିତ ହେବେ । ଦାମ୍ପତ୍ୟ ଜୀବନରେ ବୁଝାମଣାରେ ଅଭାବ ପରିଲକ୍ଷିତ ହେବ ।

ମୀନ: ମାନସିକ ଓ ଶାରୀରିକ ସୁସ୍ଥତା ଫେରି ପାଇବେ । କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଅକସ୍ମାତ୍ ଧନ ପ୍ରାପ୍ତିର ଯୋଗ ରହୁଛି । ବ୍ୟବସାୟରେ ଲାଭ ଆତ୍ମସନ୍ତୋଷ ପ୍ରଦାନ କରିବ ।