Horoscope of 31st October 2022: ଆଜି ଆକସ୍ମିକ ଭାବେ ଘଟିପାରେ ଏହି ସବୁ ଘଟଣା, ବାଧା ସୃଷ୍ଟି କରିବ ପରୋକ୍ଷ ଶତ୍ରୁତା
Advertisement
Article Detail0/zeeodisha/odisha1417977

Horoscope of 31st October 2022: ଆଜି ଆକସ୍ମିକ ଭାବେ ଘଟିପାରେ ଏହି ସବୁ ଘଟଣା, ବାଧା ସୃଷ୍ଟି କରିବ ପରୋକ୍ଷ ଶତ୍ରୁତା

Horoscope of 31st October 2022: ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ । ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିପାରେ । 

Horoscope of 31st October 2022: ଆଜି ଆକସ୍ମିକ ଭାବେ ଘଟିପାରେ ଏହି ସବୁ ଘଟଣା, ବାଧା ସୃଷ୍ଟି କରିବ ପରୋକ୍ଷ ଶତ୍ରୁତା

Horoscope of 31st October 2022, 

ମେଷ: ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

ବୃଷ: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ସତ୍‌ସଙ୍ଗ ପ୍ରତି ମନ ମଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ । ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।

ମିଥୁନ: ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।
 
କର୍କଟ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ ।

Also Read: ବଡ଼ ଦେଉଳରେ କେତେବେଳେ ଲାଗିବ ଚନ୍ଦ୍ର ଗ୍ରହଣ? ଦ୍ୱନ୍ଦରେ ନୀତି ନିର୍ଘଣ୍ଟ, ଆଗୁଆ ହେବ ସୁନାବେଶ

ସିଂହ: ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।  

କନ୍ୟା: ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବ୍ୟବସାୟୀଙ୍କ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ ।

 ତୁଳା: ଶାରୀରିକ ଅସୁସ୍ଥତା ଦେଖାଦେବ । ଆର୍ଥିକ ସ୍ଥିତିରେ ଅବନତି ହେବ । କର୍ମ କ୍ଷେତ୍ରରେ କର୍ମଚାପ ବଢିବ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ବ୍ୟବସାୟ ମଧ୍ୟମ ଧରଣର ହେବ । କୌଣସି ଦ୍ରବ୍ୟ ହଜି, ଚୋରି ବା ନଷ୍ଟ ହୋଇପାରେ । ଯାନବାହନ ପ୍ରତି ସତର୍କତା ଅବଲମ୍ବନ କରନ୍ତୁ ।

ବିଛା: ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।  

ଧନୁ: ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣିହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।

Also Read: Cadbury Chocolateରେ ମିଶୁଛି ଗୋମାଂସ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବଦନାମ କରିବାକୁ କମ୍ପାନୀ ରଚିଛ

ମକର: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ ଡିଲ୍ କରିବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ ।  

କୁମ୍ଭ: ଆଜି ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିପାରେ । ସାମାଜିକ ସ୍ତରରେ ନିଜ ଲୋକଙ୍କୁ ମନେଇ କାର୍ଯ୍ୟସାଧନ କରିବେ । ଆଜି ବଜାର ସଉଦା କିଣିବାରେ ସତର୍କ ନ ହେଲେ ଠକାମିରେ ପଡିପାରନ୍ତି । କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ

ମୀନ: ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ ।