Horoscope for 5th June 2022 : କେମିତି କଟିବ ଆପଣଙ୍କ ସପ୍ତାହର ଶେଷ ଦିନ? ଏହି ରାଶିରେ ଅକସ୍ମାତ ଧନପ୍ରାପ୍ତି ଯୋଗ
Advertisement
Article Detail0/zeeodisha/odisha1208410

Horoscope for 5th June 2022 : କେମିତି କଟିବ ଆପଣଙ୍କ ସପ୍ତାହର ଶେଷ ଦିନ? ଏହି ରାଶିରେ ଅକସ୍ମାତ ଧନପ୍ରାପ୍ତି ଯୋଗ

ସମାନୁବର୍ତ୍ତୀ ହୋଇ ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ତୁଲାଇବେ । ସେବା ପୂଜାରେ ମନ ନିବେଶ କରିବେ । ଶରୀର ଓ ମନ ସୁସ୍ଥ ରହିବ । କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ବ୍ୟବସାୟ ଲାଭ ଯୁକ୍ତ ହେବ ।

ପ୍ରତିକାତ୍ମକ ଫଟୋ

Horoscope for 5th June 2022 :  ମେଷ: ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

ବୃଷ: କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପରିବାରରେ ହସ ଖୁସିର ଲହରି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ମିଥୁନ: ଈଶ୍ୱର ବିଶ୍ୱାସୀ ହେବେ । ଦାନ ଧର୍ମ ପ୍ରତି ମନ ବଳିବ । ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ କାର୍ଯ୍ୟଭରା ବୃଦ୍ଧି ପାଇବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନନିବେଶ କରିବେ । ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ପାଇଁ ଦିନଟି ଶୁଭ ଅଟେ ।

କର୍କଟ: ସମାନୁବର୍ତ୍ତୀ ହୋଇ ପ୍ରତ୍ୟେକ କାର୍ଯ୍ୟ ସୂଚାରୁ ରୂପେ ତୁଲାଇବେ । ସେବା ପୂଜାରେ ମନ ନିବେଶ କରିବେ । ଶରୀର ଓ ମନ ସୁସ୍ଥ ରହିବ । କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ବ୍ୟବସାୟ ଲାଭ ଯୁକ୍ତ ହେବ ।

Also Read: Shiv Vivah : ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ, ମନ୍ଦିର ପ୍ରଶାସନ-ସେବାୟତ ମୁହାଁମୁହିଁ

ସିଂହ:ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ । ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ ।  

କନ୍ୟା:ଦିନଟିରେ ଆପଣ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ । ମନ ପ୍ରସନ୍ନ ରହିବ । କର୍ମ କ୍ଷେତ୍ର ଉତ୍ସାହପ୍ରଦ ହେବ । ନୂତନ ଜମି କିମ୍ବା ଗୃହ କ୍ରୟ ନିମିତ୍ତ ଯୋଜନା କରିବେ । ସନ୍ତାନଙ୍କ କୃତ୍ତିତ୍ୱରେ ଆତ୍ମସନ୍ତୋଷ ଲାଭ କରିବେ । ନବ ଦମ୍ପତିଙ୍କ ପାଇଁ ଦିନଟି ବେଶ୍ ଆମୋଦଦାୟକ ହେବ । ବ୍ୟବସାୟ ଆଶାନୁରୂପକ ହେବ ।

ତୁଳା: ଶରୀର ସୁସ୍ଥ ରହିବ । କର୍ତ୍ତବ୍ୟ ପରାୟଣ ହେବେ । ବ୍ୟବସାୟ ଉତ୍ତମ ହେବ । ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବେ । ପାରିବାରିକ ଜୀବନ ସୁଖମୟ ହେବ ।

ବିଛା: କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ଦୂରଯାତ୍ରା ସଫଳ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷ ସଭାସମିତିରେ ଜନତାଙ୍କ ଆଦର ପାଇବେ ।

Also Read: କିମିଆ କଲା କାଳିଆ! ଜଗତପୁରରେ ନିର୍ମାଣ ହେବ ଭବ୍ୟ ଜଗନ୍ନାଥ ମନ୍ଦିର

ଧନୁ: ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ପରିଶ୍ରମୀ ହେବେ । ବ୍ୟବସାୟରେ ଉତ୍ତମ ଲାଭ କରିବେ । ରାଜନୈତିକ ବ୍ୟକ୍ତିବିଶେଷଙ୍କ ପାଇଁ ସମ୍ମାନର ଦିନ । ଆଇନ ଅଦାଲତର ରାୟ ଆପଣଙ୍କ ସପକ୍ଷରେ ଯିବ ।

ମକର: ଦୀନ ଚର୍ଯ୍ୟାରେ ସାବଧାନତା ଅବଲମ୍ବନ କରନ୍ତୁ । ଶାରୀରିକ କ୍ଲେଶ ଦେଖାଦେବ । ଦୁର୍ଘଟଣାର ଶିକାର ହେବେ । ପଡୋଶୀଙ୍କ ସହ ମତଭେଦ ଦେଖାଦେବ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ ।

କୁମ୍ଭ: ଆପଣଙ୍କ ପାଇଁ ଦିନଟି ସୁଖ ସ୍ୱାଚ୍ଛନ୍ଧ ଭରା ରହିବ । ଦେହ ଓ ମନ ଭଲ ରହିବ । ସେବା ଧର୍ମ ପ୍ରତି ମନ ବଳିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ଛାତ୍ରଛାତ୍ରୀମାନେ ପଢାପଢିରେ ଭଲ ପ୍ରଦର୍ଶନ କରିବେ । ବ୍ୟବସାୟ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ ।

ମୀନ: ଶରୀର ଆରୋଗ୍ୟ ରହିବ । କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନ କାଟିବେ । କର୍ମ କ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ଭାଜନ ହେବେ । ଆୟ ଆଶାନୁରୂପକ ହେବ । ଗୃହକୁ ବିବାହ ପ୍ରସ୍ତାବ ଆଦି ଆସିପାରେ । ଆଇନ୍ ଅଦାଲତର କାର୍ଯ୍ୟ ଆପଣଙ୍କ ସପକ୍ଷରେ ଯିବ । ସାଂସାରିକ ଜୀବନ ସୁଖମୟ ହେବ । ବ୍ୟବସାୟ ଭଲ ହେବ ।