Horoscope Today 16th June 2022: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ
Advertisement
Article Detail0/zeeodisha/odisha1221419

Horoscope Today 16th June 2022: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ

Horoscope Today 16th June 2022: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କ ପାଇଁ ଶୁଭ ରହିବ ଗୁରୁବାର ...

ସାଙ୍କେତିକ ଫଟୋ

Horoscope Today 16th June 2022: ମେଷ- କର୍ମ ଚଞ୍ଚଳ ରହିବେ । ଖର୍ଚ୍ଚ ବୃଦ୍ଧି ପାଇବ । ନୂତନ ଦ୍ରବ୍ୟ କିମ୍ବା ବସ୍ତ୍ର କ୍ରୟ କରିବେ । ପାରିବାରିକ ସୁଖଶାନ୍ତି ଉପଲବ୍ଧ ହେବ । ବ୍ୟବସାୟରେ କାରବାର ବୃଦ୍ଧି ପାଇବ ।

ବୃଷ-  ମନ ପ୍ରସନ୍ନ ରହିବ । କର୍ମକ୍ଷେତ୍ର ଉତ୍ସାହପ୍ରଦ ହେବ । ନୂତନ ଜମି କିମ୍ବା ଗୃହ କ୍ରୟ ନିମିତ୍ତ ଯୋଜନା କରିବେ । ସନ୍ତାନଙ୍କ କୃତ୍ତିତ୍ୱରେ ଆତ୍ମସନ୍ତୋଷ ଲାଭ କରିବେ ।  ବ୍ୟବସାୟ ଆଶାନୁରୂପକ ହେବ ।

ମିଥୁନ- କର୍ମ ଅନୁସାରେ ଫଳ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ସୁସମ୍ବାଦ ପ୍ରାପ୍ତ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପରିବାରରେ ହସ ଖୁସିର ଲହରି ରହିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

କର୍କଟ- ଈଶ୍ୱର ବିଶ୍ୱାସୀ ହେବେ । ଦାନ ଧର୍ମ ପ୍ରତି ମନ ବଳିବ । ଆରୋଗ୍ୟ ଲାଭ କରିବେ । କର୍ମକ୍ଷେତ୍ରରେ କାର୍ଯ୍ୟଭରା ବୃଦ୍ଧି ପାଇବ ।  ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ପାଇଁ ଦିନଟି ଶୁଭ ଅଟେ ।

ସିଂହ- ସେବା ପୂଜାରେ ମନ ନିବେଶ କରିବେ । ଶରୀର ଓ ମନ ସୁସ୍ଥ ରହିବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇବେ । ଆୟ ଓ ବ୍ୟୟ ସମାନ ରହିବ । ବ୍ୟବସାୟ ଲାଭ ଯୁକ୍ତ ହେବ ।

କନ୍ୟା- ଶରୀର ପୀଡ଼ା, ମାନସିକ ଅଶାନ୍ତି ଦେଖାଦେବ । ଖର୍ଚ୍ଚାନ୍ତ ହେବେ । ଗାଡି ମଟର ଚାଳନା ଓ ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ନିଆଁ, ପାଣି,ତଥା ଉଚ୍ଚ ସ୍ଥାନ ପ୍ରତି ମଧ୍ୟ ସତର୍କତା ଲୋଡା । ସେବା ଧର୍ମ ପ୍ରତି ମନ ବଳିବ ।

ତୁଳା- ଦିନଟିରେ ଆପଣ କର୍ମ ତତ୍ପର ହେବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତି ହେବ । କର୍ମକ୍ଷେତ୍ର ଉତ୍ସାହ ପୂର୍ଣ୍ଣ  ରହିବ । ପଡୋଶୀଙ୍କ ସହ ସୁସମ୍ପର୍କ ବଜାୟ ରହିବ । ପାରିବାରିକ ହସଖୁସି ଲାଗି ରହିବ । 

ବିଛା- ଶରୀର ଆରୋଗ୍ୟ ରହିବ । କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନ କାଟିବେ । କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀଙ୍କ ପ୍ରଶଂସା ଭାଜନ ହେବେ । ଆୟ ଆଶାନୁରୂପକ ହେବ । ଗୃହକୁ ବିବାହ ପ୍ରସ୍ତାବ ଆଦି ଆସିପାରେ । 

ଧନୁ- କର୍ତ୍ତବ୍ୟ ନିଷ୍ଠ ହେବେ । କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସା ମିଳିବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ଦୂରଯାତ୍ରା ସଫଳ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । 

ମକର- ଦିନଟି ସୁଖ ସ୍ୱାଚ୍ଛନ୍ଧ ଭରା ରହିବ । ଦେହ ଓ ମନ ଭଲ ରହିବ । । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଶାନ୍ତିପୂର୍ଣ୍ଣ ରହିବ । ବ୍ୟବସାୟ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ ।

କୁମ୍ଭ- ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

ମୀନ- ସ୍ୱାସ୍ଥ୍ୟ ମଧ୍ୟମ ଧରଣର ରହିବ । ଦୂରଯାତ୍ରା ସଫଳ ହେବ । ମାନସିକ କାର୍ଯ୍ୟ ପୁରଣ କରିବେ । ବାକ୍ ସଂଯମତା ରକ୍ଷା ନ କଲେ ବିପଦରେ ପଡିବେ । ଆୟ ବ୍ୟୟ ସମାନ ରହିବ ।

ଏହା ବି ପଢ଼ନ୍ତୁ: 10 Lakh Jobs: ଏହି ବିଭାଗଗୁଡିକରେ ହେବ ବମ୍ପର ନିଯୁକ୍ତି! ଖାଲି ଅଛି ଏତିକି ପଦବୀ