Odisha Weather Update: ଦଶହରାରେ ଦରଦ ଦେଲା ବର୍ଷା! ବିଜୁଳି, ଘଡ଼ଘଡ଼ି ନେଇ ଏହି ସବୁ ଜିଲ୍ଲାକୁ ସତର୍କତା
Advertisement
Article Detail0/zeeodisha/odisha1373997

Odisha Weather Update: ଦଶହରାରେ ଦରଦ ଦେଲା ବର୍ଷା! ବିଜୁଳି, ଘଡ଼ଘଡ଼ି ନେଇ ଏହି ସବୁ ଜିଲ୍ଲାକୁ ସତର୍କତା


Odisha Weather Update: ଦଶହରା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶୁକ୍ରବାର ରାଜଧାନୀର ପାଗ ଆଂଶିକ ମେଘୁଆ ରହିବ। ମଝିରେ ମଝିରେ ବର୍ଷା ହୋଇପାରେ। ଦିନର ସର୍ବାଧିକ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ।

Odisha Weather Update: ଦଶହରାରେ ଦରଦ ଦେଲା ବର୍ଷା! ବିଜୁଳି, ଘଡ଼ଘଡ଼ି ନେଇ ଏହି ସବୁ ଜିଲ୍ଲାକୁ ସତର୍କତା

Odisha Weather Update, ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୧.୫ କିମି ଯାଏଁ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଲାଗିରହିଛି। ଶୁକ୍ରବାର ମଧ୍ୟ ରାଜ୍ୟର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଶେଷ କରି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। 

ଦଶହରା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଶୁକ୍ରବାର ରାଜଧାନୀର ପାଗ ଆଂଶିକ ମେଘୁଆ ରହିବ। ମଝିରେ ମଝିରେ ବର୍ଷା ହୋଇପାରେ। ଦିନର ସର୍ବାଧିକ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୪ ଡିଗ୍ରି ରହିବ। ମହାଷଷ୍ଠୀ ରେ ଭିଜିବ ଉତ୍ତର ଉପକୂଳ ଓଡିଶା।  ଅକ୍ଟୋବର ପହିଲା ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ପ୍ରବେଶ କରିବାର ସମ୍ଭାବନା ରହିଛି। ଯାହା ପ୍ରଭାବରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଶନିବାର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେ‌ଲୋ ୱାର୍ଣ୍ଣିଂ ଜାରି କରାଯାଇଛି। 

Also Read: Odisha Weather Update: ଦଶହରାରେ ବାତ୍ୟା ଡ଼ର, ଏହି ଦିନରୁ ରାଜ୍ୟରେ ବିକ୍ଷିପ୍ତ ବର୍ଷା ସମ୍ଭାବନା

 

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ୨ ତାରିଖ ସପ୍ତମୀ ଅବସରରେ ସାରା ଉପକୂଳ ବର୍ଷାରେ ଭିଜିବ। ରବିବାର ଉପକୂଳ ଓଡ଼ିଶାର ୧୧ ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜା‌ରି କରାଯାଇଛି। ଏଥିସହ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ସମେତ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଅଷ୍ଟମୀରୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷିବ ବୋଲି ପାଣିପାଗ କେନ୍ଦ୍ର କହିଛି। ୩ ତାରିଖ ବା ମହାଷ୍ଟମୀ ଅବସରରେ ସାରା ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ। ଏଥିସହ ଅବଶିଷ୍ଟ ଓଡ଼ିଶାରେ ପ୍ରବଳ ବର୍ଷିପାରେ ବୋଲି ପାଣିପା‌ଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। 

 

ସେହିପରି ସେହିପରି ଅକ୍ଟୋବର ଦ୍ୱତୀୟ ସପ୍ତାହ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି। ଅକ୍ଟୋବର ୪ ଏବଂ ୫ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପ୍ରାକ୍‌ ଆକଳନ କରିଛି। ମହାଷ୍ଟମୀ ପର୍ଯ୍ୟନ୍ତ ରାଜ୍ୟସାରା ବର୍ଷା ହେଉଥିବା ବେଳେ ପଶ୍ଚିମ ଓଡିଶାରେ ପାଗ ଶୁଖିଲା ରହିବ। କାଁ ଭାଁ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। କିନ୍ତୁ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ଫସଲ ସୁରକ୍ଷା ପାଇଁ ଚାଷୀଙ୍କୁ ସତର୍କ କରାଯାଇଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ, ତେଣୁ ମତ୍ସ୍ୟଜୀବୀଙ୍କୁ ମଧ୍ୟ ସତର୍କ ସୂଚନା ଦିଆଯାଇଛି।