Odisha Weather Update: ୨୧ ଯାଏଁ ରାଜ୍ୟରେ ପ୍ରବଳ ଛେଚିବ, ଅର୍ଦ୍ଧାଧିକ ଓଡ଼ିଶାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
Advertisement
Article Detail0/zeeodisha/odisha1358467

Odisha Weather Update: ୨୧ ଯାଏଁ ରାଜ୍ୟରେ ପ୍ରବଳ ଛେଚିବ, ଅର୍ଦ୍ଧାଧିକ ଓଡ଼ିଶାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Odisha Weather Update: ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ, ସୋମବାର ମୌସୁମୀ ନିମ୍ନ-ଚାପ ରେଖା ପଞ୍ଜାବର ଭତିଣ୍ଡାରୁ ବାହାରି ଦିଲ୍ଲୀ, ହରଦଇ, ବାରଣାସୀ, ରାଞ୍ଚି ଦେଇ ଓଡ଼ିଶାର ବାଲେଶ୍ୱରରୁ ପୂର୍ବ ଦିଗରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର  ଯାଏଁ ଲମ୍ବିଛି। ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। 

Odisha Weather Update: ୨୧ ଯାଏଁ ରାଜ୍ୟରେ ପ୍ରବଳ ଛେଚିବ, ଅର୍ଦ୍ଧାଧିକ ଓଡ଼ିଶାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

Odisha Weather Update, ଭୁବନେଶ୍ୱର: ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟ ସୋମବାର ଲଘୁଚାପରେ ପରିଣତ ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସୋମବାର ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ଏବଂ ପରିମାଣ ବଢିବ। ୨୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବୃଷ୍ଟିପାତ ହୋବା ସମ୍ଭାବନା ଅଛି। ଆଗାମୀ ୭୨ ଘଣ୍ଟା ଯାଏଁ ରାଜ୍ୟରେ କିଛି ଜିଲ୍ଲାକୁ ଅରେଞ୍ଜ ଚେତାବନୀ ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ, ସୋମବାର ମୌସୁମୀ ନିମ୍ନ-ଚାପ ରେଖା ପଞ୍ଜାବର ଭତିଣ୍ଡାରୁ ବାହାରି ଦିଲ୍ଲୀ, ହରଦଇ, ବାରଣାସୀ, ରାଞ୍ଚି ଦେଇ ଓଡ଼ିଶାର ବାଲେଶ୍ୱରରୁ ପୂର୍ବ ଦିଗରେ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର  ଯାଏଁ ଲମ୍ବିଛି। ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି।

Also Read: Odisha Weather Update: ଆଜି ୨୧ ଜିଲ୍ଲାକୁ ବିଜୁଳି-ଘଡଘଡି ସହ ପ୍ରବଳ ବର୍ଷା ଚେତାବନୀ, ମଙ୍ଗଳବାର ସୁଦ୍ଧା ଆଉ ଏକ ଲଘୁଚାପ

ଲଘୁଚାପ ପ୍ରଭାବରେ ଆଗାମୀ ୩ ଦିନ ଯାଏଁ ରାଜ୍ୟରେ ଅତିପ୍ରବଳ ବର୍ଷା ହେବ। ଫଳରେ ଉପକୂଳ ସମେତ କିଛି ଆଭ୍ୟନ୍ତରୀଣ ଜିଲ୍ଲାକୁ ଅରେଞ୍ଜ ଚେତାବନୀ ଜାରି ହୋଇଛି। ମଙ୍ଗଳବାର ସକାଳ ସାଢେ ଆଠଟା ସୁଦ୍ଧା ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୈଦ୍ଧ, ନୟାଗଡ, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକରେ ଅତିପ୍ରବଳ ବର୍ଷା ହୋଇପାରେ। ତେବେ ଏହି ସମୟରେ ନୂଆପଡା, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ, କେନ୍ଦୁଝର ଓ ମୟୂରଭଞ୍ଜରେ ଶୁଖିଲା ପାଗ ରହିବ। 

 

ସେହିପରି ମଙ୍ଗଳବାର ବଲାଙ୍ଗିର, ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେଓଗଡ, ଅନୁଗୁଳ, ବୈଦ୍ଧ, ସୋନପୁର, ଝାରସୁଗୁଡା ଓ ସୁନ୍ଦରଗଡକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ତେବେ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ନେଇ ପାଣିପଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ମଙ୍ଗଳବାର ଉପକୂଳ ଓ ଦକ୍ଷିଣ ଓଡିଶାରେ ପ୍ରାୟ ବର୍ଷା ନାହିଁ। ବୁଧବାର ବେଳକୁ ରାଜ୍ୟରେ ବର୍ଷାର ପରିମାଣ ହ୍ରାସ ପାଇବ। ବରଗଡ ଓ ଝାରସୁଗୁଡାରେ ଅତିପ୍ରବଳ ବର୍ଷା ହେବାକୁ ଥିବା ବେଳେ ନୂଆପଡା, ବଲାଙ୍ଗିର, ସୋନପୁର, ସମ୍ବଲପୁର ଓ ସୁନ୍ଦରଗଡରେ ପ୍ରବଳବର୍ଷା ହେବ।