ଆଜିଠୁ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ
Advertisement
Article Detail0/zeeodisha/odisha2342850

ଆଜିଠୁ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

Bjp meeting: ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।

ଆଜିଠୁ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର: ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ଏଥିପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ ପି ନଡ୍ଡା। ପୁରୀର ବଳିଆପଣ୍ଡାସ୍ଥିତ ଏକ ହୋଟେଲ ଠାରେ ହେବ ବୈଠକ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ। 

କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଓ ରାଜ୍ୟରେ ପ୍ରଥମ ଥର ବିଜେପି ସରକାର ଗଠନ ପରେ ବସୁଛି କାର୍ଯ୍ୟକାରିଣ। ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।

ସେହିପରି ଆଜି ସକାଳ ସାଢେ଼ ୧୦ଟାରେ ହେବ ପଦାଧିକାରୀ ବୈଠକ। ଏହାପରେ ଅପରାହ୍ନ ୨.୩୦ରେ କାର୍ଯ୍ୟକାରିଣୀ ବୈଠକକୁ ଉଦ୍ ଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ ପି ନଡ୍ଡା। ଜୁଲାଇ ୨୦ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ ଏହି ବୈଠକ । ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସବୁ ମନ୍ତ୍ରୀ, ସାଂସଦ, ବିଧାୟକ, କେନ୍ଦ୍ର ମନ୍ତ୍ରୀଙ୍କ ସମେତ ନିର୍ବାଚନ ଦାୟିତ୍ୱରେ ଥିବା ବିଧାନସଭା ଓ ଲୋକସଭା ସଂଯୋଜକ, ଜିଲ୍ଲା ସଭାପତି, ସାଧାରଣ ସଂପାଦକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସମସ୍ତ ମୋର୍ଚ୍ଚା ସଭାପତି ପ୍ରମୁଖ ଉପସ୍ଥିତ ରହିବେ। ଏମାନଙ୍କ ବ୍ୟତୀତ କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ବି ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।