ଆସନ୍ତା ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳ ବର୍ଷା ପୂର୍ବାନୁମାନ
Advertisement
Article Detail0/zeeodisha/odisha2300271

ଆସନ୍ତା ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳ ବର୍ଷା ପୂର୍ବାନୁମାନ

 ୨୮ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହା ଦକ୍ଷିଣ-ପଶ୍ଚିମ ମୌସୁମୀକୁ ସମଗ୍ର ରାଜ୍ୟରେ ପହଞ୍ଚାଇବାରେ ସହାୟକ ହେବ ବୋଲି ଅନୁମାନ କରାଯାଉଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ୨୬ ତାରିଖରୁ ବର୍ଷା ଆରମ୍ଭ ହେବ। 

ଆସନ୍ତା ୨୭ରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ରାଜ୍ୟରେ ପ୍ରବଳ ବର୍ଷା ପୂର୍ବାନୁମାନ

ଭୁବନେଶ୍ବର: ଆସନ୍ତା ଜୁନ ୨୭ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅନ୍ୟପଟେ କିଛି ମାସ ଧରି ରାଜ୍ୟରେ ପ୍ରବଳ ଗରମ ଓ ଗୁଳୁଗୁଳି ଲାଗି ରହିଛି। ଜୁନ୍‌ ୮ରେ ରାଜ୍ୟକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କଲା ବୋଲି ପାଣିପାଗ ବିଭାଗ ପକ୍ଷରୁ ଘୋଷଣା କରାଯାଇଥିଲା। ମାତ୍ର ଦିନକ ପରେ ଏହା ସମ୍ପୂର୍ଣ୍ଣ ନିଷ୍କ୍ରିୟ ହୋଇଯାଇଛି। ସମଗ୍ର ରାଜ୍ୟବାସୀ ପ୍ରଚଣ୍ଡ ଗରମରେ ଛଟପଟ ହେଉଛନ୍ତି। ଏହି ସମୟରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୮ ତାରିଖ ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ଏହା ଦକ୍ଷିଣ-ପଶ୍ଚିମ ମୌସୁମୀକୁ ସମଗ୍ର ରାଜ୍ୟରେ ପହଞ୍ଚାଇବାରେ ସହାୟକ ହେବ ବୋଲି ଅନୁମାନ କରାଯାଉଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ୨୬ ତାରିଖରୁ ବର୍ଷା ଆରମ୍ଭ ହେବ। 

ସେହିପରି ଜୁନ ୨୪ ତାରିଖ ପରେ କେତେକ ସ୍ଥାନରେ ଓ ୩୦ ସୁଦ୍ଧା ରାଜ୍ୟର ସବୁ ସ୍ଥାନରେ ମୌସୁମୀ ପ୍ରଭାବରେ ବର୍ଷା ହେବ ବ‌ୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେତେକ ସ୍ଥାନରେ ଘଡ଼ଘଡ଼ି ସହି ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଗରମ ଓ ଗୁଳୁଗୁଳି ଲାଗି ରହିବ। ଜୁନ୍ ୨୪ ଓ ୨୫ରୁ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଅଧିକ ହେବା ସହ ତାପମାତ୍ରା ୩୬ ଡିଗ୍ରୀ ତଳକୁ ଖସିବାର ସମ୍ଭାବନା ରହିଛି। ଜୁନ ୨୮ ତାରିଖ ପର୍ଯ୍ୟନ୍ତ ମାଲକାନଗିରି, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ କୋରାପୁଟ ଜିଲ୍ଲାରେ ୬୦ ରୁ ୧୦୦ ମିଲିମିଟର ବର୍ଷା ହେବାର ସମ୍ଭାବନା ରହିଛି। ସେହିଭହିଳି ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ୪୦ରୁ ୫୦ ମିମି ବର୍ଷା ହୋଇପାରେ! ଅନେକ ସ୍ଥାନରେ ସ୍ୱାଭାବିକଠାରୁ କମ୍ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆଜି ସୂଚନା ଦେଇଛି।