Puri News: ଜାଣନ୍ତୁ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶର ମହତ୍ତ୍ବ, କେବେଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିଲା ଏହି ପରମ୍ପରା?
Advertisement

Puri News: ଜାଣନ୍ତୁ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶର ମହତ୍ତ୍ବ, କେବେଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିଲା ଏହି ପରମ୍ପରା?

Gaja Uddharana Besha:ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ପବିତ୍ର ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେବ ଗଜଉଦ୍ଧାରଣ ବେଶ(Gaja Uddharana Besha)। ରତ୍ନବେଦୀରେ ମହାପ୍ରଭୁ ଚତୁର୍ଭୁଜ ରୂପ ଧାରଣ କରି ଗଜରାଜଙ୍କୁ କୁମ୍ଭୀର ପାଖରୁ ମୁକ୍ତି କରୁଥିବା ବେଶ ଦର୍ଶନ ମିଳିଥାଏ। ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କରିଥିଲା ।

Puri News: ଜାଣନ୍ତୁ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶର ମହତ୍ତ୍ବ, କେବେଠୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିଲା ଏହି ପରମ୍ପରା?

Gaja Uddharana Besha: ଆଜି ପବିତ୍ର ମାଘ ପୂର୍ଣ୍ଣିମା। ଏହି ପବିତ୍ର ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ହେବ ଗଜଉଦ୍ଧାରଣ ବେଶ(Gaja Uddharana Besha)। ରତ୍ନବେଦୀରେ ମହାପ୍ରଭୁ ଚତୁର୍ଭୁଜ ରୂପ ଧାରଣ କରି ଗଜରାଜଙ୍କୁ କୁମ୍ଭୀର ପାଖରୁ ମୁକ୍ତି କରୁଥିବା ବେଶ ଦର୍ଶନ ମିଳିଥାଏ।  ପୌରାଣିକ ତଥ୍ୟ ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ସମୟରେ ସେହି ହ୍ରଦରେ ଥିବା ଗୋଟିଏ ବିରାଟକାୟ କୁମ୍ଭୀର ଆକ୍ରମଣ କରିଥିଲା । କୁମ୍ଭୀର ଆକ୍ରମଣରୁ ଉଦ୍ଧାର ପାଇବାର କୈଣସି ଉପାୟ ନଦେଖି ବିକଳରେ ପୁରୁଷୋତ୍ତମ ଭଗବାନଙ୍କୁ ସେ ପ୍ରାର୍ଥନା କରିଥିଲା । 

ଗଜରାଜର ପ୍ରାର୍ଥନାରେ ସ୍ୱଂୟ ପୁରୁଷୋତ୍ତମ ତତ୍‌କ୍ଷଣାତ ଭକ୍ତ ଗଜଙ୍କୁ ଆକ୍ରମଣରୁ ରକ୍ଷାକରିବା ପାଇଁ ଚକ୍ରପେଷି କୁମ୍ଭୀରକୁ ମାରି ଉଦ୍ଧାର କରିଥିଲେ । ସେହି ପୌରାଣିକ ସ୍ମୃତିରେ ଶ୍ରୀମନ୍ଦିରରେ ଅତ୍ୟନ୍ତ ପୁରାତନ ସମୟରୁ ଶ୍ରୀବିଗ୍ରହମାନଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି । ଭୌମ ବଂଶର ରାଣୀ ବକୁଳ ମହାଦେବୀ ଏହି ବେଶ ପ୍ରଥମେ ପ୍ରଚଳନ କରାଇଥିଲେ । ତାପରେ କିଛି ବର୍ଷ ପାଇଁ ଏହା ବନ୍ଦ ହୋଇଯାଇଥିଲା । ୧୫୭୫ ମସିହାରେ ରାମଚନ୍ଦ୍ର ଦେବ ଠାକୁରମାନଙ୍କ ଗଜ ଉଦ୍ଧାରଣ ବେଶର ପୁନଃପ୍ରଚଳନ କରାଇଥିଲେ । 

ବାଲିସାହିରେ ଥିବା ବାସୁଦେବ ମଠର ମହନ୍ତ ବସୁଦେବ ବାବା ଗଜ ଉଦ୍ଧାରଣ ବେଶ କରି ଆସୁଥିଲେ, ମଠଟିର ଅବଲୁପ୍ତି ପରେ କିଛି ବର୍ଷ ପାଇଁ ମନ୍ଦିର ପ୍ରଶାସନ ଖର୍ଚ୍ଚରେ ଏ ବେଶ ଅନୁଷ୍ଠିତ ହୋଇଥିଲା। ଅଳ୍ପ କିଛିବର୍ଷ ହେବ ଜଣେ ଭକ୍ତଙ୍କ ଦାନରେ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି । ତେବେ ଦି’ପହର ଧୂପ ସରିବା ପରେ ମହାପ୍ରଭୁ ଗଜ ଉଦ୍ଧାରଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। 

 Also Read: ପଦ୍ମବେଶରେ ଦର୍ଶନ ଦେବେ ମହାପ୍ରଭୁ

 Also Read: Srimandir: ଶ୍ରୀମନ୍ଦିର ନୀତିକାନ୍ତିରେ ବିଳମ୍ବ , ଆଜି ସକାଳେ ହେଲା ଗତକାଲିର ନୀତି

ଗଜ ଉଦ୍ଧାରଣ ବେଶର ବିଶେଷତ୍ୱ ହେଉଛି ଏହି ବେଶରେ ଜଗନ୍ନାଥ ଓ ବଳଭଦ୍ର ଚତୁଃହସ୍ତ ରୂପେ ଓ ସୁଭଦ୍ରା ଦ୍ୱିଭୁଜ ବିଶିଷ୍ଟା ହୁଅନ୍ତି । ଚତୁଃହସ୍ତଧାରୀ ଶ୍ରୀଜଗନ୍ନାଥ ଗରୁଡ଼ ଉପରେ ବସିଥିବା ଦେଖିବାକୁ ମିଳେ । ଉଡ୍ଡୟନରତ ଭଙ୍ଗୀରେ ଥିବା ଦୁଇଟି ପକ୍ଷ ବିଶିଷ୍ଟ ଗରୁଡ଼ ମୁଖ୍ୟତଃ କାଠ, ଶୋଲ ଏବଂ ଜରିରେ ନିର୍ମିତ ହୋଇଥାଏ। ପକ୍ଷ ବିସ୍ତାରି ଉଡୁଥିବା ଗରୁଡ଼ ପୃଷ୍ଠରେ ଜଗନ୍ନାଥ ପଦ୍ମାସନ ଭଙ୍ଗୀରେ ବସିଥାନ୍ତି।  ଜଗନ୍ନାଥଙ୍କ ଚାରିହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଶୋଭା ପାଇଥାଏ । ପଦ୍ମାସନ ଭଙ୍ଗୀରେ ଗୋଟିଏ ଆସ୍ଥାନରେ ବସିଥିବା ବଳଭଦ୍ର ତାଙ୍କର ଉର୍ଦ୍ଧ୍ୱ ଦୁଇ ହସ୍ତରେ ଶୋଲ ଓ ଜରି ନିର୍ମିତ ଶଙ୍ଖ ଓ ଚକ୍ର ଆଉ ନିମ୍ନ ଦୁଇ ହସ୍ତରେ ହଳ (ବାମ) ଓ ମୂଷଳ (ଦକ୍ଷିଣ) ଧାରଣ କରିଥାନ୍ତି । 

ସୁଭଦ୍ରା ଦୁଇଭୁଜ ଓ ଦୁଇ ପଦଯୁକ୍ତା ହୋଇ କୃଷ୍ଣଙ୍କ ଭଳି ଛନ୍ଦାୟିତ ଭଙ୍ଗୀରେ ଛିଡ଼ା ହୋଇଥାନ୍ତି। ଦେବୀଙ୍କ ହସ୍ତଦ୍ୱୟ ମୁଷ୍ଟିବଦ୍ଧ ତଥା ତଳ ଉପର ହୋଇ ରହିଥାଏ ଏବଂ ସେ ଧରିଥାଆନ୍ତି ପଦ୍ମ କଳିକାଟିଏ । ଏହି ବେଶରେ କାଠ ଓ ଶୋଲ ନିର୍ମିତ ଦୁଇଟି ହସ୍ତୀ ପ୍ରତିମୂର୍ତ୍ତି ବ୍ୟବହୃତ ହୋଇଥାଏ । ଗୋଟିଏ ହସ୍ତୀ ବଳଭଦ୍ରଙ୍କ ସମୀପରେ ରତ୍ନ ସିଂହାସନ ଆଗରେ ପୋଖରୀଆରେ ଏବଂ ଅନ୍ୟଟି ଶ୍ରୀ ଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ରଖାଯାଇଥାଏ । ଜଗନ୍ନାଥଙ୍କ ସମ୍ମୁଖରେ ଥିବା ଗଜଟି ଆର୍ତ୍ତ ହରଣ ପାଇଁ ଆକୁଳ ନିବେଦନ କରୁଥିବା ଭଙ୍ଗୀରେ ପ୍ରଦର୍ଶିତ ହୁଏ । ତା’ର ପାଦଗୁଡ଼ିକ ମଧ୍ୟରେ ଥାଏ ଆକ୍ରମଣରତ କୁମ୍ଭୀରର ପିତୁଳା ଏବଂ ହସ୍ତୀଟିର ଟେକି ହୋଇଥିବା ଶୁଣ୍ଢରେ ପ୍ରସ୍ଫୁଟିତ ପଦ୍ମଫୁଲ ଶୋଭା ପାଇଥାଏ ।

ଗଜଉଦ୍ଧାରଣ ବେଶରେ ତିନି ଠାକୁରଙ୍କ ମଥାରେ ଚୂଳ ଓ କିରୀଟ ସହ ସୁବର୍ଣ୍ଣ ନିର୍ମିତ ପଦ୍ମମାଳି,କଦମ୍ବମାଳି ପ୍ରଭୃତିରେ ଭୁଷିତ ହୋଇଥାନ୍ତି । ଏହି ବେଶ ସମୟତକ ରତ୍ନସିଂହାସନରେ ଶୋଭା ପାଉଥିବା ଲକ୍ଷ୍ମୀଙ୍କର ସୁବର୍ଣ୍ଣପ୍ରତିମାଙ୍କୁ ଜଗନ୍ନାଥଙ୍କ କୋଳରେ ରଖାଯାଏ । କ୍ଷୀରି ଓ ଅମାଲୁ ସ୍ୱତନ୍ତ୍ର ଭୋଗ ରୂପେ ଅର୍ପିତ ହୋଇଥାଏ । ସେପଟେ ମହାପ୍ରଭୁଙ୍କ ଗଜ ଉଦ୍ଧାରଣ ବେଶ ଦେଖିବାକୁ ଭକ୍ତଙ୍କ ମନରେ ବେଶ୍ ଉତ୍ସାହ ରହିଛି। ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ କୋଟି ପୁଣ୍ୟ ମିଳେ ବୋଲି ବୋଲି ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକଙ୍କ ମତ ରଖିଛନ୍ତି ।

ପୁରୀରୁ ସଞ୍ଜୟ ମହାପାତ୍ର,ଜି ଓଡିଶା ନ୍ୟୁଜ୍