Pintu Nanda passes away: ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
Advertisement

Pintu Nanda passes away: ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

Pintu Nanda passes away: ପରଲୋକରେ ଅଭିନେତା ପିଣ୍ଟୁ ନନ୍ଦ। ବୁଧବାର ରାତି ୧୧ଟା ୨୫ ମିନିଟ୍‌ରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ପିଣ୍ଟୁ ନନ୍ଦ। ତେବେ କଳାକାରଙ୍କ ବିୟୋଗରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ସୌ(ସୋସିଆଲ ମିଡିଆ)

Pintu Nanda passes away: ପରଲୋକରେ ଅଭିନେତା ପିଣ୍ଟୁ ନନ୍ଦ( Pintu Nanda। ବୁଧବାର ରାତି ୧୧ଟା ୨୫ ମିନିଟ୍‌ରେ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ପିଣ୍ଟୁ ନନ୍ଦ। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୪୭ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ଓଡି଼ଆ ଚଳଚ୍ଚିତ୍ର ଜଗତରେ ଶୋକର ଛାୟା ଖେଳିଯାଇଛି। ଲିଭର୍ ସିରୋସିସ୍‌ରେ ପୀଡ଼ିତ ହେବା ପରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପିଣ୍ଟୁ ଚିକିତ୍ସିତ ହେଉଥିଲେ। ତେବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନେଇ ଯିବାକୁ ଡାକ୍ତର ପରାମର୍ଶ ଦେଇଥିଲେ। ଦିଲ୍ଲୀରେ ତାଙ୍କର ଲିଭର୍ ଟ୍ରାନ୍ସପ୍ଲାଣ୍ଟ ହେବାର ଥିଲା। ହେଲେ ସେଠାରେ ଡୋନର ନମିଳିବାରୁ ପରବର୍ତ୍ତୀ ସମୟରେ ତାଙ୍କୁ ହାଇଦ୍ରାବାଦସ୍ଥିତ ଯଶୋଦା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ମଧ୍ୟ ଡୋନର ନ ମିଳିବାରୁ ତାଙ୍କର ଲିଭର୍ ଟ୍ରାନ୍ସପ୍ଲାଣ୍ଟ ହୋଇ ପାରି ନଥିଲା। ଲିଭର ଟ୍ରାନ୍ସପ୍ଲାଣ୍ଟ ପୂର୍ବରୁ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଚିର ନିଦ୍ରାରେ ଶୋଇଯାଅଛନ୍ତି ପିଣ୍ଟୁ ନନ୍ଦ।

ଓଲିଡ଼ର ଏହି କଳାକାରଙ୍କ ମୃତ୍ୟୁ ପରେ ଶୋକର ଛାୟା ଖେଳିଯାଇଛି । ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ( CM Naveen Patnaik)। ‘ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି’। ଉଲ୍ଲେଖଯୋଗ୍ୟ ପିଣ୍ଟୁ ବଡ଼ ୧୯୭୮ ମସିହାରେ ଭୁବନେଶ୍ୱରରେ ଜନ୍ମ ଗ୍ରହଣ କରିଥିଲେ । ତାଙ୍କର ଦୁଇ ପୁଅ ଅଛନ୍ତି । ଟେଲିଫିଲ୍ମରୁ (Tele film) ପିଣ୍ଟୁ ତାଙ୍କର କ୍ୟାରିୟର ଆରମ୍ଭ କରିଥିଲେ। ମାତ୍ର ୧୭ ବର୍ଷ ବୟସରେ ସେ ଅଭିନୟ ଦୁନିଆରେ ପାଦ ଥାପିଥିଲେ। ୧୯୯୬ ମସିହାରେ ସେ ପ୍ରଥମ ଥର ବଡ଼ ପରଦାରେ ନଜର ଆସିଥିଲେ। ୧୮ ବର୍ଷ ବୟସରେ ୧୯୯୬ ମସିହାରେ ‘କୋଇଲି’ ଫିଲ୍ମରେ ନଣ୍ଡା ଚରିତ୍ରରେ ଅଭିନୟ କରିଥିଲେ। ଯାହା ତାଙ୍କୁ ବେଶ ଲୋକପ୍ରିୟ କରାଇଥିଲା। ଏହି ସିନେମାରେ ସେ ନେଗେଟିଭ ରୋଲରେ ଦେଖିବାକୁ ମିଳିଥିଲେ। ଏହା ପରେ ପଛକୁ ଫେରି ଚାହିଁନଥିଲେ ପିଣ୍ଟୁ ନନ୍ଦ । 

ଓଲିଉଡ଼ ଜଗତରେ ବିଗତ ୨୫ ବର୍ଷରୁ ଅଧିକ ସମୟ ଧରି ସେ ବେଶ ସକ୍ରିୟ ରହିଥିଲେ। ୨୫ ବର୍ଷ ଭିତରେ ସେ ଲୋକମାନଙ୍କୁ ବହୁ ହିଟ ଫିଲ୍ମ ମଧ୍ଯ ଭେଟି ଦେଇଥିଲେ। ତାଙ୍କର ପ୍ରମୁଖ ହିଟ ଫିଲ୍ମ ମଧ୍ୟରେ ‘ଜୟ ଜଗନ୍ନାଥ’, ‘ବାହୁଡ଼ିବେ ମୋ ଜଗାବଳିଆ’, ‘ଆଇ ଲଭ୍ ମାଇଁ ଇଣ୍ଡିଆ’, ‘ସାଥୀରେ’, ‘ପ୍ରେମ ପାଇଁ ମହାଭାରତ’, ‘କଥା ଦେଲି ମଥା ଛୁଇଁ’, ‘ଲଭ୍ ମାଷ୍ଟର’, ‘ଦୋସ୍ତି’, ‘ପ୍ରେମ ଋତୁ ଆସିଲା ‌ରେ’, ‘ହାତ ଧରି ଚାଲୁଥା’, ‘ରଙ୍ଗ ନମ୍ବର’ ଓ ‘ଲଭ୍‌ ଏକ୍ସପ୍ରେସ୍‌’ ରହିଛି। ତାଙ୍କ ଅଭିନୀତ ଓଡ଼ିଆ ଆଲବମ୍ 'ଏ ଗଉରା' ତାଙ୍କୁ ସର୍ବାଧିକ ଲୋକପ୍ରିୟ କରିଥିଲା। ଆଜି ବି ଲୋକମାନଙ୍କ ମଧ୍ୟରେ ଏହି ଓଡିଆ ହିଟ୍ ଆଲବମଟି ଲୋକପ୍ରିୟ ହୋଇରହିଛି।