Delivery Boy: ‘ଡେଲିଭରୀ ବୟ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ଼ କଲେ ରାଜ୍ୟ ସରକାର
Advertisement
Article Detail0/zeeodisha/odisha1638692

Delivery Boy: ‘ଡେଲିଭରୀ ବୟ’ ଫିଲ୍ମ ଉପରୁ ପ୍ରମୋଦ କର ଛାଡ଼ କଲେ ରାଜ୍ୟ ସରକାର

Odia Film Delivery Boy News in odia: ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’(Delivery Boy) ଉପରୁ ରାଜ୍ୟ ସରକାର (Odisha Govt) ପ୍ରମୋଦ କର (Tax)ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ (Chief Minister Naveen Patnaik) ଆଜି ଅନୁମୋଦନ କରିଛନ୍ତି । ଏ-ହି ଫିଲ୍ମଟିକୁ ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିନା ଦେଇଥିବା ବେଳେ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜକ ଅଛନ୍ତି। ସହରାଞ୍ଚଳର ଦୈନନ୍ଦିନ ଜୀବନରେ ‘ଡେଲିଭରୀ ବୟ’ (Delivery Boy) ମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି । ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’ ମାନଙ୍କ କାମ ଅତ୍ୟନ୍ତ ଆହ୍ୱାନମୂଳକ ଓ ଜୀବନ ସଂଘର୍ଷପୂର୍ଣ୍ଣ ।

ସୌଜନ୍ୟ- ସୋସିଆଲ ମିଡ଼ିଆ

Odia Film  Delivery Boy News in odia: ଓଡିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’(Delivery Boy) ଉପରୁ ରାଜ୍ୟ ସରକାର (Odisha Govt) ପ୍ରମୋଦ କର (Tax)ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ (Chief Minister Naveen Patnaik) ଆଜି ଅନୁମୋଦନ କରିଛନ୍ତି । ଏ-ହି ଫିଲ୍ମଟିକୁ ଅଶ୍ୱିନୀ ତ୍ରିପାଠୀ ନିର୍ଦ୍ଦେଶିନା ଦେଇଥିବା ବେଳେ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜକ ଅଛନ୍ତି। ସୂଚନାଯୋଗ୍ୟ ଯେ, ସହରାଞ୍ଚଳର ଦୈନନ୍ଦିନ ଜୀବନରେ ‘ଡେଲିଭରୀ ବୟ’ (Delivery Boy) ମାନଙ୍କ ଭୂମିକା ଅପରିହାର୍ଯ୍ୟ ହୋଇଯାଇଛି । ସାଧାରଣତଃ ଆର୍ଥିକ ଅନଗ୍ରସର ପରିବାରରୁ ଆସୁଥିବା ଏହି ‘ଡେଲିଭରୀ ବୟ’ ମାନଙ୍କ କାମ ଅତ୍ୟନ୍ତ ଆହ୍ୱାନମୂଳକ ଓ ଜୀବନ ସଂଘର୍ଷପୂର୍ଣ୍ଣ ।

ଏ-ହି ଚଳଚ୍ଚିତ୍ରଟି ଏହିପରି ଡେଲିଭରୀ ବୟମାନଙ୍କ ଜୀବନ ଉପରେ ଆଧାରିତ। ଓଡିଆ ଭାଷାରେ ନିର୍ମିତ ଏହି ଫିଲ୍ମଟିରେ ଜଣେ ଡେଲିଭରୀ ବୟ କିପରି ସଡକ ଦୁର୍ଘଟଣାର (road accident)ଶିକାର ହୋଇ ନିଜ ସହକର୍ମୀମାନଙ୍କ ସହଯୋଗରେ ନ୍ୟାୟ ପାଇଁ ସଂଘର୍ଷ କରି ବିଜୟୀ ହୋଇଛି, ତାହା ଖୁବ ନିଖୁଣଭାବରେ ପ୍ରଦର୍ଶିତ ହୋଇଛି । ସଡକ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ ଚଳଚ୍ଚିତ୍ରଟିରେ ଉଦ୍ୟମ କରାଯାଇଛି । ଏଥିରେ ସମାଜର ସବୁ ଶ୍ରେଣୀର ଦର୍ଶକଙ୍କ ଉପରେ ସକାରାତ୍ମକ ପ୍ରଭାବ ପଡିବାର ଆଶା ରହିଛି ।ଏ-ହି ଚଳଚ୍ଚିତ୍ରରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା କଳାକାରମାନେ ହେଲେ ବୁଦ୍ଧାଦିତ୍ୟ ମହାନ୍ତି, ଶୈଳେନ୍ଦ୍ର ସାମନ୍ତାରାୟ, ସୁଶାନ୍ତ ଦାସମହାପାତ୍ର, ପ୍ରିୟମ୍ବଦା ଓ ସୂର୍ଯ୍ୟମୟୀ ।

fallback

 

Also Read : Parineeti Chopra: ହାତକୁ ଦି ହାତ ହେବେ ପରିଣିତି, ମୁମ୍ବାଇ ନୁହେଁ ଏହି ସହରରେ ହେବ ଗ୍ରାଣ୍ତ ଓ୍ବେଡିଂ

Also Read : Anushka Sharma: ବିରାଟଙ୍କ ଏହି ଗୁଣ ଅନୁଷ୍କାଙ୍କୁ କରିଥିଲା ପାଗଳ, ପ୍ରେମ କରିବାକୁ ହୋଇଥିଲେ ବାଧ୍ୟ

ସୂଚନାଯୋଗ୍ୟ, ନିକଟରେ ରାଜ୍ୟ ସରକାର(Odisha Govt)  ‘ଜ୍ୱିଗାଟୋ’ (Zwigato) ଚଳଚ୍ଚିତ୍ର ଉପରେ ମଧ୍ୟ ପ୍ରମୋଦକର ଛାଡ କରିଥିଲେ । ଓଡିଶାରେ ଯେପରି ଅଧିକରୁ ଅଧିକ ବ୍ୟବସାୟୀକ ଚଳଚ୍ଚିତ୍ର ସୁଟିଂ କରାଯାଇ ପାରିବ ସେଥିପାଇଁ ରାଜ୍ୟ ସରକାର (Odisha Govt) ଅନୁକୂଳ ନୀତି କାର୍ଯ୍ୟକାରୀ କରୁଛନ୍ତି ଏବଂ ଏ ଦିଗରେ ଚଳଚ୍ଚିତ୍ର ଶିଳ୍ପକୁ(film industry) ମଧ୍ୟ ଉତ୍ସାହିତ କରୁଛନ୍ତି । ଏହା ଦ୍ୱାରା ରାଜ୍ୟର(Odisha)  ପର୍ଯ୍ୟଟନ ବିକାଶ ହେବା ସହିତ ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ନିଯୁକ୍ତିର ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ (Chief Minister Naveen Patnaik) ଆଶାବ୍ୟକ୍ତ କରିଛନ୍ତି ।

ତେବେ, ଏ-ହା ପୂର୍ବରୁ ମଧ୍ୟ ଓଡ଼ିଆ ଚଳଚ୍ଚିତ୍ର ‘ଦମନ’କୁ ମୁଖ୍ୟମନ୍ତ୍ରୀ କରମୁକ୍ତ ଘୋଷଣା କରିଥିଲେ । ଓଡ଼ିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ପର୍ଯ୍ୟବସିତ ଏହି ଚଳଚ୍ଚିତ୍ରଟି ସ୍ୱାସ୍ଥ୍ୟ ବିଭାଗ ସମେତ ସବୁ ସରକାରୀ କର୍ମଚାରୀଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜଭୁତ କରିବା‌ରେ ସହାୟକ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।  ଚଳଚ୍ଚିତ୍ର କରମୁକ୍ତ ହୋଇଥିବାରୁ ‘ଦମନ’ର ନିର୍ଦ୍ଦେଶକ ଦେବୀପ୍ରସାଦ ଲେଙ୍କା ଓ ତାଙ୍କ ଟିମ୍‌ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।  ସୂଚନାଯୋଗ୍ୟ ଯେ, ପ୍ରାୟ ୧ କୋଟି ଟଙ୍କା ବଜେଟ୍‌ରେ ନିର୍ମିତ ଏହି ଚଳଚ୍ଚିତ୍ରଟି ବେଶ ସୁପରହିଟ ହୋଇଛି । ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି, ତାହା ଏ ଚଳଚ୍ଚିତ୍ରର ବିଷୟବସ୍ତୁ।  ଅଭିନେତା ବାବୁସାନ୍‌ ମହାନ୍ତି ଓ ଅଭିନେତା ଦୀପନ୍ବିତ୍‌ ଦାଶମହାପାତ୍ର ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି।

Also Read : Actress Lipsa Mishra: ହନିମୁନରେ ଲିପ୍ସା, ସୋସିଆଲ ମିଡ଼ିଆରେ ସେୟାର କଲେ କ୍ୱାଲିଟି ଟାଇମ ଫଟୋ

Also Read : Salman Khan: ଯୁବତୀଙ୍କ ଓଠକୁ ନେଇ ସଲମାନ କରିଥିଲେ ଖରାପ କମେଣ୍ଟ, ଆଜି ଭାଇଜାନଙ୍କ ଠୁ ବି କରୁଛନ୍ତି ଅଧିକ ଇନକମ !