କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
Advertisement
Article Detail0/zeeodisha/odisha2080422

କୋରାପୁଟ ଜିଲ୍ଲା ବୋରିଗୁମ୍ମା ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

Koraput Accident: ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛ। ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।

 

Koraput Road accident

Koraput Road Accident: କୋରାପୁଟ ଜିଲ୍ଲା ବୋରିଗୁମ୍ମା ଅଞ୍ଚଳ ରେ ଏକ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତି ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।

ଏହାସହିତ ଆହତ ବ୍ୟକ୍ତି ମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

କହିରଖୁଛୁ ଯେ ଶୁକ୍ରବାର ଦିନ ଗଞ୍ଜାମଙ୍କ ଆସ୍କା ନିକଟ NH 59 ରେ ଖଡବାଗା ଠାରେ ଏକ ବସ୍ ଓ ପିକଅପ୍ ଭ୍ୟାନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ତିନି ଜଣ ପ୍ରାଣ ହରାଇଛନ୍ତି ଓ ଅନ୍ୟ ଚାରିଜଣ ଆହତ ହୋଇଛନ୍ତି। ଖବର ଅନୁଯାୟୀ, ବସଟି ସୋରଡା ଠାରୁ ବରହମପୁର ଅଭିମୁଖେ ଯାଉଥିବାବେଳେ ଖଡବାଗା ନିକଟରେ ପିକଅପ୍ ଭ୍ୟାନ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା।