Gold Rate Today: ବିବାହ ସିଜିନରେ କନ୍ଦାଉଛି ସୁନା ଦର ! ଜାଣନ୍ତୁ ଆଜିର ରେଟ୍...
Advertisement
Article Detail0/zeeodisha/odisha1994167

Gold Rate Today: ବିବାହ ସିଜିନରେ କନ୍ଦାଉଛି ସୁନା ଦର ! ଜାଣନ୍ତୁ ଆଜିର ରେଟ୍...

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର।

Gold Rate Today: ବିବାହ ସିଜିନରେ କନ୍ଦାଉଛି ସୁନା ଦର ! ଜାଣନ୍ତୁ ଆଜିର ରେଟ୍...

Gold Rate Today: ଦେଶରେ ଏବେ ବିବାହ ଋତୁ ଚାଲିଛି।ଏହାରି ମଧ୍ୟରେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି ସୁନା ଦର। ସୁନା ଦର ଏବେ ଦେଶରେ କ୍ରମାଗତ ଭାବରେ ବୃଦ୍ଧିପାଉଥିବା ଦେଖିବାକୁ ମିଳିଛି। ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜି ସୁନା ଦର। ଆଜି ସର୍ବ ଭାରତୀୟ ବଜାରରେ(Indian Market) ୨୨ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୫୮,୮୫୦ ଟଙ୍କା ରହିଛି ଯାହାକି ଗତ କାଲି ଅପେକ୍ଷା ୪୦୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ୧୦ ଗ୍ରାମ ପ୍ରତି ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୬୪,୨୦୦ ଯାହା କି ଗତ କାଲି ଥିଲା ୬୩, ୭୬୦।

ତେବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ(Bhubaneswar) ଏବେ ଦଶ ଗ୍ରାମ ପ୍ରତି ୨୨ କ୍ୟାରେଟ ସୁନା ମୁଲ୍ୟ ୫୮,୮୫୦ ଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୪,୨୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୮,୧୫୦ ଟଙ୍କା ରହିଛି। ସମାନ ଭାବରେ ମାୟାନଗରୀ ମୁମ୍ବାଇରେ ମଧ୍ୟ ସୁନା ଭରି ୨୨ କ୍ୟାରେଟର ଦାମ୍ ୫୮,୮୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୪,୨୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ରହିଛି ୪୮,୧୫୦ ଟଙ୍କା ରହିଥିବା ଦେଖିବାକୁ ମିଳିଛି।

ସେହିପରି ଦକ୍ଷିଣ ଭାରତ ପ୍ରମୁଖ ସହର ଭାବରେ ଜଣାଶୁଣା ଚେନ୍ନାଇରେ(Chennai) ୨୨ କ୍ୟାରେଟର ସୁନା ଦାମ୍ ୫୯,୭୫୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୫,୧୮୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୮,୯୪୦ ଟଙ୍କା ରହିଛି । ସେହିପରି ଦେଶର ରାଜଧାନୀ ନୂଆ ଦିଲ୍ଲୀରେ ୨୨ କ୍ୟାରେଟର ଦାମ୍ ୫୯,୦୦୦  ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୪,୩୫୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୮,୨୭୦ ଟଙ୍କା ରହିଛି। ସେହିପରି ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ(Kolkata) ଯଥାକ୍ରମେ ୨୨ କ୍ୟାରେଟ ସୁନାର ଦାମ୍ ୫୮,୮୫୦ ରହିଥିବା ବେଳେ ୨୪ କ୍ୟାରେଟ ସୁନା ଦର ରହିଛି ୬୪,୨୦୦ ଟଙ୍କା, ସେହିପରି ୧୮ କ୍ୟାରେଟ ସୁନା ମୂଲ୍ୟ ୪୮,୧୫୦ ଟଙ୍କା ରହିଛି ।

Also Read: Gold Rate Today: ବାହାଘର ସିଜିନରେ ଚିନ୍ତା ବଢ଼ାଇଲା ସୁନା ଦର, ଜାଣନ୍ତୁ ଆଜି କେତେ ରହିଛି...