Horoscope of 20th August 2022: ଆଜି ଠୁ ଏହି ରାଶିରେ ହେବ ଅର୍ଥଯୋଗ
Advertisement
Article Detail0/zeeodisha/odisha1310595

Horoscope of 20th August 2022: ଆଜି ଠୁ ଏହି ରାଶିରେ ହେବ ଅର୍ଥଯୋଗ

ଶାନ୍ତିପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମକ୍ଷେତ୍ର ସହଜ ସରଳ  ବୋଧଗମ୍ୟ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ବ୍ୟାଙ୍କ ଓ ବୀମା କର୍ମଚାରୀମାନେ ବିଶେଷ ଉପକୃତ ହେବେ ।

Horoscope of 20th August 2022: ଆଜି ଠୁ ଏହି ରାଶିରେ ହେବ ଅର୍ଥଯୋଗ

Horoscope of 20th August 2022, ମେଷ: ଦେହ ଓ ମନ ଭଲ ରହିବ । ମାନସିକ ଶାନ୍ତି ପୂର୍ବଭଳି ରହିବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।

ବୃଷ: ଶାନ୍ତିପୂର୍ଣ୍ଣ ଜୀବନ ଯାପନ କରିବେ । କର୍ମକ୍ଷେତ୍ର ସହଜ ସରଳ  ବୋଧଗମ୍ୟ ହେବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ବ୍ୟାଙ୍କ ଓ ବୀମା କର୍ମଚାରୀମାନେ ବିଶେଷ ଉପକୃତ ହେବେ ।

ମିଥୁନ: ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

କର୍କଟ: ଦେହ ଓ ମନ ଭଲ ରହିବ । ଯୋଜନା ଅନୁଯାୟୀ  ସମସ୍ତ କାର୍ଯ୍ୟରେ ସଫଳତା ପ୍ରାପ୍ତି ହେବ । ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ ।

ସିଂହ: କାର୍ଯ୍ୟକ୍ଷେତ୍ରରେ ଢେର ଉନ୍ନତି ଘଟିବ । ସୁଖ:ଦୁଃଖରେ ବନ୍ଧୁ ସହାୟତା ପାଇବେ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ମନ, ପ୍ରାଣ ଢାଳି ଦେଇପାରନ୍ତି ।

କନ୍ୟା: ସ୍ୱାସ୍ଥ୍ୟ ଭଲ ରହିବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଧାର କରଜ ସୁଝିପାରନ୍ତି । ଚିଡିଚିଡା ସ୍ୱଭାବର ହେବେ । ନୂତନ ନିଯୁକ୍ତିର ସୁଯୋଗ ରହିଛି ।

ତୁଳା: ସ୍ୱାସ୍ଥ୍ୟ ମଧ୍ୟମ ଧରଣର ରହିବ। କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।  ଦୂରଯାତ୍ରା ସାର୍ଥକ ହେବ

ବିଛା: ଶରୀର ଅସୁସ୍ଥ ରହିବ । ଚିଡିଚିଡା ସ୍ୱଭାବର ହେବେ । ପାରିବାରିକ ଅଶାନ୍ତି ଦେଖାଦେବ । ବ୍ୟବସାୟ ସ୍ୱଳ୍ପଲାଭ ଯୁକ୍ତ ହେବ । ସନ୍ତାନଙ୍କ କାର୍ଯ୍ୟ କଳାପରେ ଅସନ୍ତୁଷ୍ଟ ରହିବେ ।

ଧନୁ: ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେବ । କଥାବର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହ ଠାରୁ ନିଜକୁ ଦୂରେଇ ରଖନ୍ତୁ । ପାଖଲୋକ ଶତ୍ରୁତା କରିବେ । ନିଆଁ ପାଣି ପ୍ରତି ସତର୍କତା ଜରୁରୀ ।

ମକର: ମନ ପ୍ରସନ୍ନ ରହିବ । ପ୍ରତ୍ୟେକ କାର୍ଯ୍ୟ ସୁରୁଖୁରୁରେ ତୁଳାଇବେ । ବ୍ୟବସାୟରେ ଅଗ୍ରଗତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରା ଫଳପ୍ରଦ ହେବ ।

କୁମ୍ଭ: ଆକସ୍ମିକ ଭାବେ ଧନ ପ୍ରାପ୍ତିର ସୁଯୋଗ ଅଛି । ପରିଶ୍ରମର ମୂଲ୍ୟାଙ୍କନ ହେବ । ନିଜ ବଂଶର ସୁଖପାତ୍ର ହୋଇପାରନ୍ତି । କୁଳ ଉଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ରହିବେ । ଦୟାଳୁ ହେବେ ।

ମୀନ: ଜଗିରଖି ଚଳିବାର ଦିନଟିଏ । କର୍ମକ୍ଷେତ୍ରରେ ମାନ୍ଦାବସ୍ଥା ଦେଖାଦେବ । ଆୟ ମଧ୍ୟମ ଧରଣର ରହିବ । ଛାତ୍ରଛାତ୍ରୀ ଖେଳକୁଦରେ ମନ ଦେବେ ଽ  ଦୁରଯାତ୍ରାକୁ ସ୍ଥଗିତ ରଖିବା ଭଲ ।