Horoscope Today 31 January 2023: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର
Advertisement

Horoscope Today 31 January 2023: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର

Horoscope Today 31 January 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜାନୁଆରୀ ୩୧ ହେଉଛି ମଙ୍ଗଳବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

 

Horoscope Today 31 January 2023: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର

Horoscope Today 31 January 2023: ମେଷ-ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ । 

ବୃଷ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପୁଞ୍ଜି ନିବେଶ କରିବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ । ପଡୋଶୀଙ୍କ ସହ ସମ୍ପର୍କରେ ମଧୁରତା ଆସିବ । 

ମିଥୁନ- ମନ ପ୍ରସନ୍ନ ରହିବ । କାର୍ଯ୍ୟାଳୟରେ ଅଧିକ ଉର୍ତ୍ସଗୀକୃତ ହୋଇ କାର୍ଯ୍ୟ କରିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭପ୍ରଦ ହେବ । ମାଲି ମୋକଦ୍ଦମାରେ ବିଜୟୀ ହେବେ ।

କର୍କଟ- ହସ ଖୁସିର ଦିନ ଅତିବାହିତ ହେବ । ସ୍ୱାସ୍ଥ୍ୟ ଭଲ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ପ୍ରତିଯୋଗିତା ମନୋଭାବ ନେଇ କାର୍ଯ୍ୟ କରିବେ । ବ୍ୟବସାୟରେ ଅଭିବୃଦ୍ଧି ହେବ । ସନ୍ତାନଙ୍କ କାର୍ଯ୍ୟ କଳାପ ଆପଣଙ୍କୁ ଖୁସି ପ୍ରଦାନ କରିବ । 

ସିଂହ- ସ୍ୱାସ୍ଥ୍ୟ ସମସ୍ୟାରୁ ମୁକୁଳିବେ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭଜନକ ହେବ । ସନ୍ତାନଙ୍କ କାର୍ଯ୍ୟକଳାପରେ ସନ୍ତୁଷ୍ଟି ପ୍ରକାଶ କରିବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରା ସଫଳ ହେବ । 

କନ୍ୟା- ଶରୀର ସୁସ୍ଥ ରହିବ । ପ୍ରତିଟି କାର୍ଯ୍ୟ ସଫଳତାର ସହ ସଂପାଦନ କରିବେ । ଆର୍ଥିକ ଅଭିବୃଦ୍ଧି ଘଟିବ । କାର୍ଯ୍ୟାଳୟରେ ଅଧ୍ୟସ୍ତନ କର୍ମଚାରୀଙ୍କ ଦ୍ୱାରା ସମ୍ମାନ ପାଇବେ । ଅପରାହ୍ନରେ ବନ୍ଧୁ ମିଳନର ଯୋଗ ରହୁଛି । 

ଅଧିକ ପଢ଼ନ୍ତୁ-ଯଦି ଜିତିବାର ଅଛି ବିଶ୍ୱକପ ତ କରିବାକୁ ପଡ଼ିବ ଏହି ବଡ଼ କାମ, ସୌରଭ ଗାଙ୍ଗୁଲି ଦେଲେ ରୋହିତ ଶର୍ମାଙ୍କୁ ପରାମର୍ଶ

ଅଧିକ ପଢ଼ନ୍ତୁ-ବ୍ଲୁ ଫିଲ୍ମ ତିଆରି କରୁଥିଲେ ମହିଳା ପୋଲିସ କର୍ମୀ, ଏବେ ଚାକିରିରୁ ହେଲେ ବିଦା

ଅଧିକ ପଢ଼ନ୍ତୁ-କେନ୍ଦ୍ର କର୍ମଚାରୀଙ୍କ ପାଇଁ ମଙ୍ଗଳ ହେବ ମଙ୍ଗଳବାର!

 

ତୁଳା- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ର ସହଜ, ସରଳ ଓ ଆନନ୍ଦଦାୟକ ହେବ । ବ୍ୟସ୍ତତା ମଧ୍ୟେ ଦିନ କାଟିବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ ।

ବିଛା- ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ । 

ଧନୁ- ଦେହ ଓ ମନ ଭଲ ରହିବ । କର୍ମ କ୍ଷେତ୍ରରେ ଅଗ୍ରଗତି ଘଟିବ । ଆୟ ଅବ୍ୟାହତ ରହିବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନ ନିବେଶ କରିବେ ।

ମକର- ଶାରୀରିକ ଅସୁସ୍ଥତା ଦେଖାଦେବ । ଚିଡିଚିଡା ସ୍ୱଭାବରେ ହେବେ । ଆଶାକରୁଥିବା ଦିଗରୁ ଅର୍ଥ ପାଇବାରେ ବିଳମ୍ବ ହେବ । କର୍ମ କ୍ଷେତ୍ରରେ  ଅସହଯୋଗ ପାଇବ ।  

କୁମ୍ଭ- ଶରୀର ଆରୋଗ୍ୟ ରହିବ । କର୍ତ୍ତବ୍ୟ ନିଷ୍ଠ ହେବେ । ଆୟ ଓ ବ୍ୟୟ ସମାନ ରହିବ । ପାରିବାରିକ ସୁଖ ସମ୍ମାନ ଲାଭ କରିବେ । ସେବା ପୂଜା ପ୍ରତି ମନ ବଳିବ । ବ୍ୟବସାୟ ଲାଭପ୍ରଦ ହେବ ।

ମୀନ- ଅସୁସ୍ଥତାରୁ ସଂପୂର୍ଣ୍ଣ ଆରୋଗ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସଫଳତା ପାଇବେ । ଆର୍ଥିକ ସ୍ଥିତି ଅନୁକୂଳ ରହିବ । ବନ୍ଧୁ ସୂତ୍ରରୁ ଲାଭବାନ ହେବେ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭମୟ ଅଟେ ।