Horoscope Today 9 December 2022: ଆଜି ଏହି ୩ ରାଶି ପାଇଁ ଅତ୍ୟନ୍ତ ଶୁଭ, ୯ ରାଶି ରୁହନ୍ତୁ ସାବଧାନ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର
Advertisement

Horoscope Today 9 December 2022: ଆଜି ଏହି ୩ ରାଶି ପାଇଁ ଅତ୍ୟନ୍ତ ଶୁଭ, ୯ ରାଶି ରୁହନ୍ତୁ ସାବଧାନ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର

Horoscope Today 9 December 2022: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଡିସେମ୍ୱର ୯ ହେଉଛି ଶୁକ୍ରବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

Horoscope Today 9 December 2022: ଆଜି ଏହି ୩ ରାଶି ପାଇଁ ଅତ୍ୟନ୍ତ ଶୁଭ, ୯ ରାଶି ରୁହନ୍ତୁ ସାବଧାନ; ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର

Horoscope Today 9 December 2022: ମେଷ ରାଶି:- ଆଜି ବ୍ୟାପାରରେ ନୂତନ ଯୋଜନାକୁ କାର୍ଯ୍ୟକାରୀ କରନ୍ତୁ ନାହିଁ । ପରିବାରରେ ମନୋମାଳିନ୍ୟ ଦେଖାଦେବ । ଆଧ୍ୟାତ୍ମିକ ଦିଗରେ ରୁଚି ବଢିବ । ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ ।

ବୃଷ ରାଶି:- ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ । ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ । ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି । ସମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।

ମିଥୁନ ରାଶି:- ବନ୍ଧୁ ପରିଜନଙ୍କ ସହ ଉତ୍ତେଜିତ ହୋଇ ବାର୍ତ୍ତାଳାପ କରନ୍ତୁ ନାହିଁ । ଜିଦି ସ୍ୱଭାବ ଯୋଗୁଁ କାର୍ଯ୍ୟ ବିଗିଡିଯାଇପାରେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ ବାକବିତଣ୍ଡା ହୋଇପାରେ । ବ୍ୟାପାରରେ ହାନି ହୋଇପାରେ । ପରିବାରରେ ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ । ଆଜି କୌଣସି ଜରୁରୀ ନିର୍ଣ୍ଣୟ ନିଅନ୍ତୁ ନାହିଁ ।

କର୍କଟ ରାଶି:- ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତା ବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ । ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ । ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ ।

ସିଂହ ରାଶି:- ଆଜି ବ୍ୟାପାରରେ ଦିନଟି ମଧ୍ୟମ ରହିବ । ପରିବାରରେ ମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ ।

କନ୍ୟା ରାଶି:- ଆଜି ଶତ୍ରୁ ପରାଜୟ ହୋଇପାରେ । ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ । ଆଧ୍ୟାତ୍ମ ଦିଗରେ ସମୟ ନିୟୋଜିତ କରିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ । ବ୍ୟାପାରରେ ଲାଭବାନ ହେବେ । ପରିବାରରେ ସୁଖରେ ସମୟ ବିତିବ ।

ତୁଳା ରାଶି:- ଘାତଚନ୍ଦ୍ର ହେତୁ ଜଗିରଖି ଚଳନ୍ତୁ । ସ୍ୱାସ୍ଥ୍ୟରେ ଅବନତି ଘଟିବ । ଅଯଥା କଥାରେ ରାଗନ୍ତୁ ନାହିଁ; ନଚେତ ଅସୁବିଧା ହୋଇପାରେ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ । ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ ।

ଏହା ବି ପଢ଼ନ୍ତୁ:-ଫିଫା ବିଶ୍ୱକପର କ୍ୱାର୍ଟର ଫାଇନାଲରେ ପହିଞ୍ଚିଲେ ଏହି ୮ଟି ଦଳ, କିଏ କାହାକୁ ଦେବ ଟକ୍କର; ଦେଖନ୍ତୁ ପୂରା ଶେଡ୍ୟୁଲ୍

ଏହା ବି ପଢ଼ନ୍ତୁ:-ହିମାଚଳ ପ୍ରଦେଶରୁ କଂଗ୍ରେସ ପାଇଁ ଖୁସି ଖବର; ଏଣିକି କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ? ରେସରେ ଅଛନ୍ତି ଏହି ୫ ନାମ

ଏହା ବି ପଢ଼ନ୍ତୁ:-ବାଂଲାଦେଶ ବିପକ୍ଷରେ ପରାଜୟ ପରେ ରାହୁଲ ଦ୍ରାବିଡ ଦେଲେ ବଡ଼ ବୟାନ, ଜାଣନ୍ତୁ କ'ଣ କହିଲେ

 

ବିଛା ରାଶି:- ଘାତବାର ହେତୁ ଜଗିରଖି ଚଳନ୍ତୁ । ମନ ଉଲ୍ଲସିତ ହେବ । କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ । ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ । ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମିଳିବ ।

ଧନୁ ରାଶି:- ଆଜି ଆପମଙ୍କର ଘାତବାର । ଜଗିରଖି ଚଳିବାର ଦିନଟିଏ । ମିତ୍ରଙ୍କ ସହ ମନୋରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ । ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ । ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ ।

ମକର ରାଶି:- ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

କୁମ୍ଭ ରାଶି:- ଘାତଚନ୍ଦ୍ର ହେତୁ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି । କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ । ବ୍ୟାପରରେ ନିବେଶ ଶୁଭ ରହିବ । ପରିବାରରେ ସୁଖ-ଆନ୍ଦରେ ସମୟ କାଟିବେ ।

ମୀନ ରାଶି:- ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ବା ନିର୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥନଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପରରେ ବାଧା ଆସିପାରେ । ପରିବାରରେ ହଠାତ ପ୍ରତିକ୍ର୍ରିୟାଶୀଳ ହେବାରୁ କଥା କଟାକଟି ହୋଇପାରେ ।