କୋରୋନା ମାମଲାରେ ଆସିଲା ବହୁତ ବଡ଼ ଗୁଡ୍ ନ୍ୟୁଜ୍
Advertisement
trendingNow11085466

କୋରୋନା ମାମଲାରେ ଆସିଲା ବହୁତ ବଡ଼ ଗୁଡ୍ ନ୍ୟୁଜ୍

ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୫୪,୦୭୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୮୮,୨୦୯ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

କୋରୋନା ମାମଲାରେ ଆସିଲା ବହୁତ ବଡ଼ ଗୁଡ୍ ନ୍ୟୁଜ୍

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ସଙ୍କଟ ଧୀରେ ଧୀରେ କମ୍ ହେବାରେ ଲାଗିଛି । ଭଲ ଖବର ଏହା ଯେ, ଗତକାଲି ତୁଳନାରେ ଆଜି କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଇଛି । କିନ୍ତୁ ମୃତ୍ୟୁ ମାମଲାରେ ବୃଦ୍ଧି ରେକର୍ଡ କରାଯାଇଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୬୭ ହଜାର ୫୯ ନୂତନ କୋରୋନା ମାମଲା (Coronavirus Case) ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୯୨ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୫୪,୦୭୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୮୮,୨୦୯ ସକ୍ରିୟ ମାମଲାରେ ହ୍ରାସ ଘଟିଛି । ବର୍ତ୍ତମାନ ସମୟରେ ଦେଶରେ ଦୈନିକ ପଜିଟିଭ୍ ରେଟ୍ ୧୧.୬୯ ପ୍ରତିଶତ ରହିଛି । ଗତକାଲି ଦୈନିକ ପଜିଟିଭ୍ ରେଟ୍  ୧୫.୭୭ ପ୍ରତିଶତ ଥିଲା । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୪ କୋଟି ୧୪ ଲକ୍ଷ ୬୯ ହଜାର ୪୯୯ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୩ କୋଟି ୯୨ ଲକ୍ଷ ୩୦ ହଜାର ୧୯୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧୭ ଲକ୍ଷ ୪୩ ହଜାର ୦୫୯ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୯୬ ହଜାର ୨୪୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଏହା ବି ପଢ଼ନ୍ତୁ:-LIC ଧାରକ ହୋଇଯାଆନ୍ତୁ ସାବଧାନ; ଯଦି କରିବେ ଏହି କାମ, ତେବେ ବୁଡ଼ିଯିବ ଆପଣଙ୍କ ଟଙ୍କା!

ଏହା ବି ପଢ଼ନ୍ତୁ:-ପୁଣି କମିଲା ସୁନା ଦର, ଜାଣନ୍ତୁ କ'ଣ ରହିଛି ନୂଆ ରେଟ୍

ଏହା ବି ପଢ଼ନ୍ତୁ:-ଜୀବନରେ କେବେବି ହେବନି ହୃଦଘାତ! କେବଳ ପରିବର୍ତ୍ତନ କରନ୍ତୁ ଆପଣଙ୍କ ଏହି ୬ଟି ଅଭ୍ୟାସ

ଏହା ବି ପଢ଼ନ୍ତୁ:-ଆଧାର କାର୍ଡରେ ଲାଗିଥିବା ଫଟୋରୁ ଖୁସି ନୁହଁନ୍ତି କି ଆପଣ? ତ ଆଜି ହିଁ କରନ୍ତୁ ପରିବର୍ତ୍ତନ, ଜାଣନ୍ତୁ ପୂରା ପ୍ରକ୍ରିୟା...

ଏହା ବି ପଢ଼ନ୍ତୁ:-ସର୍ଭେ: ୟୁପିରେ ଫେରୁଛି ଯୋଗୀ ତ ପଞ୍ଜାବରେ ଚନ୍ନି, ଜାଣନ୍ତୁ ଉତ୍ତରାଖଣ୍ଡ, ଗୋଆ ଏବଂ ମଣିପୁରରେ କିଏ ଗଢ଼ିବେ ସରକାର

ଏହା ବି ପଢ଼ନ୍ତୁ:-ଆପଣଙ୍କ କଳ୍ପନାଠାରୁ ଅଧିକ ବୋଲ୍ଡ ଏହି ୱେବ୍ ସିରିଜର 'ଲଳିତା ଭାଭି', ଫଟୋ ଦେଖି ଉଡ଼ିଯିବ ଆପଣଙ୍କ ହୋଶ୍!

 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଜାନୁଆରୀ ୩୧ ପର୍ଯ୍ୟନ୍ତ ସାରା ଦେଶରେ ୧୬୬ କୋଟି ୬୮ ଲକ୍ଷ ୪୮ ହଜାର ୨୦୪ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୧ ଲକ୍ଷ ୪୫ ହଜାର ୭୬୭ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୭୩ କୋଟି ୦୬ ଲକ୍ଷ ୯୭ ହଜାର ୧୯୩ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଲକ୍ଷ ୨୮ ହଜାର ୬୭୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୧୧ ପ୍ରତିଶତରୁ ଅଧିକ ରହିଛି ।

Trending news