Advertisement
Photo Details/zeeodisha/odisha1104670
photoDetails0hindi

ଆଜିର ରାଶିଫଳ: ମଙ୍ଗଳମୟ ହେବ ମଙ୍ଗଳବାର, କେବଳ ଗୋଟିଏ ରାଶିରେ ବିପଦ

Horoscope of February 22: ଆଜି ବଦଳିବ ଏସବୁ ରାଶିର ବ୍ୟକ୍ତିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର

୨୨ ଫେବୃଆରୀ ୨୦୨୨ : ମଙ୍ଗବାର, ଫାଲଗୁଣ ମାସ, ଷଷ୍ଠୀ, ନକ୍ଷତ୍ର - ସ୍ୱାତୀ, ଚନ୍ଦ୍ର – ତୁଳା, ରହୁକାଳ - ୦୨:୫୪ ରୁ ୦୪:୨୧, ଶୁଭ ସମୟ - ୦୭ ଟାରୁ ୦୯ ଟା, ଘାତଚନ୍ଦ୍ର – ନାସ୍ତି, ଘାତବାର - ମକର ରାଶିର

ମେଷ ରାଶି

1/12
ମେଷ ରାଶି

ଆଜି ଦିନଟି ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ । କୌଣସି ଶୁଭ ସମାଚାର ପାଇ ମନ ଉଲ୍ଲସିତ ହେବ । କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ । ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ । ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମଳିବ ।

ବୃଷ ରାଶି

2/12
ବୃଷ ରାଶି

ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ । ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ । ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି । ସମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।

ମିଥୁନ ରାଶି

3/12
ମିଥୁନ ରାଶି

ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ ।

କର୍କଟ ରାଶି

4/12
କର୍କଟ ରାଶି

ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

ସିଂହ ରାଶି

5/12
ସିଂହ ରାଶି

ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

କନ୍ୟା ରାଶି

6/12
କନ୍ୟା ରାଶି

ଆଜି ଶତ୍ରୁ ପରାଜୟ ହୋଇପାରେ । ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ । ଆଧ୍ୟାତ୍ମ ଦିଗରେ ସମୟ ନିୟୋଜିତ କରିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ । ବ୍ୟାପାରରେ ଲାଭବାନ ହେବେ । ପରିବାରରେ ସୁଖରେ ସମୟ ବିତିବ ।  

ତୁଳା ରାଶି

7/12
ତୁଳା ରାଶି

ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ । ସ୍ୱାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ । ଅଯଥା କଥାରେ ରାଗନ୍ତୁ ନାହିଁ; ନଚେତ ଅସୁବିଧା ହୋଇପାରେ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ । ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ ।

ଏହା ବି ପଢ଼ନ୍ତୁ:-'କୋରୋନା ପରି ଆଉ ଏକ ମହାମାରୀ ଆସୁଛି', ଏହି ଚେତାବନୀ ବଢ଼ାଇଦେଲା ଟେନସନ

ଏହା ବି ପଢ଼ନ୍ତୁ:-ପୂଜାରା-ରାହାଣେଙ୍କ ପରେ ଟିମ୍ ଇଣ୍ଡିଆରୁ ଏହି ବଡ଼ ଖେଳାଳିଙ୍କ କଟିବ ପତା! ଅସନ୍ତୋଷ ଅଛନ୍ତି କ୍ୟାପଟେନ ରୋହିତ

ଏହା ବି ପଢ଼ନ୍ତୁ:-ୟୁକ୍ରେନ ସଙ୍କଟ: ପୁଟିନ ସହ ସାକ୍ଷାତ କରିବାକୁ ପ୍ରସ୍ତୁତ ବାଇଡେନ, କିନ୍ତୁ ରଖିଲେ ଏହି ବଡ଼ ସର୍ତ୍ତ

ବିଛା ରାଶି

8/12
ବିଛା ରାଶି

ଦୃଢମନା ହେବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

ଧନୁ ରାଶି

9/12
ଧନୁ ରାଶି

ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ । ମିତ୍ରଙ୍କ ସହ ମନେରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ । ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ । ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ ।

ମକର ରାଶି

10/12
ମକର ରାଶି

ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ । ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ । ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ ।

କୁମ୍ଭ ରାଶି

11/12
କୁମ୍ଭ ରାଶି

ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ । କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ । ବ୍ୟାପରରେ ନିବେଶ ଶୁଭ ରହିବ । ପରିବାରରେ ସୁଖ-ଆନ୍ଦରେ ସମୟ କାଟିବେ ।  

ମୀନ ରାଶି

12/12
ମୀନ ରାଶି

ଦେହ ଓ ମନ ଭଲ ରହିବ । ଦିନଟି  ସହଜ, ସରଳ ଓ ଆନନ୍ଦଦାୟକ ହେବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ଆୟ ବୃଦ୍ଧି ହେବ ।