Petrol-Diesel Price Today: ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍
Advertisement

Petrol-Diesel Price Today: ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Petrol-Diesel Price Today: ଏହାପୂର୍ବରୁ ଚଳିତ ବର୍ଷ ମେ ୨୧ରେ ସରକାର ଏକ୍ସାଇଜ୍ ଡ୍ୟୁଟି ହ୍ରାସ କରିଥିଲେ । ପେଟ୍ରୋଲ ଉପରେ ଏକ୍ସାଇଜ୍ ଡ୍ୟୁଟି ଲିଟର ପିଛା ୮ ଟଙ୍କା ଓ ଡିଜେଲ ଲିଟର ପିଛା ୬ ଟଙ୍କା ହ୍ରାସ କରାଯାଇଥିଲା । ସେବେଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ହ୍ରାସ ପାଇନାହିଁ । 

Petrol-Diesel Price Today: ପୁଣି ବଢ଼ିଲା ଅଶୋଧିତ ତୈଳ ଦର, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

Today Petrol-Diesel Price 26 December 2022: ବୈଶ୍ୱିକ ବଜାରରେ ଅଶୋଧିତ ତୈଳ ଦରରେ ବୃଦ୍ଧି ଦେଖାଦେଇଛି । ହଠାତ୍ ଅଶୋଧିତ ତୈଳ ଦର ପ୍ରାୟ ୮୪ ଡଲାର ପ୍ରତି ବ୍ୟାରେଲ ପହଞ୍ଚିଛି । ଅନ୍ୟପଟେ ଆଜି ସପ୍ତାହର ପ୍ରଥମ ଦିନ (ସୋମବାର) ଅର୍ଥାତ ଡିସେମ୍ୱର ୨୬ରେ ସରକାରୀ ତୈଳ କମ୍ପାନୀଗୁଡ଼ିକ ପେଟ୍ରୋଲ ଓ ଡିଜେଲର ନୂଆ ଦର ଜାରି କରିଦେଇଛନ୍ତି । ଦୀର୍ଘ ୬ ମାସ (୨୧୬ ଦିନ) ରୁ ଅଧିକ ସମୟ ହେବ ଦେଶରେ ପେଟ୍ରୋଲ ଓ ଡିଜେଲ ଦାମ୍ (Petrol-Diesel Price) ରେ କୌଣସି ପରିବର୍ତ୍ତନ ଘଟିନାହିଁ । ଆଜି ସକାଳେ ବ୍ରେଣ୍ଟ ଅଶୋଧିତ ବ୍ୟାରେଲ ପିଛା ୮୩.୯୨ ଡଲାରରେ ପହଞ୍ଚିଛି । ସେହିପରି ଡବ୍ଲୁଟିଆଇ ବ୍ୟାରେଲ ପିଛା ୭୯.୭୬ ଡଲାରରେ ପହଞ୍ଚିଛି । 

ଇଣ୍ଡିଆନ ଅଏଲ କୋର୍ପୋରେଶନ (IOC) ଅନୁଯାୟୀ, ଆଜି ଜାତୀୟ ରାଜଧାନୀ ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲର ମୂଲ୍ୟ ୯୬.୭୨ ଟଙ୍କା ଓ ଗୋଟିଏ ଲିଟର ଡିଜେଲ ୮୯.୬୨ ଟଙ୍କା ରହିଛି । ସେହିପରି ଦେଶର ଅନ୍ୟାନ୍ୟ ସହରରେ ମଧ୍ୟ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସ୍ଥିରତା ଦେଖାଦେଇଛି । ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ଦରରେ ବୃଦ୍ଧି ଘଟିଛି ।

ଆଜି ରାଜଧାନୀ ଦିଲ୍ଲୀରେ ଲିଟର ପିଛା ୯୬.୭୨ ଟଙ୍କାରେ ପେଟ୍ରୋଲ ବିକ୍ରି ହେଉଛି । ମୁମ୍ବାଇରେ ଲିଟର ପିଛା ୧୦୬.୩୧ ଟଙ୍କା ରହିଛି । କୋଲକାତା ଲିଟର ପିଛା ୧୦୬.୦୩ ଟଙ୍କାରେ ବିକ୍ରି ହେଉଛି । ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୧୦୨.୭୩ ଟଙ୍କା ରହିଛି । ସେହିପରି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୩.୬୩ ଟଙ୍କା ରହିଛି । ଗତକାଲି ଏଠାରେ ପେଟ୍ରୋଲ ଦର ୧୦୩.୧୧ ଟଙ୍କା ଥିଲା । ସେହିପରି ହାଇଦ୍ରାବାଦରେ ପେଟ୍ରୋଲ ଦର ୧୦୯.୬୬ ଟଙ୍କା ରହିଛି । ବେଙ୍ଗାଲୁରୁରେ ପେଟ୍ରୋଲ ଦର ୧୦୧.୯୪ ଟଙ୍କା ରହିଛି ।

ଆଜି ଡିଜେଲର ମୂଲ୍ୟ ବିଷୟରେ କହିବାକୁ ଗଲେ ଦିଲ୍ଲୀରେ ଏହା ଲିଟର ପିଛା ୮୯.୬୨ ଟଙ୍କା ରହିଛି । ଡିଜେଲ ଲିଟର ପିଛା ମୁମ୍ବାଇରେ ୯୪.୨୭ ଟଙ୍କା ଓ କୋଲକାତାରେ ଲିଟର ପିଛା ୯୨.୭୬ ଟଙ୍କା ରହିଛି । ଚେନ୍ନାଇରେ ଆଜି ଡିଜେଲ ଲିଟର ପିଛା ୯୪.୩୩ ଟଙ୍କା ରହିଛି । ରାଜଧାନୀ ଭୁବନେଶ୍ୱରରେ ଡିଜେଲ ଦର ୯୫.୧୮ ଟଙ୍କାରେ ବିକ୍ରି ହେଉଛି । ଗତକାଲି ଡିଜେଲ ଦର ୯୪.୬୮ ଟଙ୍କା ଥିଲା । ସେପଟେ ହାଇଦ୍ରାବାଦରେ ଡିଜେଲ ମୂଲ୍ୟ ୯୭.୮୨ ଟଙ୍କା ଥିବାବେଳେ ବେଙ୍ଗାଲୁରୁରେ ୮୭.୮୯ ଟଙ୍କା ରହିଛି ।

ଅଧିକ ପଢ଼ନ୍ତୁ:-ଯୌନ ସମସ୍ୟାରେ ପୀଡ଼ିତ ପୁରୁଷଙ୍କ ପାଇଁ ବରଦାନ ଏହି ମସଲା, ଦାମୀ ଔଷଧର ପଡ଼ିବନି ଆବଶ୍ୟକତା!

ଅଧିକ ପଢ଼ନ୍ତୁ:-କେଏଲ୍ ରାହୁଲଙ୍କ 'ଫ୍ଲପ୍ ଶୋ' ପରେ ବିଜେପି ନେତା ପଚାରିଲେ ପ୍ରଶ୍ନ, କହିଲେ-ସେ କାହାର ଜ୍ୱାଇଁ?

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କୁ ଝଟକା; ନୂଆ ବର୍ଷରେ ବଦଳିବ DA କେଲକୁଲେଶନର ପର୍ମୂଲା, ବର୍ତ୍ତମାନ ମହଙ୍ଗା ଭତ୍ତା ଉପରେ ଦେବାକୁ ପଡ଼ିବ ଟ୍ୟାକ୍ସ

 

ଜାଣନ୍ତୁ ଆପଣଙ୍କ ସହରର ରେଟ୍

ଆପଣ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ମଧ୍ୟ ଏସଏମଏସ ମାଧ୍ୟମରେ ଜାଣିପାରିବେ । ଇଣ୍ଡିଆନ୍ ଓଏଲ୍ ୱେବସାଇଟ୍ ଅନୁଯାୟୀ, ଆପଣଙ୍କୁ RSP ଓ ଆପଣଙ୍କ ସିଟି କୋଡ୍ ଲେଖିବାକୁ ପଡିବ ଏବଂ ଏହାକୁ 9224992249 ନମ୍ବରକୁ ପଠାଇବାକୁ ପଡିବ । ପ୍ରତ୍ୟେକ ସହର ପାଇଁ କୋଡ୍ ଅଲଗା, ଯାହାକୁ ଆପଣ IOCL ୱେବସାଇଟରୁ ପାଇବେ ।

ଏଠାରେ ଚେକ୍ କରନ୍ତୁ-https://iocl.com/Products/PetrolDieselPrices.aspx

ଏଠାରେ କହି ରଖୁଛୁ ଯେ, ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ଭାରତରେ ପ୍ରତିଦିନ ସମୀକ୍ଷା କରାଯାଏ । ପେଟ୍ରୋଲିୟମ କମ୍ପାନୀଗୁଡିକ ପ୍ରତିଦିନ ସକାଳ ୬ଟାରେ ନୂଆ ମୂଲ୍ୟ ଜାରି କରନ୍ତି । ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଭାଟ୍ ଏବଂ ଡିଲର କମିଶନ ଅନ୍ତର୍ଭୁକ୍ତ ଥାଏ ।