ପ୍ରବଳ ବର୍ଷାର ପ୍ରଭାବ! ରେଲୱେ ବାତିଲ କଲା ଆହୁରି ୧୩୧ ଟ୍ରେନ୍, ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍
Advertisement
Article Detail0/zeeodisha/odisha1289033

ପ୍ରବଳ ବର୍ଷାର ପ୍ରଭାବ! ରେଲୱେ ବାତିଲ କଲା ଆହୁରି ୧୩୧ ଟ୍ରେନ୍, ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍

Train Cancelled List: ଦେଶର ବିଭିନ୍ନ ସ୍ଥାନରେ ବର୍ଷା ଓ ବନ୍ୟା ଯୋଗୁଁ ସାଧାରଣ ଜୀବନ ଅତ୍ୟନ୍ତ ପ୍ରଭାବିତ ହୋଇଛି । ଏହା ପରିବହନ ମାଧ୍ୟମକୁ ମଧ୍ୟ ପ୍ରଭାବିତ କରିଛି । ଏହି କାରଣରୁ ଟ୍ରେନ୍ ସେବା ମଧ୍ୟ ପ୍ରଭାବିତ ହୋଇଛି । ତେଣୁ ଭାରତୀୟ ରେଲୱେ (Indian Railways) କୁ ଆଜି ମଧ୍ୟ ଅନେକ ଟ୍ରେନ୍ ବାତିଲ କରିବାକୁ ପଡ଼ିଛି । ଦେଶରେ ପ୍ରତିଦିନ ଲକ୍ଷ

ପ୍ରବଳ ବର୍ଷାର ପ୍ରଭାବ! ରେଲୱେ ବାତିଲ କଲା ଆହୁରି ୧୩୧ ଟ୍ରେନ୍, ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍

ନୂଆଦିଲ୍ଲୀ: Train Cancelled List: ଦେଶର ବିଭିନ୍ନ ସ୍ଥାନରେ ବର୍ଷା ଓ ବନ୍ୟା ଯୋଗୁଁ ସାଧାରଣ ଜୀବନ ଅତ୍ୟନ୍ତ ପ୍ରଭାବିତ ହୋଇଛି । ଏହା ପରିବହନ ମାଧ୍ୟମକୁ ମଧ୍ୟ ପ୍ରଭାବିତ କରିଛି । ଏହି କାରଣରୁ ଟ୍ରେନ୍ ସେବା ମଧ୍ୟ ପ୍ରଭାବିତ ହୋଇଛି । ତେଣୁ ଭାରତୀୟ ରେଲୱେ (Indian Railways) କୁ ଆଜି ମଧ୍ୟ ଅନେକ ଟ୍ରେନ୍ ବାତିଲ କରିବାକୁ ପଡ଼ିଛି । ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । ଏଭଳି ପରିସ୍ଥିତିରେ ଯାତ୍ରା ପାଇଁ ଘରୁ ବାହାରିବା ପୂର୍ବରୁ ଜାଣିବା ଜରୁରୀ ଯେ ଆପଣଙ୍କ ଟ୍ରେନ୍ ବାତିଲ ହୋଇଛି କି ଡାଇଭର୍ଟ ହୋଇଛି ନା ରିଶିଡ୍ୟୁଲ କରାଯାଇଛି...

ଆଜି ଅର୍ଥାତ ଅଗଷ୍ଟ ୫ରେ ରେଲୱେ ୧୩୧ଟି ଟ୍ରେନ୍ ବାତିଲ (Cancel Train List of 5 August 2022) କରିଛି । ଏହା ସହ ରେଲୱେ ୧୭ଟି ଟ୍ରେନର ରୁଟରେ ପରିବର୍ତ୍ତନ ଅର୍ଥାତ ଡାଇଭର୍ଟ (Diverted Train on 5 August 2022) କରିବାକୁ ନିଷ୍ପତ୍ତି ନେଇଛି ।  ଏହା ବ୍ୟତୀତ ୮ଟି ଟ୍ରେନକୁ ରିଶେଡ୍ୟୁଲ (Reschedule Train on 5 August 2022) କରାଯାଇଛି । ତେଣୁ ଯଦି ଆପଣ ଆଜି ଟ୍ରେନରେ ଯାତ୍ରା କରିବାକୁ ଯାଉଛନ୍ତି, ତେବେ ପ୍ରଥମେ ଆପଣଙ୍କର ଟ୍ରେନ୍ ବାତିଲ ହୋଇଛି କି ନାହିଁ ତାହା ଜାଣି ନିଅନ୍ତୁ । ଏହି ବାତିଲ, ଡାଇଭର୍ଟ ଏବଂ ରିଶିଡ୍ୟୁଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । 

ଏହା ବି ପଢ଼ନ୍ତୁ:-ଏସିଆରୁ ଆରମ୍ଭ ହେବ ତୃତୀୟ ବିଶ୍ୱଯୁଦ୍ଧ! ତାଇୱାନକୁ ଚୀନ ଦେଖାଉଛି ଶକ୍ତି ତ ଏହି ଦୁଇ ଦେଶ ମଧ୍ୟରେ ଆରମ୍ଭ ହେଲା ଲଢ଼େଇ

ଏହା ବି ପଢ଼ନ୍ତୁ:-ରାଜ୍ୟରେ ଆଜିଠୁ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷିବ! ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଏହା ବି ପଢ଼ନ୍ତୁ:-କମନୱେଲଥ ଗେମ୍ସରେ ସୁଧର ଜିତିଲେ ସ୍ୱର୍ଣ୍ଣ ତ ମୁରଲୀ ଶ୍ରୀଶଙ୍କରଙ୍କୁ ରୌପ୍ୟ; ଜାଣନ୍ତୁ ଭାରତକୁ ବର୍ତ୍ତମାନ ପର୍ଯ୍ୟନ୍ତ କେତୋଟି ମିଳିଛି ପଦକ

ଏହିପରି ଦେଖନ୍ତୁ ଆପଣଙ୍କର ଟ୍ରେନ୍ ସ୍ଥିତି

ଯଦି ଆପଣ ମଧ୍ୟ ବାତିଲ୍, ରିଶିଡ୍ୟୁଲ ଏବଂ ଡାୟଭର୍ଟ ଟ୍ରେନ୍ ଗୁଡ଼ିକର ତାଲିକା ଚେକ୍ କରିବାକୁ ଚାହୁଁଛନ୍ତି, ତେବେ ଆପଣ କିଛି ସହଜ ପଦକ୍ଷେପ ଅନୁସରଣ କରି ଏହାକୁ ଚେକ୍ କରିପାରିବେ । ତେବେ ଆସନ୍ତୁ ଜାଣିବା ଏହି ପଦ୍ଧତି ବିଷୟରେ-

ଭାରତୀୟ ରେଳବାଇ ଦ୍ୱାରା ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ, ଆପଣଙ୍କୁ ପ୍ରଥମେ enquiry.indianrail.gov.in/mntes/ କୁ ଯିବାକୁ ପଡିବ । ତା’ପରେ ସେଠାରେ ଆପଣ ସ୍କ୍ରିନର ଡାହାଣ ପାର୍ଶ୍ୱରେ ଥିବା ଉପର ପ୍ୟାନେଲରେ  Exceptional Trains ଲେଖା ଦେଖିବେ, ଏଥିରେ କ୍ଲିକ୍ କରନ୍ତୁ । ଆପଣ ଏହା ଉପରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କୁ ଅନେକ ବିକଳ୍ପ ଦେଖିବାକୁ ମିଳିବ, ସେଥିମଧ୍ୟରୁ ଗୋଟିଏ ବାତିଲ ହୋଇଥିବା ଟ୍ରେନ୍ ପାଇଁ ହେବ । ଯଦି ଆପଣ ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ ଚାହାଁନ୍ତି, ତେବେ ଏଥିରେ କ୍ଲିକ୍ କରନ୍ତୁ । ଏହା ପରେ ବାତିଲ, ପୁନଃନିର୍ଦ୍ଧାରିତ ଏବଂ ଡାଇଭର୍ଟ ଟ୍ରେନର ତାଲିକା ଆପଣଙ୍କ ପରଦାରେ ଦେଖାଯିବ, ଯାହା ଦ୍ୱାରା ଆପଣ ଆପଣଙ୍କର ଆବଶ୍ୟକତା ଅନୁଯାୟୀ ସୂଚନା ପାଇପାରିବେ ।