ଘରୁ ବାହାରିବା ପୂର୍ବରୁ ଚେକ୍ କରିନିଅନ୍ତୁ ଲିଷ୍ଟ୍; ରେଲୱେ ବାତିଲ କଲା ଆହୁରି ୧୭୧ ଟ୍ରେନ୍, ଓଡ଼ିଶାର ମଧ୍ୟ ରହିଛି ଅନେକ ଟ୍ରେନ
Advertisement
Article Detail0/zeeodisha/odisha1355165

ଘରୁ ବାହାରିବା ପୂର୍ବରୁ ଚେକ୍ କରିନିଅନ୍ତୁ ଲିଷ୍ଟ୍; ରେଲୱେ ବାତିଲ କଲା ଆହୁରି ୧୭୧ ଟ୍ରେନ୍, ଓଡ଼ିଶାର ମଧ୍ୟ ରହିଛି ଅନେକ ଟ୍ରେନ

Train Cancelled List 17 September 2022: ବିଗତ କିଛି ଦିନ ଧରି ଓଡିଶା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଆଦି ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଆସୁଛି । ରେଳ ଚଳାଚଳ ଉପରେ ଏହାର ସିଧାସଳଖ ପ୍ରଭାବ ପଡିଥାଏ । ଏହା ସହିତ ଟ୍ରାଫିକ୍ ବ୍ଲକ୍ ଓ ରେଳ ଟ୍ରାକ୍ ମରାମତି ଯୋଗୁଁ ଟ୍ରେନ୍ ଗୁଡିକ ମଧ୍ୟ ବାତିଲ୍ କରିବାକୁ ପଡିଛି । ପ୍ରତିଦିନ ଶହ ଶହ ଟ୍ରେନ୍ ରେଳ ଟ୍ରାକ୍ ଦେଇ ଯାଇଥାଏ ।

ଘରୁ ବାହାରିବା ପୂର୍ବରୁ ଚେକ୍ କରିନିଅନ୍ତୁ ଲିଷ୍ଟ୍; ରେଲୱେ ବାତିଲ କଲା ଆହୁରି ୧୭୧ ଟ୍ରେନ୍,  ଓଡ଼ିଶାର ମଧ୍ୟ ରହିଛି ଅନେକ ଟ୍ରେନ

ନୂଆଦିଲ୍ଲୀ: Train Cancelled List 17 September 2022: ଭାରତୀୟ ରେଳ (Indian Railways) ସାଧାରଣ ଲୋକଙ୍କ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ । ପ୍ରତିଦିନ ବହୁ ସଂଖ୍ୟକ ଲୋକ ଟ୍ରେନରେ ଯାତ୍ରା କରନ୍ତି । ଏହା ଦୁନିଆର ସବୁଠୁ ବଡ଼ ରେଳ ନେଟୱାର୍କ ମଧ୍ୟରୁ ଗୋଟିଏ । ଏପରି ପରିସ୍ଥିତିରେ ଲୋକମାନଙ୍କୁ ନିଜ ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇବା ପାଇଁ ପ୍ରତିଦିନ ହଜାର ହଜାର ଟ୍ରେନ୍ (Trains) ଚଳାଯାଉଛି । ଏହି କାରଣରୁ ଏହାକୁ ଭାରତର ଲାଇଫ୍ ଲାଇନ୍ କୁହାଯାଏ । ବେଳେବେଳେ ବିଭିନ୍ନ କାରଣରୁ କେତେକ ଟ୍ରେନ୍ ଡାଇଭର୍ଟ, ରିଶିଡ୍ୟୁଲ  ଏବଂ ବାତିଲ୍ କରିବାକୁ ପଡେ । ଏହି କାରଣରୁ ଲୋକଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥାଏ ।

ଆଜି ଅନେକ ଟ୍ରେନ ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ କରାଯାଇଛି । ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ଆଜି ଅର୍ଥାତ୍ ସେପ୍ଟେମ୍ୱର ୧୭ରେ ରେଲୱେ ମୋଟ ୧୭୧ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ବାତିଲ ହୋଇଥିବା ଟ୍ରେନଗୁଡ଼ିକ ମଧ୍ୟରୁ ଉତ୍ତର ପ୍ରଦେଶ, ଝାରଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟ ପ୍ରଦେଶ, ପଶ୍ଚିମବଙ୍ଗ, ଓଡ଼ିଶା, କର୍ଣ୍ଣାଟକ, ଆନ୍ଧ୍ର ପ୍ରଦେଶ ଏବଂ ବିହାର ଯାଉଥିବା ଟ୍ରେନ ସାମିଲ ରହିଛି । 

ବିଗତ କିଛି ଦିନ ଧରି ଓଡିଶା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଆଦି ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଆସୁଛି । ରେଳ ଚଳାଚଳ ଉପରେ ଏହାର ସିଧାସଳଖ ପ୍ରଭାବ ପଡିଥାଏ । ଏହା ସହିତ ଟ୍ରାଫିକ୍ ବ୍ଲକ୍ ଓ ରେଳ ଟ୍ରାକ୍ ମରାମତି ଯୋଗୁଁ ଟ୍ରେନ୍ ଗୁଡିକ ମଧ୍ୟ ବାତିଲ୍ କରିବାକୁ ପଡିଛି । ପ୍ରତିଦିନ ଶହ ଶହ ଟ୍ରେନ୍ ରେଳ ଟ୍ରାକ୍ ଦେଇ ଯାଇଥାଏ ।

ଓଡ଼ିଶାର ଏହି ଟ୍ରେନଗୁଡ଼ିକ ବାତିଲ ହୋଇଛି 

08263 TIG-BSP PAS SPL
 TITLAGARH (TIG) - BILASPUR JN. (BSP)

08276 JNRD-R PASSENGER SPL
 JUNAGARH ROAD (JNRD) - RAIPUR JN (R)

08278 R-TIG PASS SPL
 RAIPUR JN (R) - TITLAGARH (TIG)

08429 BBS-NXNR PASS SPECIAL
 BHUBANESWAR (BBS) - NUAGAON ROAD (NXNR)

08430 NXNR-BBS PASS SPECIAL
 NUAGAON ROAD (NXNR) - BHUBANESWAR (BBS)

ଅଧିକ ପଢ଼ନ୍ତୁ:-ରାହୁଲ ଗାନ୍ଧୀଙ୍କୁ ନେଇ ବଦଳୁଛି ମତ, ବାବା ରାମଦେବ କଂଗ୍ରେସ ନେତାଙ୍କ କଲେ ଭୁରି ଭୁରି ପ୍ରଶଂସା

ଅଧିକ ପଢ଼ନ୍ତୁ:-ଏମାନେ ଭୁଲରେ ବି ଖାଆନ୍ତୁ ନାହିଁ ଡାଳିମ୍ୱ, ଲାଭ ବଦଳରେ ହେବ କ୍ଷତି!

ଅଧିକ ପଢ଼ନ୍ତୁ:-ବାବର ଆଜମଙ୍କ ବିରୋଧରେ କହିବେ ତ ଟିମରୁ ହେବେ ବାହାର, ପାକିସ୍ତାନ ଅଧିନାୟକ ହେଉଛନ୍ତି ହିଟଲର!

 

ଯଦି ଆପଣ ମଧ୍ୟ ବାତିଲ୍, ରିଶିଡ୍ୟୁଲ ଏବଂ ଡାୟଭର୍ଟ ଟ୍ରେନ୍ ଗୁଡ଼ିକର ତାଲିକା ଚେକ୍ କରିବାକୁ ଚାହୁଁଛନ୍ତି, ତେବେ ଆପଣ କିଛି ସହଜ ପଦକ୍ଷେପ ଅନୁସରଣ କରି ଏହାକୁ ଚେକ୍ କରିପାରିବେ । ତେବେ ଆସନ୍ତୁ ଜାଣିବା ଏହି ପଦ୍ଧତି ବିଷୟରେ- 

ଏହିପରି ଦେଖନ୍ତୁ ଆପଣଙ୍କର ଟ୍ରେନ୍ ସ୍ଥିତି

ଭାରତୀୟ ରେଳବାଇ ଦ୍ୱାରା ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ, ଆପଣଙ୍କୁ ପ୍ରଥମେ enquiry.indianrail.gov.in/mntes/ କୁ ଯିବାକୁ ପଡିବ । ତା’ପରେ ସେଠାରେ ଆପଣ ସ୍କ୍ରିନର ଡାହାଣ ପାର୍ଶ୍ୱରେ ଥିବା ଉପର ପ୍ୟାନେଲରେ  Exceptional Trains ଲେଖା ଦେଖିବେ, ଏଥିରେ କ୍ଲିକ୍ କରନ୍ତୁ । ଆପଣ ଏହା ଉପରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କୁ ଅନେକ ବିକଳ୍ପ ଦେଖିବାକୁ ମିଳିବ, ସେଥିମଧ୍ୟରୁ ଗୋଟିଏ ବାତିଲ ହୋଇଥିବା ଟ୍ରେନ୍ ପାଇଁ ହେବ । ଯଦି ଆପଣ ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ ଚାହାଁନ୍ତି, ତେବେ ଏଥିରେ କ୍ଲିକ୍ କରନ୍ତୁ । ଏହା ପରେ ବାତିଲ, ପୁନଃନିର୍ଦ୍ଧାରିତ ଏବଂ ଡାଇଭର୍ଟ ଟ୍ରେନର ତାଲିକା ଆପଣଙ୍କ ପରଦାରେ ଦେଖାଯିବ, ଯାହା ଦ୍ୱାରା ଆପଣ ଆପଣଙ୍କର ଆବଶ୍ୟକତା ଅନୁଯାୟୀ ସୂଚନା ପାଇପାରିବେ ।