ରେଲୱେ ବାତିଲ କଲା ପୁଣି ୧୭୯ ଟ୍ରେନ୍, ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍
Advertisement
Article Detail0/zeeodisha/odisha1293457

ରେଲୱେ ବାତିଲ କଲା ପୁଣି ୧୭୯ ଟ୍ରେନ୍, ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍

Train Cancelled List: ଆଜି ଅନେକ ଟ୍ରେନ ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ କରାଯାଇଛି । ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । 

ରେଲୱେ ବାତିଲ କଲା ପୁଣି ୧୭୯ ଟ୍ରେନ୍, ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍

ନୂଆଦିଲ୍ଲୀ: Train Cancelled List: ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏହା ଲୋକଙ୍କ ଜୀବନ ଉପରେ ସିଧାସଳଖ ପ୍ରଭାବ ପକାଇଛି । ଏହି କାରଣରୁ ପରିବହନ ସୁବିଧା ମଧ୍ୟ ପ୍ରଭାବିତ ହୋଇଛି । ଏହାସହ ଟ୍ରେନ୍ ସେବା ମଧ୍ୟ ପ୍ରଭାବିତ ହୋଇଛି । ତେଣୁ ଭାରତୀୟ ରେଳବାଇ (Indian Railways) କୁ ଆଜି ଅର୍ଥାତ ଅଗଷ୍ଟ ୮ରେ ମଧ୍ୟ ଅନେକ ଟ୍ରେନ୍ ବାତିଲ କରିବାକୁ ପଡିଛି । ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । ଏଭଳି ପରିସ୍ଥିତିରେ ଯାତ୍ରାକୁ କରିବା ପୂର୍ବରୁ ଏହା ଜାଣିବା ଜରୁରୀ ଯେ ଆପଣଙ୍କର ଟ୍ରେନ୍ ବାତିଲ ହୋଇଛି କି ଡାଇଭର୍ଟ ହୋଇଛି ନା ରିଶିଡ୍ୟୁଲ କରାଯାଇଛି । 

ଆଜି ଅନେକ ଟ୍ରେନ ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ କରାଯାଇଛି । ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ଆଜି ଅର୍ଥାତ୍ ଅଗଷ୍ଟ ୮ରେ ରେଲୱେ ମୋଟ ୧୭୯ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଏଥି ସହିତ ମୋଟ ୧୩ଟି ଟ୍ରେନ୍ ରିଶିଡ୍ୟୁଲ କରିଛି ଓ ୧୩ଟି ଟ୍ରେନ୍ ଡାଇଭର୍ଟ ବା ସେମାନଙ୍କର ମାର୍ଗ ପରିବର୍ତ୍ତନ କରାଯାଇଛି । 

ଏହା ବି ପଢ଼ନ୍ତୁ:-ଉଦ୍ଧବ ଠାକରେଙ୍କ ଚରଣରେ ଏକନାଥ ସିନ୍ଦେ ଗୋଷ୍ଠୀ!

ଏହା ବି ପଢ଼ନ୍ତୁ:-CWG 2022 ରେ ଭାରତ ଉପରେ ପଦକ ବର୍ଷା, ଜାଣନ୍ତୁ କ'ଣ ପ୍ରକୃତରେ ସୁନା ଓ ରୁପାରେ ନିର୍ମିତ ହୋଇଥାଏ ଏହି ମେଡଲ?

ଏହା ବି ପଢ଼ନ୍ତୁ:-ଇମ୍ରାନ ଖାନ ଗିରଫ? ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଘର ବାହାରେ ପୋଲିସ ମୁତୟନ, ଜାଣନ୍ତୁ ପୂରା ମାମଲା

ଯଦି ଆପଣ ମଧ୍ୟ ବାତିଲ୍, ରିଶିଡ୍ୟୁଲ ଏବଂ ଡାୟଭର୍ଟ ଟ୍ରେନ୍ ଗୁଡ଼ିକର ତାଲିକା ଚେକ୍ କରିବାକୁ ଚାହୁଁଛନ୍ତି, ତେବେ ଆପଣ କିଛି ସହଜ ପଦକ୍ଷେପ ଅନୁସରଣ କରି ଏହାକୁ ଚେକ୍ କରିପାରିବେ । ତେବେ ଆସନ୍ତୁ ଜାଣିବା ଏହି ପଦ୍ଧତି ବିଷୟରେ- 

ଏହିପରି ଦେଖନ୍ତୁ ଆପଣଙ୍କର ଟ୍ରେନ୍ ସ୍ଥିତି

ଭାରତୀୟ ରେଳବାଇ ଦ୍ୱାରା ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ, ଆପଣଙ୍କୁ ପ୍ରଥମେ enquiry.indianrail.gov.in/mntes/ କୁ ଯିବାକୁ ପଡିବ । ତା’ପରେ ସେଠାରେ ଆପଣ ସ୍କ୍ରିନର ଡାହାଣ ପାର୍ଶ୍ୱରେ ଥିବା ଉପର ପ୍ୟାନେଲରେ  Exceptional Trains ଲେଖା ଦେଖିବେ, ଏଥିରେ କ୍ଲିକ୍ କରନ୍ତୁ । ଆପଣ ଏହା ଉପରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କୁ ଅନେକ ବିକଳ୍ପ ଦେଖିବାକୁ ମିଳିବ, ସେଥିମଧ୍ୟରୁ ଗୋଟିଏ ବାତିଲ ହୋଇଥିବା ଟ୍ରେନ୍ ପାଇଁ ହେବ । ଯଦି ଆପଣ ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ ଚାହାଁନ୍ତି, ତେବେ ଏଥିରେ କ୍ଲିକ୍ କରନ୍ତୁ । ଏହା ପରେ ବାତିଲ, ପୁନଃନିର୍ଦ୍ଧାରିତ ଏବଂ ଡାଇଭର୍ଟ ଟ୍ରେନର ତାଲିକା ଆପଣଙ୍କ ପରଦାରେ ଦେଖାଯିବ, ଯାହା ଦ୍ୱାରା ଆପଣ ଆପଣଙ୍କର ଆବଶ୍ୟକତା ଅନୁଯାୟୀ ସୂଚନା ପାଇପାରିବେ ।