ରେଲୱେ ବାତିଲ କଲା ପୁଣି ୨୦୦ ଟ୍ରେନ୍, ଜାଣନ୍ତୁ ତାଲିକାରେ ଓଡ଼ିଶା କେଉଁ କେଉଁ ଟ୍ରେନ ରହିଛି ସାମିଲ; ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍
Advertisement
Article Detail0/zeeodisha/odisha1347808

ରେଲୱେ ବାତିଲ କଲା ପୁଣି ୨୦୦ ଟ୍ରେନ୍, ଜାଣନ୍ତୁ ତାଲିକାରେ ଓଡ଼ିଶା କେଉଁ କେଉଁ ଟ୍ରେନ ରହିଛି ସାମିଲ; ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍

 Train Cancelled List 12 September 2022: ଆଜି ଅନେକ ଟ୍ରେନ ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ କରାଯାଇଛି । ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି ।

ରେଲୱେ ବାତିଲ କଲା ପୁଣି ୨୦୦ ଟ୍ରେନ୍, ଜାଣନ୍ତୁ ତାଲିକାରେ ଓଡ଼ିଶା କେଉଁ କେଉଁ ଟ୍ରେନ ରହିଛି ସାମିଲ; ଘରୁ ବାହାରିବା ପୂର୍ବରୁ ଦେଖି ନିଅନ୍ତୁ ପୂରା ଲିଷ୍ଟ୍

ନୂଆଦିଲ୍ଲୀ: Train Cancelled List 12 September 2022: ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏହା ଲୋକଙ୍କ ଜୀବନ ଉପରେ ସିଧାସଳଖ ପ୍ରଭାବ ପକାଇଛି । ଏହି କାରଣରୁ ପରିବହନ ସୁବିଧା ମଧ୍ୟ ପ୍ରଭାବିତ ହୋଇଛି । ଏହାସହ ଟ୍ରେନ୍ ସେବା ମଧ୍ୟ ପ୍ରଭାବିତ ହୋଇଛି । ତେଣୁ ଭାରତୀୟ ରେଳବାଇ (Indian Railways) କୁ ଆଜି ଅର୍ଥାତ ସେପ୍ଟେମ୍ୱର ୧୨ରେ ମଧ୍ୟ ଅନେକ ଟ୍ରେନ୍ ବାତିଲ କରିବାକୁ ପଡିଛି । ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । ଏଭଳି ପରିସ୍ଥିତିରେ ଯାତ୍ରାକୁ କରିବା ପୂର୍ବରୁ ଏହା ଜାଣିବା ଜରୁରୀ ଯେ ଆପଣଙ୍କର ଟ୍ରେନ୍ ବାତିଲ ହୋଇଛି କି ଡାଇଭର୍ଟ ହୋଇଛି ନା ରିଶିଡ୍ୟୁଲ କରାଯାଇଛି । 

ଆଜି ଅନେକ ଟ୍ରେନ ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ କରାଯାଇଛି । ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ଆଜି ଅର୍ଥାତ୍ ସେପ୍ଟେମ୍ୱର ୧୨ରେ ରେଲୱେ ମୋଟ ୨୦୦ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଏଥି ସହିତ ମୋଟ ୧୧ଟି ଟ୍ରେନ୍ ରିଶିଡ୍ୟୁଲ କରିଛି ଓ ୪୮ଟି ଟ୍ରେନ୍ ଡାଇଭର୍ଟ ବା ସେମାନଙ୍କର ମାର୍ଗ ପରିବର୍ତ୍ତନ କରାଯାଇଛି । 

ବାତିଲ ହୋଇଥିବା ଟ୍ରେନଗୁଡ଼ିକ ମଧ୍ୟରୁ ଉତ୍ତର ପ୍ରଦେଶ, ଝାରଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟ ପ୍ରଦେଶ, ପଶ୍ଚିମବଙ୍ଗ, ଓଡ଼ିଶା, କର୍ଣ୍ଣାଟକ, ଆନ୍ଧ୍ର ପ୍ରଦେଶ ଏବଂ ବିହାର ଯାଉଥିବା ଟ୍ରେନ ସାମିଲ ରହିଛି । ବିଗତ କିଛି ଦିନ ଧରି ଓଡିଶା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଆଦି ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଆସୁଛି । ରେଳ ଚଳାଚଳ ଉପରେ ଏହାର ସିଧାସଳଖ ପ୍ରଭାବ ପଡିଥାଏ । ଏହା ସହିତ ଟ୍ରାଫିକ୍ ବ୍ଲକ୍ ଓ ରେଳ ଟ୍ରାକ୍ ମରାମତି ଯୋଗୁଁ ଟ୍ରେନ୍ ଗୁଡିକ ମଧ୍ୟ ବାତିଲ୍ କରିବାକୁ ପଡିଛି । ପ୍ରତିଦିନ ଶହ ଶହ ଟ୍ରେନ୍ ରେଳ ଟ୍ରାକ୍ ଦେଇ ଯାଇଥାଏ ।

ଏହା ବି ପଢ଼ନ୍ତୁ:-ଜୀବନରେ କେବେବି ହେବନି ହୃଦଘାତ! କେବଳ ପରିବର୍ତ୍ତନ କରନ୍ତୁ ଆପଣଙ୍କ ଏହି ୬ଟି ଅଭ୍ୟାସ

ଏହା ବି ପଢ଼ନ୍ତୁ:-ଉଦ୍ଧବଙ୍କୁ ଆଉ ଏକ ବଡ଼ ଝଟକା ଦେବାକୁ ଯାଉଥିଲେ ସିନ୍ଦେ, ଖେଳ ବିଗାଡ଼ିଲେ ଶିବସେନା ସାଂସଦଙ୍କ ପୁଅ

ଏହା ବି ପଢ଼ନ୍ତୁ:-'ନିଜ ଆସନ ଯାଏ ସୀମିତ ରୁହ', ଜାଣନ୍ତୁ କାହିଁକି ନିଜ ଦଳର ସାଂସଦ ମହୁଆ ମୈତ୍ରଙ୍କ ଉପରେ ଖୋଲାଖୋଲି ଭାବେ ବର୍ଷିଲେ ମମତା ବାନାର୍ଜୀ

ଯଦି ଆପଣ ମଧ୍ୟ ବାତିଲ୍, ରିଶିଡ୍ୟୁଲ ଏବଂ ଡାୟଭର୍ଟ ଟ୍ରେନ୍ ଗୁଡ଼ିକର ତାଲିକା ଚେକ୍ କରିବାକୁ ଚାହୁଁଛନ୍ତି, ତେବେ ଆପଣ କିଛି ସହଜ ପଦକ୍ଷେପ ଅନୁସରଣ କରି ଏହାକୁ ଚେକ୍ କରିପାରିବେ । ତେବେ ଆସନ୍ତୁ ଜାଣିବା ଏହି ପଦ୍ଧତି ବିଷୟରେ- 

ଏହିପରି ଦେଖନ୍ତୁ ଆପଣଙ୍କର ଟ୍ରେନ୍ ସ୍ଥିତି

ଭାରତୀୟ ରେଳବାଇ ଦ୍ୱାରା ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ, ଆପଣଙ୍କୁ ପ୍ରଥମେ enquiry.indianrail.gov.in/mntes/ କୁ ଯିବାକୁ ପଡିବ । ତା’ପରେ ସେଠାରେ ଆପଣ ସ୍କ୍ରିନର ଡାହାଣ ପାର୍ଶ୍ୱରେ ଥିବା ଉପର ପ୍ୟାନେଲରେ  Exceptional Trains ଲେଖା ଦେଖିବେ, ଏଥିରେ କ୍ଲିକ୍ କରନ୍ତୁ । ଆପଣ ଏହା ଉପରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କୁ ଅନେକ ବିକଳ୍ପ ଦେଖିବାକୁ ମିଳିବ, ସେଥିମଧ୍ୟରୁ ଗୋଟିଏ ବାତିଲ ହୋଇଥିବା ଟ୍ରେନ୍ ପାଇଁ ହେବ । ଯଦି ଆପଣ ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ ଚାହାଁନ୍ତି, ତେବେ ଏଥିରେ କ୍ଲିକ୍ କରନ୍ତୁ । ଏହା ପରେ ବାତିଲ, ପୁନଃନିର୍ଦ୍ଧାରିତ ଏବଂ ଡାଇଭର୍ଟ ଟ୍ରେନର ତାଲିକା ଆପଣଙ୍କ ପରଦାରେ ଦେଖାଯିବ, ଯାହା ଦ୍ୱାରା ଆପଣ ଆପଣଙ୍କର ଆବଶ୍ୟକତା ଅନୁଯାୟୀ ସୂଚନା ପାଇପାରିବେ ।