Train Cancelled List 16 September 2022: ବିଗତ କିଛି ଦିନ ଧରି ଓଡିଶା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଆଦି ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଆସୁଛି । ରେଳ ଚଳାଚଳ ଉପରେ ଏହାର ସିଧାସଳଖ ପ୍ରଭାବ ପଡିଥାଏ । ହା ସହିତ ଟ୍ରାଫିକ୍ ବ୍ଲକ୍ ଓ ରେଳ ଟ୍ରାକ୍ ମରାମତି ଯୋଗୁଁ ଟ୍ରେନ୍ ଗୁଡିକ ମଧ୍ୟ ବାତିଲ୍ କରିବାକୁ ପଡିଛି । ପ୍ରତିଦିନ ଶହ ଶହ ଟ୍ରେନ୍ ରେଳ ଟ୍ରାକ୍ ଦେଇ ଯାଇଥାଏ ।
Trending Photos
ନୂଆଦିଲ୍ଲୀ: Train Cancelled List 16 September 2022: ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ଦେଖାଦେଇଛି । ଏହା ଲୋକଙ୍କ ଜୀବନ ଉପରେ ସିଧାସଳଖ ପ୍ରଭାବ ପକାଇଛି । ଏହି କାରଣରୁ ପରିବହନ ସୁବିଧା ମଧ୍ୟ ପ୍ରଭାବିତ ହୋଇଛି । ଏହାସହ ଟ୍ରେନ୍ ସେବା ମଧ୍ୟ ପ୍ରଭାବିତ ହୋଇଛି । ତେଣୁ ଭାରତୀୟ ରେଳବାଇ (Indian Railways) କୁ ଆଜି ଅର୍ଥାତ ସେପ୍ଟେମ୍ୱର ୧୬ରେ ମଧ୍ୟ ଅନେକ ଟ୍ରେନ୍ ବାତିଲ କରିବାକୁ ପଡିଛି । ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଟ୍ରେନରେ ଯାତ୍ରା କରନ୍ତି । ଏଭଳି ପରିସ୍ଥିତିରେ ଯାତ୍ରାକୁ କରିବା ପୂର୍ବରୁ ଏହା ଜାଣିବା ଜରୁରୀ ଯେ ଆପଣଙ୍କର ଟ୍ରେନ୍ ବାତିଲ ହୋଇଛି କି ଡାଇଭର୍ଟ ହୋଇଛି ନା ରିଶିଡ୍ୟୁଲ କରାଯାଇଛି ।
ଆଜି ଅନେକ ଟ୍ରେନ ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ କରାଯାଇଛି । ଏହି ଡାଇଭର୍ଟ, ରିଶିଡ୍ୟୁଲ ଏବଂ ବାତିଲ ଟ୍ରେନ୍ ଗୁଡିକରେ ଏକ୍ସପ୍ରେସ ଟ୍ରେନ୍, ମେଲ୍ ଟ୍ରେନ୍ ଏବଂ ସମସ୍ତ ତିନି ପ୍ରକାରର ପ୍ରିମିୟମ୍ ଟ୍ରେନ୍ ସାମିଲ ରହିଛି । ଆଜି ଅର୍ଥାତ୍ ସେପ୍ଟେମ୍ୱର ୧୬ରେ ରେଲୱେ ମୋଟ ୨୫୪ ଟ୍ରେନ୍ ବାତିଲ କରିବାକୁ ନିଷ୍ପତ୍ତି ନେଇଛି । ଏଥି ସହିତ ମୋଟ ୮ଟି ଟ୍ରେନ୍ ରିଶିଡ୍ୟୁଲ କରିଛି ଓ ୩୦ଟି ଟ୍ରେନ୍ ଡାଇଭର୍ଟ ବା ସେମାନଙ୍କର ମାର୍ଗ ପରିବର୍ତ୍ତନ କରାଯାଇଛି ।
ବାତିଲ ହୋଇଥିବା ଟ୍ରେନଗୁଡ଼ିକ ମଧ୍ୟରୁ ଉତ୍ତର ପ୍ରଦେଶ, ଝାରଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ର, ଦିଲ୍ଲୀ, ମଧ୍ୟ ପ୍ରଦେଶ, ପଶ୍ଚିମବଙ୍ଗ, ଓଡ଼ିଶା, କର୍ଣ୍ଣାଟକ, ଆନ୍ଧ୍ର ପ୍ରଦେଶ ଏବଂ ବିହାର ଯାଉଥିବା ଟ୍ରେନ ସାମିଲ ରହିଛି । ବିଗତ କିଛି ଦିନ ଧରି ଓଡିଶା, ମହାରାଷ୍ଟ୍ର, ମଧ୍ୟ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ ଆଦି ଦେଶର ଅନେକ ସ୍ଥାନରେ ପ୍ରବଳ ବର୍ଷା ହୋଇଆସୁଛି । ରେଳ ଚଳାଚଳ ଉପରେ ଏହାର ସିଧାସଳଖ ପ୍ରଭାବ ପଡିଥାଏ । ଏହା ସହିତ ଟ୍ରାଫିକ୍ ବ୍ଲକ୍ ଓ ରେଳ ଟ୍ରାକ୍ ମରାମତି ଯୋଗୁଁ ଟ୍ରେନ୍ ଗୁଡିକ ମଧ୍ୟ ବାତିଲ୍ କରିବାକୁ ପଡିଛି । ପ୍ରତିଦିନ ଶହ ଶହ ଟ୍ରେନ୍ ରେଳ ଟ୍ରାକ୍ ଦେଇ ଯାଇଥାଏ ।
ଓଡ଼ିଶାର ଏହି ଟ୍ରେନଗୁଡ଼ିକ ବାତିଲ ହୋଇଛି
08263 TIG-BSP PAS SPL
TITLAGARH (TIG) - BILASPUR JN. (BSP)
08264 BSP-TIG SPL
BILASPUR JN. (BSP) - TITLAGARH (TIG)
08275 R-JNRD PASSENGER SPL
RAIPUR JN (R) - JUNAGARH ROAD (JNRD)
08276 JNRD-R PASSENGER SPL
JUNAGARH ROAD (JNRD) - RAIPUR JN (R)
08277 TIG-R PASS SPL
TITLAGARH (TIG) - RAIPUR JN (R)
08278 R-TIG PASS SPL
RAIPUR JN (R) - TITLAGARH (TIG)
08317 SBP-JNRD PASS SPECIAL
SAMBALPUR (SBP) - JUNAGARH ROAD (JNRD)
08318 JNRD-SBP PASSENGER SPL
JUNAGARH ROAD (JNRD) - SAMBALPUR (SBP)
08429 BBS-NXNR PASS SPECIAL
BHUBANESWAR (BBS) - NUAGAON ROAD (NXNR)
08430 NXNR-BBS PASS SPECIAL
NUAGAON ROAD (NXNR) - BHUBANESWAR (BBS)
ଅଧିକ ପଢ଼ନ୍ତୁ:-ଏକନାଥ ସିନ୍ଦେଙ୍କୁ ଏହି ଡିଲ୍ ବଦଳରେ ବିଜେପି ଠାରୁ ମିଳିଛି ମୁଖ୍ୟମନ୍ତ୍ରୀ ଗାଦି!
ଅଧିକ ପଢ଼ନ୍ତୁ:-ନୀତିଶ କୁମାରଙ୍କ ସହ ସାକ୍ଷାତ ପରେ ପ୍ରଶାନ୍ତ କିଶୋର କଲେ ବଡ଼ ଘୋଷଣା!
ଅଧିକ ପଢ଼ନ୍ତୁ:-ବିୟର ପିଉଥିବା ଲୋକମାନେ ସାବଧାନ! ସ୍ୱାସ୍ଥ୍ୟକୁ ପହଞ୍ଚାଇଥାଏ ଏହି ୮ଟି କ୍ଷତି
ଯଦି ଆପଣ ମଧ୍ୟ ବାତିଲ୍, ରିଶିଡ୍ୟୁଲ ଏବଂ ଡାୟଭର୍ଟ ଟ୍ରେନ୍ ଗୁଡ଼ିକର ତାଲିକା ଚେକ୍ କରିବାକୁ ଚାହୁଁଛନ୍ତି, ତେବେ ଆପଣ କିଛି ସହଜ ପଦକ୍ଷେପ ଅନୁସରଣ କରି ଏହାକୁ ଚେକ୍ କରିପାରିବେ । ତେବେ ଆସନ୍ତୁ ଜାଣିବା ଏହି ପଦ୍ଧତି ବିଷୟରେ-
ଏହିପରି ଦେଖନ୍ତୁ ଆପଣଙ୍କର ଟ୍ରେନ୍ ସ୍ଥିତି
ଭାରତୀୟ ରେଳବାଇ ଦ୍ୱାରା ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ, ଆପଣଙ୍କୁ ପ୍ରଥମେ enquiry.indianrail.gov.in/mntes/ କୁ ଯିବାକୁ ପଡିବ । ତା’ପରେ ସେଠାରେ ଆପଣ ସ୍କ୍ରିନର ଡାହାଣ ପାର୍ଶ୍ୱରେ ଥିବା ଉପର ପ୍ୟାନେଲରେ Exceptional Trains ଲେଖା ଦେଖିବେ, ଏଥିରେ କ୍ଲିକ୍ କରନ୍ତୁ । ଆପଣ ଏହା ଉପରେ କ୍ଲିକ୍ କରିବା ମାତ୍ରେ ଆପଣଙ୍କୁ ଅନେକ ବିକଳ୍ପ ଦେଖିବାକୁ ମିଳିବ, ସେଥିମଧ୍ୟରୁ ଗୋଟିଏ ବାତିଲ ହୋଇଥିବା ଟ୍ରେନ୍ ପାଇଁ ହେବ । ଯଦି ଆପଣ ବାତିଲ ହୋଇଥିବା ଟ୍ରେନର ତାଲିକା ଦେଖିବାକୁ ଚାହାଁନ୍ତି, ତେବେ ଏଥିରେ କ୍ଲିକ୍ କରନ୍ତୁ । ଏହା ପରେ ବାତିଲ, ପୁନଃନିର୍ଦ୍ଧାରିତ ଏବଂ ଡାଇଭର୍ଟ ଟ୍ରେନର ତାଲିକା ଆପଣଙ୍କ ପରଦାରେ ଦେଖାଯିବ, ଯାହା ଦ୍ୱାରା ଆପଣ ଆପଣଙ୍କର ଆବଶ୍ୟକତା ଅନୁଯାୟୀ ସୂଚନା ପାଇପାରିବେ ।