ଏସ୍‌ସିବିକୁ ସ୍ଥାନାନ୍ତରିତ ହେଲେ ପଦ୍ମଶ୍ରୀ କମଳା ପୂଜାରୀ
Advertisement
Article Detail0/zeeodisha/odisha2341705

ଏସ୍‌ସିବିକୁ ସ୍ଥାନାନ୍ତରିତ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

Kamala pujari: ଏସ୍‌ସିବି ମେଡିସିନ୍‌ ବିଭାଗର ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ୪ଜଣିଆ ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି।

ଏସ୍‌ସିବିକୁ ସ୍ଥାନାନ୍ତରିତ ହେଲେ ପଦ୍ମଶ୍ରୀ କମଳା ପୂଜାରୀ

କଟକ: ଗତ କିଛି ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଗତ ମଙ୍ଗଳବାର ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଏକ ସ୍ୱତନ୍ତ୍ର କ୍ୟାବିନରେ ରଖାଯିବା ସହ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ। ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଆଜି କଟକ ଏସସିବିରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ ଯେ, ଆଜି ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସ୍‌ସିବିର ମେଡିସିନ୍‌ ବିଭାଗ ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି। କିଡ୍‌ନୀ ଜନିତ ସମସ୍ୟା ସହ ଜ୍ବର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ। ଏସ୍‌ସିବି ମେଡିସିନ୍‌ ବିଭାଗର ପ୍ରଫେସର ଡା. ଜୟନ୍ତ ପଣ୍ଡାଙ୍କ ନେତୃତ୍ୱରେ ଏକ ୪ଜଣିଆ ଡାକ୍ତରୀ ଟିମ୍‌ ତାଙ୍କର ଚିକିତ୍ସା କରୁଛନ୍ତି। ମେଡିସିନ୍‌ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ୍‌ ବିଭାଗର ୪ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍‌ ଗଠନ କରାଯାଇଛି। ପୂର୍ବରୁ ବହୁବାର ମଧ୍ୟ କମଳା ପୂଜାରୀ ଏସ୍‌ସିବି ମେଡିକାଲ ଆସି ଚିକିତ୍ସିତ ହୋଇଯାଇଥିଲେ। 

ତେବେ କୋରାପୁଟ ଜିଲ୍ଲା ପାତ୍ରପୁଟ ଗ୍ରାମର କମଳା ପୂଜାରୀ ଲୋପ ପାଇଯାଉଥିବା ଶହେରୁ ଉର୍ଦ୍ଧ୍ୱ ସ୍ୱଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି,ସେଗୁଡିକର ସଂରକ୍ଷଣ କରିପାରିଛନ୍ତି ।ଏଥିପାଇଁ ସେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି।