ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ଜନ୍ମସ୍ଥଳୀ ପରିଦର୍ଶନ କରିଛନ୍ତି।
ସେ କହିଥିଲେ ଯେ ରାଜ୍ୟ ସରକାର ୧୦୦ ଦିନ ଭିତରେ ‘ସମୃଦ୍ଧ କୃଷକ ନୀତି’ ଆଣୁଛନ୍ତି। ଏ ନୀତି ଆସିଲେ କୃଷକ ଭାଇଭଉଣୀମାନଙ୍କର ଅନେକ ସମସ୍ୟାର ସମାଧାନ ହୋଇପାରିବ।
ଗ୍ରାମବାସୀଙ୍କ ସହିତ କଥୋପକଥନ ସମୟରେ ସେ କହିଥିଲେ ଯେ ଆମ ସଂକଳ୍ପ ପତ୍ରରେ ଦିଆଯାଇଥିବା ପ୍ରତିଶୃତିଗୁଡିକ ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି। ଏସବୁ ଖୁବ୍ ଶୀଘ୍ର ପୂରଣ ହେବ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସୁଆଣ୍ଡୋ ଗ୍ରାମ ବୁଲି ଲୋକଙ୍କ ସହିତ ମିଶିଥିଲେ।
ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଓ ସାଂସଦମାନେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ସୁଆଣ୍ଡୋରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତି ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।
ट्रेन्डिंग फोटोज़