Advertisement
Photo Details/zeeodisha/odisha2311884
photoDetails0hindi

Odisha Cm Mohan Majhi: କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପ ମୁଖ୍ୟମନ୍ତ୍ରୀ

Odisha Cm Mohan Majhi: ନୂଆ କରି ରାଜ୍ୟରେ ସରକାର ଗଢିଛି ବିଜେପି। ସରକାର ଗଢିବା ପରେ ପ୍ରଥମ ଥର ତିନି ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂଦେଓ । 

1/4

ଗତକାଲି ନୂଆଦିଲ୍ଲୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହ ଦେଓ। ରାଷ୍ଟ୍ରପତି ଭବନରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ। 

2/4

ଗତକାଲ୍ ମଧ୍ୟ ଦିଲ୍ଲୀରେ  ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଏହା ପରେ ସେ ନିଜର ପ୍ରତିକ୍ରିୟା ରଖିଛନ୍ତି । 

 

3/4

ପ୍ରଧାନମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଥିଲା। ଏବଂ ନୂଆ ଓଡ଼ିଶା ଗଠନ ପାଇଁ ଆଗାମୀ ୫ ବର୍ଷରେ କାର୍ଯ୍ୟକ୍ରମ ହେବ ବୋଲି ସେ କହିଛନ୍ତି । 

 

4/4

ସେହି କ୍ରମରେ ଆଜି ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମହାନ୍ତି, ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ନୂଆଦିଲ୍ଲୀରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଗଜେନ୍ଦ୍ର ସିଂ ଶେଖାୱତ୍ ଙ୍କୁ ସାକ୍ଷାତ କରୁଛନ୍ତି ।