Advertisement
Photo Details/zeeodisha/odisha2131321
photoDetails0hindi

Mission Shakti: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବିନା ସୁଧରେ ମିଳିବ ୧୦ ଲକ୍ଷ ଟଙ୍କା!

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ପ୍ରାୟ ୭୦ ଲକ୍ଷ ସୟଂ ସହାୟକ ଗୋଷ୍ଠିର ମା’ମାନଙ୍କ ପାଇଁ ସ୍ୱତନ୍ତ୍ର ଋଣ ବ୍ୟବସ୍ଥା କରିଛନ୍ତି । ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମିଶନ ଶକ୍ତିର ମହିଳାଙ୍କୁ ଋଣ ପ୍ରଦାନ କରାଯିବ । ଏଥିସହିତ ମିଶନ ଶକ୍ତି ମା’ ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ସହାୟତା ସହ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ

1/5

ଭୁବନେଶ୍ୱରର ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରଠାରେ ଆଜି ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଥିଲେ ଯେ, ମିଶନ ଶକ୍ତି ମୋର ସବୁଠାରୁ ପ୍ରିୟ କାର୍ଯ୍ୟକ୍ରମ । ମା’ ମାନଙ୍କ ସମ୍ମାନ ଓ ଉନ୍ନତି ପାଇଁ ମୋ ସରକାର ନିରନ୍ତର ଭାବେ କାମ କରିଛି । ସେ ଆହୁରି ମଧ୍ୟ କହିଥିଲେ ଯେ, ଏକ ସ୍ୱତନ୍ତ୍ର ଜୀବିକା ଅର୍ଜନ ପଦକ୍ଷେପ ମାଧ୍ୟମରେ ମିଶନ ଶକ୍ତିର ମହିଳାଙ୍କୁ ୮ ହଜାର କୋଟି ଟଙ୍କାର ସରକାରୀ ବିଜିନେସ୍ ସହାୟତା ଯୋଗାଇ ଦିଆଯାଇଛି। ମହିଳାମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ସହଯୋଗୀ ହୋଇପାରିଛନ୍ତି

 

2/5

ନୂଆ ଓଡିଶା ଗଠନରେ ମିଶନ ଶକ୍ତି ମହିଳାଙ୍କ ଭୂମିକା ରହିଛି । ଆଜି ମିଶନ ଶକ୍ତି ମହିଳାଙ୍କ ଭଲ କାମ କେବଳ ଦେଶ ନୁହେଁ ବିଦେଶରେ ମଧ୍ୟ ପହଞ୍ଚି ପାରିଛି । ସ୍ୱୟଂ ସହାୟକ ଗୋଷ୍ଠିର ମହିଳା ଦୁବାଇ ଓ ସିଙ୍ଗାପୁରକୁ exposure visit ରେ ଯାଉଛନ୍ତି । ଆଗକୁ ଅଧିକରୁ ଅଧିକ ମହିଳା ବିଦେଶ ଯିବାର ସୌଭାଗ୍ୟ ପାଇବେ ।

3/5

ସ୍ୱୟଂ ସହାୟକ ଗୋଷ୍ଠିର ମହିଳାମାନେ SHG ରୁ SME ଆଡକୁ ଆଗଉଛନ୍ତି । ଆଜି ସ୍ୱୟଂ ସହାୟକ ଗୋଷ୍ଠିର ମହିଳାମାନେ Corporate ସହିତ ଯୋଡି ହେବା ସହ ବିଜିନେସ୍‌ କରିବା ପାଇଁ ଆଗଉଛନ୍ତି  ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସେଥିପାଇଁ ରାଜ୍ୟର ୭୦ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠିର ସଦସ୍ୟା ଓ ୧.୫ ଲକ୍ଷ ଏସ.ଏଚ୍.ଜି. ଲିଡର ମାନଙ୍କ ପାଇଁ ୟୁନିଫର୍ମ ଓ ବ୍ଲେଜର ପାଇଁ ୭୩୦ କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି

 

4/5

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ଯେ, ମିଶନ ଶକ୍ତିର ମହିଳାମାନଙ୍କ ଦ୍ୱାରା ତିଆରି ଜିନିଷର ବିକ୍ରି ପାଇଁ ମିଶନ ଶକ୍ତି ବଜାର କରାଯାଉଛି। ଭୁବନେଶ୍ୱରରେ ଆଜି ଏକ ଅତ୍ୟାଧୁନିକ ମିଶନ ଶକ୍ତି ବଜାର ବ୍ୟବସ୍ଥା କରାଯିବ । ଆଗାମି ୫ ବର୍ଷ ମଧ୍ୟରେ ସମଗ୍ର ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଓ Retail Outletର ବ୍ୟବସ୍ଥା ହେବ ।

5/5

ଚଳିତ ବର୍ଷ ମିଶନ ଶକ୍ତି ମହିଳାମାନେ ୧୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ସୁବିଧା ପାଇଛନ୍ତି। ଆସନ୍ତା ୫ ବର୍ଷ ମଧ୍ୟରେ ମହିଳାମାନଙ୍କୁ ୭୫ ହଜାର କୋଟି ଟଙ୍କାର ବ୍ୟାଙ୍କ ଋଣ ଯୋଗାଇ ଦିଆଯିବ । ଏଣିକି ରାଜ୍ୟର ମାଆମାନେ ବିନା ସୁଧରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବ୍ୟାଙ୍କ ଋଣ ନେଇପାରିବେ । ଯେଉଁଥିରେ ସମସ୍ତ ସୁଧ ରାଜ୍ୟ ସରକାର ବହନ କରିବେ । ଏହା ଦ୍ୱାରା ମିଶନ ଶକ୍ତି ମହିଳାଙ୍କର ଟଙ୍କା ସଞ୍ଚୟ ହୋଇପାରିବ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫ ଓ ଫେଡେରେସନ ଲିଡର ମାନେ ବହୁତ ଭଲ କାମ କରୁଛନ୍ତି । ଖୁବ୍‌ ଶୀଘ୍ର ସେମାନେ ମଧ୍ୟ ଖୁସି ଖବର ପାଇବେ । ସୁଧ ଫେରସ୍ତ ବ୍ୟବସ୍ଥାର ଶୁଭାରମ୍ଭ କରି ବରଗଡ ଜିଲ୍ଲା ମାଆ ଯମୁନା ଏସ୍.ଏଚ୍.ଜି. ଓ ଗଞ୍ଜାମ ଜିଲ୍ଲା ମାଆ ବିମଳା ଏସ୍‌.ଏଚ୍‌.ଜି.କୁ ଚେକ୍‌ ପ୍ରଦାନ କରିଥିଲେ ନବୀନ ।