Advertisement
Photo Details/zeeodisha/odisha2002466
photoDetails0hindi

Srimandira Prakalpa: କେତେ ଆଗେଇଛି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ, ଦେଖନ୍ତୁ ଫଟୋ

Srimandira Prakalpa:  ଶନିବାର ଭୋର ସମୟରେ ଶ୍ରୀମନ୍ଦିରର ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ସହ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି ୫ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି.କେ ପାଣ୍ତିଆନ । ସୂଚନା ଅନୁଯାୟୀ, ଶ୍ରୀ ଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ସମୀକ୍ଷା କରିଛନ୍ତି ପାଣ୍ତିଆନ। ଏହାସହ ଉକ୍ତ ରାସ୍ତାର ନିର୍ମାଣ କାର୍ଯ୍ୟ କେତେ ଦୂର ଅଗ୍ରଗତି ହୋଇଛି ତାହା ମଧ୍ଯ ଅନୁଧ୍ୟାନ କରିଛନ୍ତି । 

 

1/5

ଏନେଇ ଅଧିକାରୀମାନଙ୍କ ସହ ଆଲୋଚନା କରିବା ପରେ ଶୀଘ୍ର ରାସ୍ତା କାମ ସାରିବା ନେଇ ନିର୍ଦ୍ଦେଶ ଦେଇଛନ୍ତି। ସେପଟେ ବଡ଼ଦାଣ୍ଡରେ ଭକ୍ତ ଓ ଶ୍ରଦ୍ଧାଳୁମାନଙ୍କ ପାଇଁ ହେବାକୁ ଥିବା ଏସି କରିଡ଼ର ବ୍ୟବସ୍ଥାକୁ ମଧ୍ଯ ସମୀକ୍ଷା କରିଛନ୍ତି । 

 

2/5

ପୁରୀ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ରହି 5ଟି ଅଧ୍ୟକ୍ଷଙ୍କୁ କାର୍ଯ୍ୟ ସମ୍ପର୍କରେ  ଅବଗତ କରାଇଥିଲେ ।

3/5

ଜାନୁଆରି ୧୭ ତାରିଖରେ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ୬ ଦିନ ଧରି ମହାଯଜ୍ଞ ସହ ଚାରି ବେଦପାଠର ଆୟୋଜନ କରାଯାଇଛି। 

 

4/5

ଐଶାନ୍ୟକୋଣରେ ମହାଯଜ୍ଞର ଆୟୋଜନ ପାଇଁ ସ୍ଥିର ହୋଇଛି। ଏଣୁ ଆଜି ଶ୍ରୀମନ୍ଦିର ପ୍ରଶାସନ, ଜିଲ୍ଲା ପ୍ରଶାସନ, ଶ୍ରୀମନ୍ଦିର ପରିଚାଳନା କମିଟି, ମୁକ୍ତିମଣ୍ଡପ ବ୍ରାହ୍ମଣ, ଶ୍ରୀମନ୍ଦିର ଇଂଜିନିୟରମାନେ ଶ୍ରୀମନ୍ଦିର ଉତ୍ତରପାର୍ଶ୍ବ ସ୍ଥିତି ଅନୁଧ୍ୟାନ କରିଛନ୍ତି। 

5/5

ସେପଟେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ପ୍ରଥମେ ନିମନ୍ତ୍ରଣ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।