Advertisement
Photo Details/zeeodisha/odisha2285574
photoDetails0hindi

Today Horoscope: କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡି଼ବେ ଏହି ରାଶିର ଲୋକେ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ସୋମବାର?

Horoscope Today 10 June 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁନ୍ ୧୦ ହେଉଛି ସୋମବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ:  ଆଜି ଆପଣଙ୍କୁ ସାବଧାନତା ସହ ଦୀନ ଚର୍ଯ୍ୟା କରିବାକୁ ପଡି଼ବ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କ୍ରୋଧକୁ ନିୟନ୍ତ୍ରଣରେ ନ ରଖିଲେ ଅସୁବିଧାରେ ପଡିବେ । ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ବିଛା ଶାରୀରିକ କ୍ଲେଶ ଅନୁଭବ କରିବେ ।ଆର୍ଥିକ ସମସ୍ୟାକୁ ନେଇ ଚିନ୍ତିତ ରହିବେ । 

 

2/12

ବୃଷ: ଆଜି ଆପଣ ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଆଳସ୍ୟ ପରାୟଣ ହେବେ । କର୍ମ କ୍ଷେତ୍ରରେ କାର୍ଯ୍ୟ ନିର୍ବାହରେ ବିଳମ୍ବ କରିବେ । ସୁସ୍ୱାଦୁ ଭୋଜନ ପ୍ରାପ୍ତ ହେବ । ଆୟ ଓ ବ୍ୟୟ ପ୍ରାୟ ସମାନ ରହିବ । ଦୂରଯାତ୍ରା ଅସଫଳ ହେବ ।   

 

3/12

ମିଥୁନ: ଆଜି ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତଯୋଗିତା କିମ୍ବା ପ୍ରତିଦ୍ୱନ୍ଦିତାରେ ସଫଳତା ପାଇ ପାରିବେ ।   

 

4/12

କର୍କଟ: ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ ପାଇପାରିବେ ।  

 

5/12

ସିଂହ: ଦିନଟିରେ ସତର୍କ ରୁହନ୍ତୁ । ତରବର ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । କର୍ମ କ୍ଷେତ୍ରରେ କର୍ମ ଚାପ ଲାଗି ରହିଛି । ଆୟ ଆଶାନୁରୂପ ହେବ । ଶାରୀରିକ କିମ୍ବା ମାନସିକ ଭାବେ ଆଘାତ ପ୍ରାପ୍ତ ହେବେ ।  

 

6/12

କନ୍ୟା: ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତିଶୃତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦାଇ ଅସହଯୋଗ କରିପାରନ୍ତି ।  

7/12

ତୁଳା: ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।  

 

8/12

ବିଛା: ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।  

 

9/12

ଧନୁ: ସ୍ୱାସ୍ଥ୍ୟଗତ ସମସ୍ୟା ଚିନ୍ତାର କାରଣ ହେବ । ଚିଡିଚିଡା ସ୍ୱଭାବର ହେବେ । କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ଆଶାନୁରୂପକ ହେବ । ବ୍ୟବସାୟରେ ଅଭିବୃଦ୍ଧି ହେବ । ଦୂରଯାତ୍ରାରୁ ନିବୃତ୍ତ ରୁହନ୍ତୁ । ଗାଡି ମଟର ଚାଳନାରୁ ନିବୃତ୍ତ ରୁହନ୍ତୁ । ଦୂରଯାତ୍ରା ବିପଦପୂର୍ଣ୍ଣ ହେବ । 

 

10/12

ମକର: କଷ୍ଟ ସ୍ୱୀକାର କଲେ ବି ଲାଭବାନ୍ ହେବେ । ଗୃହରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ଯାତ୍ରା ଶୁଭଦାୟକ ହେବ । ବ୍ୟବସାୟରେ ଲାଭଜନକ ହେବ । ବିବେକି ବ୍ୟକ୍ତି ଭାବେ ପରିଚୟ ସୃଷ୍ଟି କରିବେ । 

 

11/12

କୁମ୍ଭ: ଆଜି ଦିନଟି ଭଲରେ ଅତିବାହିତ ହେବ । ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ । ଜମିଜମା, ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହେବ ।  

 

12/12

ମୀନ: ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।