Advertisement
Photo Details/zeeodisha/odisha2330671
photoDetails0hindi

Today Horoscope: କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ବଢିପାରେ ଚାପ! ନିଜ ପ୍ରିୟଜନଙ୍କଠୁ ରୁହନ୍ତୁ ସାବଧାନ

Horoscope Today 11 july 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୧୧ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ:  ଆଜି ମଉଜ ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।

 

2/12

ବୃଷ:  ଦୃଢମନା ହେବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

 

3/12

ମିଥୁନ: ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ ।  

 

4/12

କର୍କଟ: ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ଉତ୍ତମ  ହେବ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

 

5/12

ସିଂହ: ସ୍ୱାସ୍ଥ୍ୟ ଭଲ ରହିବ । ଦୂରଯାତ୍ରା ଶୁଭପ୍ରଦ ହେବ । ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ । ପୂର୍ବରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ ।

 

6/12

କନ୍ୟା: ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

 

7/12

ତୁଳା: ଶରୀର ସୁସ୍ଥ ରହିବ ।  ମାନସିକ ଶାନ୍ତି ବଜାୟ ରହିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ । ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରନ୍ତୁ ।  

 

8/12

ବିଛା: ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେଇପାରେ । ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଦୂରଯାତ୍ରା କରନ୍ତୁ ନାହିଁ ।  

9/12

ଧନୁ: ନିଜ ସ୍ୱାସ୍ଥ୍ୟ ବିଷୟକୁ ନେଇ ଚିନ୍ତିତ ରହିବେ । ନିଜ ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ । ଦୂରଯାତ୍ରା ନକରିବା ଭଲ ।

 

10/12

ମକର: ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ର ଉଜ୍ଜଳମୟ ହେବ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ ଦିନଟି ଶୁଭପ୍ରଦ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ସେବା ପୂଜା ପାଇଁ ମନ ବଳିବ ।

 

11/12

କୁମ୍ଭ: ଦେହ ଓ ମନ ଭଲ ରହିବ । ଦିନଟିରେ ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ । ବ୍ୟବସାୟ ଲାଭପ୍ରଦ ହେବ । ଆୟ ବୃଦ୍ଧି ପାଇବ । ପଡୋଶୀ ମାନଙ୍କ  ସହ ମଧୁରତା ହେଖା ଦେବ । ପାରିବାରିକ ଜୀବନ ଶାନ୍ତରେ କଟିବ । ମଜଲିସରେ ଦିନ କାଟିବେ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ ।  

 

12/12

ମୀନ: ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ । ଜରୁରୀ କାର୍ଯ୍ୟ କିମ୍ବା ନିର୍ଣ୍ଣୟ ନିଅନ୍ତୁ ନାହିଁ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥନଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ । ବ୍ୟାପରରେ ବାଧା ଆସିପାରେ । ଦୂରଯାତ୍ରାକୁ ସ୍ଥଗିତ ରଖନ୍ତୁ ।