Advertisement
Photo Details/zeeodisha/odisha1741260
photoDetails0hindi

Horoscope Today 17 June 2023: ଏହିସବୁ ରାଶିଙ୍କ ଲାଗି ବଢିପାରେ ସମସ୍ୟା! ଜାଣନ୍ତୁ କେମିତି କଟିବ ଆପଣ ଶନିବାର

Horoscope Today: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା କେଉଁ ରାଶିର ଲୋକଙ୍କ ପାଇଁ କେମିତି ରହିବ ଆଜିର ଦିନ.. 

1/12

ମେଷ ରାଶି (Aries): ଆଜି ପାରିବାରିକ ଜୀବନରେ ଛୋଟ ବଡ଼ ବିବାଦ ଦେଖା ଦେବ । କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦାମ୍ପତିଙ୍କ ଲାଗି  ଦିନଟି ଭଲ ରହିବ ।

2/12

ବୃଷ ରାଶି ( Taurus): ଆଜି ପ୍ରାତଃ ସମୟର ଯାତ୍ରା ସଫଳ ହେବ । ସାମାଜିକ ସ୍ତରରେ ପ୍ରତିଷ୍ଠା ଲାଭ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମ ଜନିତ କାରଣରୁ ଶାରୀରିକ ଅସୁସ୍ଥତା ହୋଇପାରେ। ପରିବାରରେ ସମସ୍ୟା ଉପୁଜିପାରେ ।

3/12

ମିଥୁନ ରାଶି ( Gemini): ଆଜି ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ଲାଗି ରହିଲେ ମଧ୍ୟ ମନକଥା ମନରେ ମାରି ଚଳିବାକୁ ବାଧ୍ୟ ହେବେ । ଆର୍ଥିକ ସମସ୍ୟାର ସମାଧାନ ହେବ। ବ୍ୟବସାୟରେ କ୍ଷତି ସହିବାକୁ ପଡ଼ିବ । ବନ୍ଧୁଙ୍କ ସହ ମନ ମାଳିନ୍ୟ ହୋଇପାରେ । ବିଦ୍ୟାର୍ଥୀ ମାନେ ପାଠ ପଢାରେ ଦିନଟି ଅତିବାହିତ କରିବେ ।

4/12

କର୍କଟ ରାଶି (cancer): ଆଜି ଅର୍ଥ ସମ୍ପର୍କିତ ସମସ୍ୟା ସୃଷ୍ଟି ହେବ । ନିଜ ନିଜର ଫାଇଦା ଲାଗି ବନ୍ଧୁମାନେ ମନଲୋଭା କଥା କହିପାରନ୍ତି । ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିବା ଉଦ୍‌ବେଗର କାରଣ ହେବ। କର୍ମକ୍ଷେତ୍ରରେ ବ୍ୟସ୍ତବହୁଳତା ଲାଗି ରହିପାରେ। ପରିବାର ସହ ହସ ଖୁସିରେ ସମୟ ବିତିବ ।

5/12

ସିଂହ ରାଶି (Leo): ଯାନବାହନ ଚଳାଚଳ ସମୟରେ ସତର୍କତା ଅବଲମ୍ବନ କରନ୍ତୁ । ଆତ୍ମୀୟସ୍ବଜନଙ୍କ ପ୍ରତିଶ୍ରୁତି ଆପଣଙ୍କୁ ନୂତନ କର୍ମାରମ୍ଭ ପାଇଁ ପ୍ରେରଣା ପ୍ରଦାନ କରିବ। କୋର୍ଟ କଚେରୀ ମାମଲାରେ ଛନ୍ଦି ହୋଇପାରନ୍ତି । ଆର୍ଥିକ କ୍ଷତି ସହିବାକୁ ପଡ଼ିବ ।

6/12

କନ୍ୟା ରାଶି ( Virgo): ଆଜି ବାଣିଜ୍ୟ, ବ୍ୟବସାୟରେ ଶୁଭଫଳ ପାଇବେ । କାର୍ଯ୍ୟବ୍ୟସ୍ତ ଯୋଗୁଁ ପରିବାର ସହ ସମୟ ବିତାଇପାରିବେ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି। ଭୁଲ୍ ବୁଝାମଣା ଯୋଗୁଁ ସମ୍ପର୍କରେ ତିକ୍ତତା ଆସିପାରେ ।

7/12

ତୁଳା ରାଶି (Libra): ଆଜି ଶିକ୍ଷା, ସମ୍ପର୍କ ଓ ଆଲୋଚନା କ୍ଷେତ୍ରରେ କେତେକ ବ୍ୟତିକ୍ରମ ଦେଖାଦେବ। ଆନୁଷ୍ଠାନିକ କ୍ଷେତ୍ରରେ ପଦ ଓ ମର୍ଯ୍ୟାଦା ବୃଦ୍ଧି ହେବ। କଳା, ସାହିତ୍ୟ, ସାମ୍ବାଦିକତା ଓ ଆଧ୍ୟାତ୍ମିକତା କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।

8/12

ବିଛା ରାଶି ( scorpio ): ପାରିବାରିକ ସମସ୍ୟା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ ନାହିଁ । କୌଣସି କାର୍ଯ୍ୟ ସମ୍ପନ୍ନ କରିବା କ୍ଷେତ୍ରରେ ବନ୍ଧୁ ଅସହଯୋଗ କରିବେ। କର୍ମକ୍ଷେତ୍ରରେ ଶତ୍ରୁ କ୍ରମଶଃ ହ୍ରାସ ପାଇବ । ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି।

9/12

ଧନୁ ରାଶି ( sagittarius): ମାନସିକ ଅସ୍ଥିରତା ଲାଗି ରହିବ। ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବା କାରଣରୁ ବ୍ୟବସାୟରେ ମନାନ୍ତର ଦେଖାଦେଇପାରେ। ଉଚ୍ଚ ସ୍ତରରେ ସମ୍ପର୍କ ବୃଦ୍ଧି ପାଇବ। ଜମିଜମା କାରଣକୁ ନେଇ କୌଣସି ନିକଟ ସମ୍ପର୍କୀୟଙ୍କ ସହ ଯୁକ୍ତି ତର୍କ ଲାଗିପାରେ।

10/12

ମକର ରାଶି ( capricorn): ଆଜି ଆପଣଙ୍କ କଥା ଓ କାମରେ ତାଳ ମେଳ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପୂର୍ବ ପରି ରହିବା ହେତୁ ସାମୟିକ ଚିନ୍ତା କରିବେ। ହାତକୁ ନେଇଥିବା ନୂତନ ଯୋଜନାଟିକୁ କାର୍ଯ୍ୟକାରୀ କରିବା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।

11/12

କୁମ୍ଭ ରାଶି ( Aquarius): ଆଜି ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ନିଶ୍ଚିତ ସଫଳତା ପାଇବେ । କର୍ମକ୍ଷେତ୍ରରେ ହାତ ପାହାନ୍ତାକୁ ସୁଯୋଗ ଆସିଯିବା ହେତୁ ଅଟକି ରହିଥିବା କାମ ଗୁଡ଼ିକ ତ୍ୱରାନ୍ବିତ ହେବ। ଯାନ୍ତ୍ରିକ୍ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ । ଯାତ୍ରା ସମୟରେ ଜିନିଷପତ୍ର ପ୍ରତି ସତର୍କ ରୁହନ୍ତୁ।

12/12

ମୀନ ରାଶି ( Pisces ): ଆଜି ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟ, ପରିବହନ କ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ଦୂର ହେବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। ଆଜି ସଭା ସମିତି, ସତ୍‌ସଙ୍ଗ, ଆଧ୍ୟାତ୍ମିକତା, ରାଜନୀତି, ପ୍ରଶାସନ କ୍ଷେତ୍ରରେ ଦିନଟି ଭଲରେ କଟିବ।