Advertisement
Photo Details/zeeodisha/odisha2477207
photoDetails0hindi

Today Horoscope: ଆଜି ବୃଷ-ମିଥୁନ ସହ ସତର୍କ ରୁହନ୍ତୁ ଏହିସବୁ ରାଶି! ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଶୁକ୍ରବାର?

Horoscope Today 18 October 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଅକ୍ଟୋବର ୧୮ ହେଉଛି ଶୁକ୍ରବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ: ଆଜି ଦିନଟି ମଉଜ ମଜଲିସରେ କଟିବ। ସକାଳୁ ଦେବ ଦର୍ଶନର ଯୋଗ ରହିଛି। ଆଜି କର୍ମକ୍ଷେତ୍ରରେ ନୂଆ କାର୍ଯ୍ୟ ପାଇଁ ମନ ଉତ୍ସାହିତ ରହିବ। ଚାକିରୀ କ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବା ସହ ଟ୍ରାନ୍ସଫ ମଧ୍ୟ ହୋଇ ପାରେ । ନିଜ ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଦିର୍ଘ ଦିନର ଆଶା ପୂରଣ ହେବାକୁ ଯାଉଛି।  ନୂଆ ଜମି, ଘର ଓ ଗାଡି଼ କିଣିବାରେ ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ। ପରିବାରରେ ହସ-ଖୁସି ର ମାହୋଲ୍ ରହିବ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ।  

ALSO READ: Budh Gochar 2024: ଏହିସବୁ ରାଶିଙ୍କ ଭାଗ୍ୟ ଖୋଲିବ ବୁଧଙ୍କ ଚଳନ, କର୍ମକ୍ଷେତ୍ରରୁ ମିଳିବ ଖୁସି ଖବର ସହ...

2/12

ବୃଷ:  ଆଜି ଦିନଟି ଅନୁକୂଳ ରହିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ।  ଶତୃମାନେ ମୁଣ୍ଡ ନୂଆଇଁବେ। ଗାଡି଼ ଚାଳନା ଓ ରାସ୍ତା ଘାଟରେ ଯାତାୟତ ସମୟରେ ସତର୍କତା ଅବଲମ୍ବନ କରନ୍ତୁ। ନିଜ ଲୋକମାନେ ବିଶ୍ବାସଘାତକତା କରିପାରନ୍ତି। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହେବ। ଦୂରଯାତ୍ରା କରିପାରନ୍ତି। ପୁରୁଣା ବନ୍ଧୁଙ୍କ ସହ ଭେଟ ହୋଇପାର। 

 

3/12

ମିଥୁନ:  ଆଜି କୌଣସି ପ୍ରକାରର ଧୋକା ମିଳିବ। ଚେଷ୍ଟା କରୁଥିବା କାର୍ଯ୍ୟ ବିଗିଡି ଯିବ। ଗଛିତ ଅର୍ଥବ୍ୟୟ ବଢିବ ଫଳରେ ମନ ଅଶାନ୍ତ ରହି ସଠିକ ନିଷ୍ପତି ନେଇ ନପାରି ମନ ଦୁଃଖ ହେବ। ହଳଦି ଅକ୍ଷତ ଓ ଚନ୍ଦନ ମଥାରେ ଟିକା ଲଗାନ୍ତୁ, ଗୁରୁଜନଙ୍କର ଆଶିବାଦ ନିଅନ୍ତୁ । ଶୁଭଫଳ ପାଇବେ। 

 

4/12

କର୍କଟ:  ଆଜି ଅଚାନକ ଖୁସିଖବର ମିଳିବ। ନୂତନ କର୍ମସଂସ୍ଥାନର ସୁଯୋଗ ସୃଷ୍ଟି ହେବ। ପିଲାଙ୍କର ଉଚ୍ଚଶିକ୍ଷା ପ୍ରତି ଆଗ୍ରହ ବଢିବ ମାତ୍ର ଚାକିରି ବ୍ୟବସାୟରେ  ସତର୍କ ରହିଥିବେ ନଚେତ କ୍ଷୟକ୍ଷତି ହେବ। ମହିଳାମାନେ ଦୁର୍ବଳତା ଅନୁଭବ କରିବେ।  ଧାର୍ମିକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିବେ। 

 

5/12

ସିଂହ: ଆଜି ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ । ପାରିଶ୍ରମିକ ତୁଳନାରେ ଅଧିକ ଫଳ ପାଇବେ। ପାରିବାରିକ ସମସ୍ୟାକୁ ସମାଧାନ କରି ପରିବାରରେ ପ୍ରୀତିଭାଜନ ହେବେ । ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳେଇ ପାରନ୍ତି । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ଧାର୍ମିକ କାର୍ଯ୍ୟରେ ମନବଳିବ। 

 

6/12

କନ୍ୟା:  ବ୍ୟବସାୟୀମାନଙ୍କ ଲାଗି ଦିନଟି ଅନୁକୂଳ ରହିବ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ । ଶିକ୍ଷକ, ଅଧ୍ୟାପକ , କଳା ଓ ସାହିତ୍ୟ କ୍ଷେତ୍ରରେ ଥିବା ଲୋକ ମାନଙ୍କ ଲାଗି ଦିନଟି ଅନୁକୂଳ ରହିବ। କର୍ମକ୍ଷେତ୍ରରେ ସମ୍ମାନୀତ ହୋଇପାରନ୍ତି।  ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଆର୍ଥିକ କ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବା ଫଳରେ ମାନସିକ ଚିନ୍ତାଦୂର ହୋଇଯିବ । ସ୍ବାସ୍ଥ୍ୟ ଭଲ ରହିବ। 

 

7/12

ତୁଳା: ଆଜି ଦୂରଯାତ୍ରା ଆପଣଙ୍କୁ ପ୍ରତ୍ୟକ କ୍ଷେତ୍ରରେ ଶୁଭଫଳ ପ୍ରଦାନ କରିବ। ବ୍ୟାଙ୍କିଂ, ବୀମା, ନିବେଶ ପରି ଆର୍ଥିକ କ୍ଷେତ୍ରରେ ଜଡ଼ିତ ଥିବା ଲୋକଙ୍କ ପାଇଁ ସମୟ ଅନୁକୂଳ ରହିବ। ନିଜ ଟାର୍ଗେଟ୍ ପୂରଣ କରିବାରେ ସଫଳ ହେବେ। ଛାତ୍ରଛାତ୍ରୀଙ୍କ ଲାଗି ସମୟ ଭଲ ରହିବ।  ପରୀକ୍ଷାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ଶତ୍ରୃ ଉପରେ ବିଜୟ ଲାଭ କରିବେ। କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ ।

8/12

ବିଛା: ଆଜି  କଳା, ସାହିତ୍ୟ, କ୍ରିଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ କାର୍ଯ୍ୟ କରୁଥିବା ଲୋକଙ୍କ ପାଇଁ ଦିନଟି ଶୁଭ ରହିବ। ଯେଉଁମାନେ ଦିର୍ଘ ଦିନ ହେବ ଚାକିରି ଖୋଜୁଛନ୍ତି । ସେମାନଙ୍କ ଲାଗି ସମୟ ଖାସ୍ ରହିବ। କର୍ମ ନିଯୁକ୍ତି କ୍ଷେତ୍ରରେ ଆପ୍ରାଣ ଚେଷ୍ଟା କରି ସଫଳ ହେବେ। ନୂଆ ଚାକିରି ଅଫର ପାଇବେ। ଆୟ ବୃଦ୍ଧି ହେବା ସହ ଆର୍ଥିକ ଉନ୍ନତି ହେବ।  ବ୍ୟବସାୟକୁ ପ୍ରସାରିତ କରି ଏକ୍ସପୋର୍ଟ, ଇନ୍ପୋର୍ଟ, ହାଣ୍ଡିକ୍ରାଫ୍ଟ, ଫର୍ଣ୍ଣିଚର ଓ ସିଜିନ୍ ବ୍ୟବସାୟରେ ମଧ୍ୟ ଅତ୍ୟନ୍ତ ଲାଭାନ୍ୱିତ ହେବେ ।

 

9/12

ଧନୁ: ଆଜି ଶତୃମାନେ ମିତ୍ରଭାବ ଆଚରଣ କରିବେ। ବ୍ୟବସାୟରେ ସଫଳତା ଅର୍ଜନ ତଥା ଆତ୍ମବିଶ୍ୱାସ ବୃଦ୍ଧି ପାଇବ ।  ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ପ୍ରଶଂସା ପାଇବେ। ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟକୁ ତାରିଫ୍ କରିବେ। ସହକର୍ମୀଙ୍କ ଠାରୁ ପ୍ରଶଂସିତ ହେବେ। ବ୍ୟୟ ଅପେକ୍ଷା ଆୟ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ ।

 

10/12

ମକର:  ଆଜି ବ୍ୟବସାୟରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ରାଜନୈତିକ ଜୀବନ ଝଡଝଞ୍ଜାମୟ ହେବାର ସମ୍ଭାବନା ରହିଛି। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଳାଇବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ଇର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ ।

11/12

କୁମ୍ଭ:   ଆଜି ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ସେୟାର ବଜାରରେ ଲାଭ ମିଳିବ। ଆତ୍ମବିଶ୍ୱାସ ବୃଦ୍ଧି ପାଇ ଯଶ, ମାନସମ୍ମାନ ପ୍ରତିଷ୍ଠା ମିଳିବ। ପାରିବାରିକ ସ୍ଥିତିରେ ଶାନ୍ତି ପାଇବେ। ଦୂରଯାତ୍ରାର ସୁଯୋଗ ମିଳିବ। ବିଦ୍ୟାକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବା ଫଳରେ ପ୍ରଶଂସିତ ହେବେ ।ପରିବାରରେ ଖୁସିର ବାତାବରଣ ଦେଖିବାକୁ ମିଳିବ। 

 

12/12

ମୀନ:  ଆଜି ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା । ବ୍ୟବସାୟରେ ଭଲ ଲାଭହେବ ଓ ଋଣରୁ ମୁକ୍ତି ମିଳିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପାରିବାରିକ ସମସ୍ୟାକୁ ସମାଧାନ କରି ଅଧିକ ଭାଗ୍ୟବାଦି ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ସ୍ବାସ୍ଥ୍ୟ ଭଲ ରହିବ।