Advertisement
photoDetails0hindi

Today Horoscope: ଆଜି ସୂର୍ଯ୍ୟଙ୍କ ପରି ଚମକିବ ଏହି ସବୁ ରାଶିଙ୍କ ଭାଗ୍ୟ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ମଙ୍ଗଳବାର?

Horoscope Today 19 March 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ମାର୍ଚ୍ଚ  ୧୯ ହେଉଛି ମଙ୍ଗଳବାର । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12

ମେଷ:- ଆଜିର ଦିନଟି ଆପଣଙ୍କୁ ପ୍ରତ୍ୟକ କ୍ଷେତ୍ରରେ ଶୁଭଫଳ ପ୍ରଦାନ କରିବ। ବ୍ୟବସାୟିକ ସ୍ତରରେ ଲାଭବାନ ହେବେ। ଇଶ୍ୱର ବିଶ୍ୱାସୀ ହେବା ସହ ପୂଜାର୍ଚ୍ଚନାରେ ସମୟ ବିତାଇବେ । କର୍ମତତ୍ପର ହେବେ । ଦୂରଯାତ୍ରା କରିପାରନ୍ତି । ଅକସ୍ମାତ୍ ଧନପ୍ରାପ୍ତିର ଯୋଗ ସହ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତ ହେବ।  

 

2/12

ବୃଷ:-ଆଜି ନିଜର ସମ୍ପର୍କୀୟ କିମ୍ବା ପଡୋଶିଙ୍କ ସହାନୁଭୂତି ଯୋଗୁଁ କାର୍ଯ୍ୟସାଧନ କରିପାରିବେ। ବ୍ୟବସାୟିକ ସଫଳତା ଓ କଳା, ସାହିତ୍ୟରେ ପ୍ରଶଂସିତ ହେବେ। ଦୀର୍ଘ ଦିନରୁ ରହି ଆସିଥିବା ବିବାଦୀୟ ଘଟଣାର ଅବସାନ ଘଟିବ। ଅଭାବ ନ ଥିଲେ ମଧ୍ୟ ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଝଡ ଉଠିବ।

 

3/12

ମିଥୁନ:-ଆଜି ବ୍ୟୟବହୁଳତା ମଧ୍ୟରେ କାର୍ଯ୍ୟସିଦ୍ଧି, ବନ୍ଧୁଙ୍କ ସହଯୋଗ ଓ ହିତୈଷୀଙ୍କ ପରାମର୍ଶ ପାଇ ଖୁସୀ ହେବେ। ପରିବାରର ଅନୁରୋଧକ୍ରମେ କୌଣସି କାମ ସକାଶେ ଭ୍ରମଣରେ ବାହାରି ପାରନ୍ତି। ଉଦ୍ୟୋଗ, ନୂତନ ପ୍ରକଳ୍ପ କିମ୍ବା ବ୍ୟବସାୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଜଣେ ବ୍ୟକ୍ତିଙ୍କ ସହ ଉଚ୍ଚବାଚ୍ଚ ଘଟିବାର ଆଶଙ୍କା ରହିଛି।

 

4/12

କର୍କଟ:-ଆଜି ଶରୀରିକ ଓ ମାନସିକ ସୁସ୍ଥତା ରକ୍ଷା କରି ଦୈନନ୍ଦିନର ଜୀବନଯାତ୍ରାକୁ ନିଷ୍କଣ୍ଟକ କରିବ। କର୍ମକ୍ଷେତ୍ରରେ ସହକର୍ମୀମାନେ ସହାନୁଭୂତିର ସହ ସହଯୋଗର ହାତ ବଢାଇବେ। ସାହିତ୍ୟ,ସାମ୍ବାଦିକତା, ଏଜେନ୍ସିପ୍‌ କ୍ଷେତ୍ରରୁ ସୁଫଳ ମିଳିବ। କଳା,ସାହିତ୍ୟ ଓ ସଙ୍ଗୀତ କ୍ଷେତରେ ପ୍ରତିଦ୍ୱନ୍ଦ୍ୱୀମାନଙ୍କ ମଧ୍ୟରେ ପ୍ରତିଯୋଗିତାର ସମ୍ବାବନା ରହିଛି।

 

5/12

ସିଂହ:-ଆଜି ପଦସ୍ଥବ୍ୟକ୍ତିଙ୍କ ଅନୁକମ୍ପା, ସମ୍ମାନଜନକ ପଦବୀରେ ସମ୍ବର୍ଦ୍ଧିତ ହୋଇପାରନ୍ତି। ପ୍ରଶାସନିକ ସ୍ତରରେ ବିଭିନ୍ନ ଯୋଜନା, ସମ୍ପର୍କୀୟ ଆଲୋଚନା, ଦୂରଯାତ୍ରାର ସୁଯୋଗ ଲାଭ କରି ଖୁସୀ ହେବେ। ଘରୋଇ କ୍ଷେତ୍ରରେ ଜମି ଜମା କାରବାର, ଗାଡି ମୋଟର ମରାମତି ସକାଶେ ଫଳପ୍ରଦ ଆଲୋଚନା କରିପାରନ୍ତି।

 

6/12

କନ୍ୟା:-ଆଜି ଦିନଟିରେ ନୂତନ କାର୍ଯ୍ୟାରମ୍ଭ, ସଭାସମିତି ଓ ବନ୍ଧୁଙ୍କ ସହ ଆଲୋଚନା ସକାରାମତ୍କ ରହିବ। ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ନାହିଁ। ସହଯୋଗ କରିବାକୁ କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହି ଯୁକ୍ତିତର୍କର ଆଶୟ ନେଇପାରନ୍ତି।

 

7/12

ତୁଳା:-ଦୀର୍ଘ ଦିନରୁ ପାଉନଥିବା ଅର୍ଥ ମିଳିବ। ଯେକୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଜନମଙ୍ଗଳ କାର୍ଯ୍ୟ କିମ୍ବା ସଭା ସମିତିରେ ଯୋଗ ଦେଲେ ପ୍ରଶଂସିତ ହେବେ। କିନ୍ତୁ ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।

 

8/12

ବିଛା:-ବନ୍ଧୁ ଗହଣରେ ବହୁ ପ୍ରତିକ୍ଷୀତ କାର୍ଯ୍ୟାରମ୍ଭ କରି ଏକ ପ୍ରକାର ଆତ୍ମତୃପ୍ତି ଅନୁଭବ କରିପାରନ୍ତି। ମାଙ୍ଗଳିକ କାର୍ଯ୍ୟ, ଜମିଜମା କ୍ରୟ କିମ୍ବା ଗୃହରମ୍ଭ, ପ୍ରତିଷ୍ଠାଦି ଓ ପ୍ରୀତି ପ୍ରଦାୟକ ରହିବ। ଉଚ୍ଚବର୍ଗଙ୍କ ସହାୟତା, ପାଖ ପଡ଼ୋଶୀଙ୍କ ଆଦର, ଅଭ୍ୟର୍ଥନା ସଙ୍ଗକୁ ବିଭିନ୍ନ କ୍ଷେତ୍ରରେ ସଫଳତାର ଝଲକ ଦେଖିପାରିବେ।

 

9/12

ଧନୁ:-ମନ ଭିତରର ଅକୁହାକଥା ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି କରିବ। ଆପଣଙ୍କ ରୁଚିପୂର୍ଣ୍ଣ ବ୍ୟବହାରରୁ ପ୍ରଶଂସିତ ହେବେ। ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଯେକୌଣସି ପ୍ରକାରେ ଅର୍ଥ ସଂଗ୍ରହ କରିପାରନ୍ତି। ସାଂଗଠନିକ କ୍ଷେତ୍ରରେ ଗଠନ ମୂଳକ ପ୍ରେରଣା ଦେଇ ପଦସ୍ଥବ୍ୟକ୍ତିଙ୍କ ଶ୍ରଦ୍ଧାଭାଜନ ହୋଇପାରନ୍ତି।

 

10/12

ମକର:-ଅସ୍ବାଭାବିକ ଚିନ୍ତାଧାରାର ସୃଷ୍ଟି ହେବା ସହ ବିକ୍ଷିପ୍ତ ମାନସିକ ସ୍ଥିତି ଉପତ୍ନ କରିବ। କିନ୍ତୁ କର୍ମାଧିପ ରାଶିରେ କର୍ମସାଧନ ପାଇଁ ଆପ୍ରାଣ ଉଦ୍ୟମ ଚଳାଇ କୃତକାର୍ଯ୍ୟ ହୋଇପାରନ୍ତି। ଆଜିର ପ୍ରତ୍ୟୁଷ ଯାତ୍ରା ପ୍ରଶାସନ, ବନ୍ଧୁ ସମ୍ପର୍କ, ମନୋରଞ୍ଜନ କାର୍ଯ୍ୟକ୍ରମ ଓ ବାଣିଜ୍ୟ, ବ୍ୟବସାୟାଦି ସନ୍ତୋଷଦାୟକ ରହିବ।

 

11/12

କୁମ୍ଭ:-ସରକାରୀ ସାହାଯ୍ୟ, ବିଶିଷ୍ଟବ୍ୟକ୍ତିଙ୍କ ପ୍ରତିଶ୍ରୁତି ଆମତ୍ସମ୍ମାନ ବୃଦ୍ଧି କରିବ। ସ୍ଥଗିତକାର୍ଯ୍ୟ, ବିବାଦୀୟ ସ୍ଥିତି, ସହକର୍ମୀଙ୍କ ଅସହଯୋଗ କ୍ରମଶଃ ବଦଳିଯାଇପାରେ। ସମ୍ପର୍କୀୟମାନଙ୍କ ସାହାଯ୍ୟ ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରାଇବାର ସମ୍ଭାବନା ରହିଛି। ବିବାଦୀୟ ପରିସ୍ଥିତିରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ।

 

12/12

ମୀନ:-ଲାଗିରହିଥିବା ଟେନସନ୍‌ କମିଯିବ, ସହଯୋଗ ଭିତିରେ କାମ କରି ଉଚ୍ଚ ପ୍ରଶଂସିତ ହେବେ।  ଶିଳ୍ପ, ବ୍ୟବସାୟ, ପରିବହନ ଓ ବାଣିଜ୍ୟରେ ପ୍ରତିବନ୍ଧକ ଦୂରେଇଯିବ। ଭୁଲ୍‌ ବୁଝାମଣା ହେତୁ ଦାମ୍ପତ୍ୟ ଜୀବନରେ ଝଡ ସୃଷ୍ଟି ହୋଇପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜିପାରନ୍ତି। ତେଣୁ ଆପଣଙ୍କୁ ଆଜି ସାବଧାନତା ସହ ଚଳିବାକୁ ପଡି଼ବ।