Advertisement
photoDetails0hindi

Today Horoscope: ବିପଦରେ ପଡି଼ ପାରନ୍ତି କର୍କଟ ସହ ଏହି ତିନି ରାଶି, ଜାଣନ୍ତୁ ଆଜିର ରାଶିଫଳ

Horoscope Today 21 February 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୨୧ ହେଉଛି ବୁଧବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

 

1/12

ମେଷ ରାଶି:  ବହୁ ଦିନରୁ ପଡିରହିଥିବା କାମ ଆଜି ସଂପୂର୍ଣ୍ଣ କରିବେ । ମନରେ ପ୍ରସନ୍ନ ଭାବ ଉଦ୍ରେକ ହେବ ।  କର୍ମ କ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ ତୁଳାଇବେ । ଆଇନ ଅଦାଲତର କାମ ଆପଣଙ୍କ ସପକ୍ଷରେ ଯିବ ।

 

2/12

ବୃଷ ରାଶି: ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ଭାଇମାନଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା ରହିବ । ସୁସ୍ଥ ଓ ନିରାମୟ ରହିବେ । ବଳବାନ ହେବେ । ଶତ୍ରୁହନ୍ତା ହୋଇପାରନ୍ତି । ଚାକିରି କ୍ଷେତ୍ରରେ ଉଚ୍ଚ କତ୍ତୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।

 

3/12

ମିଥୁନ ରାଶି: ଉଚ୍ଚଆଶା ଫଳବତୀ ହେବ । ରୋଜଗାର ଆଶନୁରୂପ ହେବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହେବେ । ମଧୁରଭାଷୀ ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବେ । 

 

4/12

କର୍କଟ ରାଶି: ମୁଣ୍ଡବିନ୍ଧା, ଉଦର ପୀଡା ଭଳି ଅସୁସ୍ଥତା ଦେଖାଦେବ । କୌଣସି ବି କାର୍ଯ୍ୟ ଠିକ୍ ଭାବେ ତୁଳାଇପାରିବେ ନାହିଁ । ଧାର କରଜ କରିପାରନ୍ତି । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।  

 

5/12

ସିଂହ ରାଶି: ବ୍ୟବସାୟ ଲାଭଜନକ ହେବ । ପରିଶ୍ରମର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି । ମଧୁରଭାଷୀ ହେବେ । ଥଣ୍ଡା-କଫ ଜନିତ ପୀଡା ଅନୁଭବ କରିବେ । ପ୍ରେମୀ ଓ ସାହସୀ ହୋଇପାରନ୍ତି ।     

 

6/12

କନ୍ୟା ରାଶି: ବ୍ୟକ୍ତି ବ୍ୟବସାୟରେ ଅଧିକ ଅର୍ଥ ବିନିଯୋଗ କରି ପ୍ରଚୁର ଧନ ଅର୍ଜନ କରିବେ । କର୍ମକ୍ଷେତ୍ରରେ ଅପୂର୍ବ ସଫଳତା ପାଇବେ । ସର୍ବସୁଖ ଲାଭ କରିପାରନ୍ତି । ପୁନର୍ବସୁ କ୍ଷେତ୍ରରେ ସାମାନ୍ୟ ଶୁଭଫଳ ।

7/12

ତୁଳା ରାଶି:  ଜ୍ଞାନ ଗରିମାଯୁକ୍ତ ହେବେ । ସାହସୀ ହେବେ । ଗୁପ୍ତ ବିଦ୍ୟାରେ ରୁଚି ରହିବ । ରାଜନୀତି ଆଡକୁ ମନ ବଳାଇ ପାରନ୍ତି । କାର୍ଯ୍ୟରେ ବାଧା ଉପୁଜି ପାରେ । ଚଞ୍ଚଳ ସ୍ୱଭାବର ହେବେ । ଥଣ୍ଡା-କଫଜନିତ ସାମାନ୍ୟ ଅସୁସ୍ଥତା ଅନୁଭବ । 

 

8/12

ବିଛା ରାଶି: କର୍ମକ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟ ଲାଭଜନକ ହେବ । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଧମାତ୍ମ, ପ୍ରବାସର୍ପ୍ରି ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍ ହେବେ । 

 

9/12

ଧନୁ ରାଶି: ନୂତନ ଜମି କ୍ରୟ କରିବାର ସୁଯୋଗ ଅଛି । ବେଳେ ବେଳେ ଉଦାସ ମନୋଭାବ ପୋଷଣ କରିପାରନ୍ତି । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ବ୍ୟବସାୟରେ ପ୍ରଚୁର ଧନଲାଭ ହେବ । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । 

 

10/12

ମକର ରାଶି: ସାମୂହିକ କାର୍ଯ୍ୟରେ ଆଗେଇବେ । ସମ୍ମାନିତ ହେବେ । ମନ ପ୍ରସନ୍ନ ରହିବ । ଆସ୍ତିକ ମନୋବୃତ୍ତିର ହୋଇପାରନ୍ତି । ମଧୁରଭାଷା ବ୍ୟବହାର କରି ଅନୁସରଣକାରୀଙ୍କୁ ଉତ୍ସାହିତ କରିବେ । ପ୍ରେମୀ ଓ ସାହସୀ ହେବେ । ସାନ ଭାଇଙ୍କଠାରୁ ଆଦର ମିଳିବ । 

 

11/12

କୁମ୍ଭ ରାଶି: ଶାରିରୀକ ସୁସ୍ଥତା ଲାଭ କରିବେ । ଦାନ ଧର୍ମ ପ୍ରତି ମନ ବଳିବ । କାର୍ଯ୍ୟାଳୟରେ କାର୍ଯ୍ୟଚାପ ରହିବ । ଆୟ ଉତ୍ତମ ହେବ । ବ୍ୟବସାୟ ଲାଭ ପ୍ରଦ ହେବ । ପାରିବାରିକ ସୁଖଶାନ୍ତି ବଜାୟ ରହିବ । ଅପରାହ୍ନରେ ଶୁଭଖବର ପ୍ରାପ୍ତ ହେବ । 

 

12/12

ମୀନ ରାଶି: ଚିନ୍ତାଗ୍ରସ୍ତ ରହିବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ଶତ୍ରୁ ବୃଦ୍ଧି ପାଇବେ । ପୂର୍ବ ବିବାଦ ଜଟିଳତା ଆଡକୁ ଅଗ୍ରସର ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।