Advertisement
Photo Details/zeeodisha/odisha2120885
photoDetails0hindi

Today Horoscope: ଆଜି ଜଗିରଖି ଚଳନ୍ତୁ ଏହି ସବୁ ରାଶି, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଫେବୃଆରୀ ୨୨ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋ

1/12

ମେଷ: କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସାହାଯ୍ୟ ଲାଭ କରି ସ୍ଥଗିତ କାମକୁ ପୂରଣ କରିବେ । ଆଜି ସାବଧାନ ପୂର୍ବକ ଚଳନ୍ତୁ। ପରିବାର ସଦସ୍ୟଙ୍କ ସହ ବାଦ-ବିବାଦ କରନ୍ତୁ ନାହିଁ। ବାଣୀ ତଥା କ୍ରୋଧ ଉପରେ ନିୟନ୍ତ୍ରଣ ରଖିନ୍ତୁ। ଖର୍ଚ୍ଚ ବଢିବା ନେଇ ଆଶଙ୍କା ରହିଛି। ଅବିବାହିତଙ୍କ ବିବାହ ସ୍ଥିର ହୋଇପାରେ ।

 

2/12

ବୃଷ:  ଦିର୍ଘ ଦିନ ଧରି ଲାଗି ରହିଥିବା ସମସ୍ୟା ଦୂର ହୋଇଯିବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ପାରିବାରିକ ଅଶାନ୍ତି ଅସନ୍ତୋଷ ଦୂର ହୋଇଯିବ, ଯାହାଫଳରେ ମାନସିକ ଶାନ୍ତି ଅନୁଭବ କରିବେ।

 

3/12

ମିଥୁନ: ଆଜି ଆପଣ କୌଣସି ଶୁଭ ଖବର ପାଇ ପାରନ୍ତି। ବ୍ୟବସାୟରେ ସଫଳତା ସହ ଅଗ୍ରଗତି କରିବେ। ଏବଂ ବ୍ୟବସାୟରେ ଆଶାନୁରୂପ ଲାଭ ମିଳିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ

 

4/12

କର୍କଟ:  ଆଜି ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କ ସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାର ହେବେ । ବାପା ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ । ସମ୍ପର୍କୀୟ ସହ ମତଭେଦ ହୋଇପାରେ । ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି । ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ ।

5/12

ସିଂହ: ଆଜି ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଖାଦେବ। କୌଶଳକ୍ରମେ ଆପଣ ଏହାରେ ସମାଧାନ କରିବେ। ବ୍ୟବସାୟ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଲାଭ ମିଳିବ।

6/12

କନ୍ୟା: ଆଜି ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଆକସ୍ମିକ ଧନଲାଭର ଯୋଗ ରହିଛି।  ଅବିବାହିତଙ୍କ ପାଇଁ ଭଲ ବିବାହ ପ୍ରସ୍ତାବ ଆସିପାରେ। ପୁରୁଣା ବିବାଦର ଅନ୍ତ ଘଟିବ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖମୟ ହେବ। ସ୍ବାସ୍ଥ୍ୟ ଭଲ ରହିବ। 

 

7/12

ତୁଳା: ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ। କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ । ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ମିଳିବ । ସହଧର୍ମିଣୀଙ୍କ ସହଯୋଗ ମିଳିବ ଧନପ୍ରାପ୍ତିର ଯୋଗ ରହିଛି । ମହିଳାମାନେ ସ୍ୱାମୀ ଓ ପରିବାରର ସେବାରେ ଦିନଟି ବିତାଇବେ ।

 

8/12

ବିଛା: ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି । ବାଦ ବିବାଦ ପ୍ରତି ସତର୍କ ରହିବେ । ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ । କର୍ମରେ ଆଳସ୍ୟତା ଓ ଅନାଗ୍ରହଭାବ ପ୍ରକାଶ ପାଇବ । ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ । ପରିବାରରେ ସମସ୍ୟା ଦେଖାଦେଇପାରେ। ଗୁରୁଜନଙ୍କ ସହ ବିବାଦ ହୋଇପାରେ । ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ । ବ୍ୟବସାୟ କରୁଥିବା ଲୋକଙ୍କ ପାଇଁ ଦିନଟି ଭଲ ରହିବ ।

 

9/12

ଧନୁ: ନିନ୍ଦା, ଅପମାନ ଓ ଅପଯଶ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ବାଧାବିଘ୍ନ ଦେଖାଦେବ । ସହକର୍ମୀ ଓ ଉପରିସ୍ଥ କର୍ମଚାରୀ ଅପମାନ ଦେଇପାରନ୍ତି । ପରିବାର ସଦସ୍ୟଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ଜୀବନସାଥୀଙ୍କ ସହ ମତାନ୍ତର ହେବ । ଆର୍ଥିକ ସ୍ଥିତିରେ ସୁଧାର ଆସିବ।

10/12

ମକର: ପରିବାରର ସମସ୍ତ ସଦସ୍ୟଙ୍କ ସହଯୋଗ ମିଳିବ । ବ୍ୟବସାୟରେ ଆୟ ମଧ୍ୟମ ହେବ । କର୍ମସ୍ଥାନରେ ପ୍ରଶଂସିତ ହେବେ । ସମସ୍ତ କାର୍ଯ୍ୟରେ ସଫଳତା ହାସଲ କରିବେ। ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ। ମହିଳାମାନେ ଅତିଥି ସତ୍କାର କରିବେ। ପରିଜନଙ୍କ ସହ ମତଭେଦ ହେବାର ଆଶଙ୍କା ରହିଛି।

11/12

କୁମ୍ଭ: ଆଜି ଦିନଟି ଭଲରେ ଅତିବାହିତ ହେବ। ଜମିଜମା , ପରିବହନରେ ସମସ୍ୟା କ୍ରମଶଃ ଜଟିଳ ହୋଇପାରେ। ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ।

12/12

ମୀନ:  କର୍ମ ପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ । କର୍ମ କ୍ଷେତ୍ରରେ ଆଶାତୀତ ସଫଳତା ମିଳିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ। ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି। କାର୍ଯ୍ୟକ୍ଷେତ୍ରରେ ଶାନ୍ତ ରହିବାକୁ ଚେଷ୍ଟା କରନ୍ତୁ, ନଚେତ୍ ଦିନଟି ଖରାପ ଯିବ।