Advertisement
Photo Details/zeeodisha/odisha2348281
photoDetails0hindi

Today Horoscope: ଏହି ସବୁ ରାଶିଙ୍କ ପାଇଁ ଅନୁକୂଳ ରହିବ ଆଜିର ଦିନ, ଆକସ୍ମିକ ଧନଲାଭର ରହିଛି ଯୋଗ!

Horoscope Today 23 july 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୨୩ ହେଉଛି ମଙ୍ଗଳବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ: ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣିହୋଇଯିବ । ଆଜି ବିଭିନ୍ନ ସୁତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ ।

 

2/12

ବୃଷ:  ପ୍ରତ୍ୟେକ ଦିଗରୁ ଆଜି ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।  

 

3/12

ମିଥୁନ: ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ । ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ ଡିଲ୍ କରିବେ । ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ । ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ ।  

 

4/12

କର୍କଟ: ମନ ବିଷର୍ଣ୍ଣ ରହିବ । କର୍ମ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦେଖାଦେବ । ଦୁଶ୍ଚିନ୍ତା ଦେଇ ଗତି କରିବେ । ଶାରୀରିକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ପ୍ରାୟ ସମାନ ରହିବ ।  

 

5/12

ସିଂହ: ଆଧ୍ୟାତ୍ମିକ ଭାବନାରେ ସମୟ ବିତିବ । ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ । କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢିବେ । ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ ।  ଆକସ୍ମିକ ଧନଲାଭର ଯୋଗ ରହିଛି ।

 

6/12

କନ୍ୟା: ଆଜି ସୁସ୍ଥତା ଅକ୍ଷୁର୍ଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।

 

7/12

ତୁଳା: ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ ଆକସ୍କିକ ଅର୍ଥ ଲାଭ ହେବ ।

 

8/12

ବିଛା: ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।  

9/12

ଧନୁ: ସ୍ୱାସ୍ଥ୍ୟଗତ ସମସ୍ୟା ନେଇ ଡାକ୍ତରଙ୍କ ପରାମର୍ଶ ଲୋଡିବେ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବ୍ୟବସାୟୀଙ୍କ ଦୃଷ୍ଟିକୋଣରୁ ଦିନଟି ଉତ୍ତମ ଅଟେ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ମନୋନିବେଶ କରିବେ ।  

 

10/12

ମକର: କର୍ମକ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଜାହିର କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି । ସତ୍‌ସଙ୍ଗ ପ୍ରତି ମନ ମଳିବ ଏବଂ ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ପାଇବେ । ପରିବହନ, ପ୍ରଶାସନ ସ୍ତରରେ କାର୍ଯ୍ୟ ସାଧନ କିମ୍ବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।

 

11/12

କୁମ୍ଭ: ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ । ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବଂ ସଫଳ ହେବେ । ଧନଲାଭର ଯୋଗ ରହିଛି । ବିଦେଶ ଯିବା ଲୋକ ଶୁଭ ଖବର ପାଇବେ । ସ୍ୱାସ୍ଥ୍ୟ ବଢିଆ ରହିବ ।

 

12/12

ମୀନ: ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ ।