Advertisement
Photo Details/zeeodisha/odisha2350300
photoDetails0hindi

Today Horoscope: ଏହିସବୁ ରାଶିଙ୍କ ପାଇଁ ଅତ୍ୟନ୍ତ ଶୁଭ ରହିବ ଆଜିର ଦିନ, ବ୍ୟବସାୟରେ ଲାଭବାନ୍ ହେବା ସହ...

Horoscope Today 24 july 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୨୪ ହେଉଛି ବୁଧବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ: ଆଜି ଦିନଟି ବନ୍ଧୁପରିଜନ ଠାରୁ ଉପହାର ମିଳିପାରେ । କୌଣସି ଶୁଭସମାଚାର ପାଇ ମନ ଉଲ୍ଲସିତ ହେବ । କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ଦ୍ୱାରା ନିଜ କାମ ସଫଳ ହେବ । ବ୍ୟବସାୟରେ ଉନ୍ନତି ଯୋଗୁଁ ମାନସିକ ଶାନ୍ତି ମିଳିପାରେ । ପରିବାରରେ ସୁଖ-ଆନନ୍ଦରେ ସମୟ ବିତିବା ସହ ଉତ୍ତମ ଭୋଜନ ମଳିବ ।

ALSO READ: Surya Grahan 2025: ସୂର୍ଯ୍ୟ ଗ୍ରହଣରେ ଶନିଙ୍କ ଚଳନ, ୨୦୨୫ରେ ଏହି ୪ ରାଶି ହେବେ ସବୁଠୁ ଧନୀ!

2/12

ବୃଷ: ଆଜି ମିତ୍ରଙ୍କ ସହ ସାକ୍ଷାତ ହୋଇପାରେ । କର୍ମକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ପ୍ରଶଂସା ମିଳିପାରେ । ବ୍ୟାପାରରେ ନୂତନ ନିବେଶ ଶୁଭ ରହିବ । ପରିବାରରେ ସଦସ୍ୟଙ୍କ ସହ କୌଣସି ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି । ସମାଜିକ ପ୍ରତିଷ୍ଠା, ଯଶ କୀର୍ତ୍ତି ମିଳିପାରେ ।

 

3/12

ମିଥୁନ: ସୌଭାଗ୍ୟ ବନ୍ତ ହେବେ । ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ ।ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ ।

 

4/12

କର୍କଟ: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

 

5/12

ସିଂହ: ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

 

6/12

କନ୍ୟା: ଆଜି ଶତ୍ରୁ ପରାଜୟ ହୋଇପାରେ । ବନ୍ଧୁଙ୍କ ସହ ଉତ୍ତମ ସମୟ ବିତେଇବେ । ଆଧ୍ୟାତ୍ମ ଦିଗରେ ସମୟ ନିୟୋଜିତ କରିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ସହ କିଛି ନୂଆ ଯୋଜନା ପାଇଁ ବିଦେଶ ଯାତ୍ରା କରିବେ । ବ୍ୟାପାରରେ ଲାଭବାନ ହେବେ । ପରିବାରରେ ସୁଖରେ ସମୟ ବିତିବ ।  

 

7/12

ତୁଳା: ଆଜି ପରିବାରରେ ସୁଖ-ଶାନ୍ତିରେ ସମୟ କାଟିବେ । ସ୍ୱାସ୍ଥ୍ୟବାନ ରହିବା ସହ ଅର୍ଥପ୍ରାପ୍ତି ହେବ । ଅଯଥା କଥାରେ ରାଗନ୍ତୁ ନାହିଁ; ନଚେତ ଅସୁବିଧା ହୋଇପାରେ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସାହାଯ୍ୟ ମିଳିପାରେ । ବ୍ୟାପାରରେ ପାର୍ଟନରଙ୍କ ସହଯୋଗ ଦ୍ୱାରା ନୂତନ ଯୋଜନାକୁ କାର୍ଯ୍ୟକାରୀ କରି ଲାଭ ମିଳିବ ।

8/12

ବିଛା: ଦୃଢମନା ହେବେ । ଋଣ ପରିଶୋଧ କରି ଆତ୍ମଶାନ୍ତି ପାଇବେ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମ କ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

 

9/12

ଧନୁ: ଆଜି ସାମାଜିକ ମାନ-ସମ୍ମାନ ମିଳିପାରେ । ମିତ୍ରଙ୍କ ସହ ମନେରଞ୍ଜନ ପାଇଁ ଭ୍ରମଣରେ ଯାଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ କୌଣସି ମହିଳା ସହଯୋଗୀ ସାହାଯ୍ୟ କରିବେ । ବ୍ୟାପାରରେ ନୂତନ ନିବେଶ ଲାଭବାନ କରାଇବ । ପରିବାରରେ କୌଣସି ଶୁଭ କାର୍ଯ୍ୟ ଆୟୋଜନରେ ବ୍ୟସ୍ତ ରହିବେ ।  

 

10/12

ମକର: ଆଜି ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ସମସ୍ୟା ଚିନ୍ତାବୃଦ୍ଧି କରିପାରେ । କଟୁବାକ୍ୟ କହିବାରୁ ନିକଟ ସମ୍ପର୍କୀୟଙ୍କ ସହ କଳହ ହୋଇପାରେ । ଅଯଥା ଖର୍ଚ୍ଚବୃଦ୍ଧି ଯୋଗୁଁ ଚିନ୍ତିତ ରହିବେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚସ୍ଥଅଧିକାରୀଙ୍କ ନିନ୍ଦା ଅପବାଦ ମିଳିପାରେ । ବ୍ୟାପାରରେ ନୂତନ ନିବେଶରୁ ଦୂରେଇ ରୁହନ୍ତୁ ।

 

11/12

କୁମ୍ଭ: ଆଜି ପ୍ରତି କ୍ଷେତ୍ରରେ ସୁଫଳ ମିଳିବା ସହ ଧନବୃଦ୍ଧି ହୋଇପାରେ । କୌଣସି ଦୀର୍ଘଦିନ ଧରି ଅଟକିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବାରୁ ମନ ପ୍ରଫୁଲ୍ଲ ରହିବ । ଗୁରୁଜନଙ୍କ ଆଶୀର୍ବାଦ ମିଳିବ । କାର୍ଯ୍ୟକ୍ଷେତ୍ରରେ ପଦୋନ୍ନତି ମିଳିପାରେ । ବ୍ୟାପରରେ ନିବେଶ ଶୁଭ ରହିବ । ପରିବାରରେ ସୁଖ-ଆନ୍ଦରେ ସମୟ କାଟିବେ ।  

12/12

ମୀନ: ଦେହ ଓ ମନ ଭଲ ରହିବ । ଦିନଟି  ସହଜ, ସରଳ ଓ ଆନନ୍ଦଦାୟକ ହେବ । ପାରିବାରିକ ସୁଖଶାନ୍ତି ବିରାଜମାନ ହେବ । ବ୍ୟବସାୟ ଲାଭପ୍ରଦ ହେବ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ଆୟ ବୃଦ୍ଧି ହେବ ।