Horoscope Today 26 September 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ସେପ୍ଟେମ୍ବର ୨୬ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...
ବୃଷ: ସକାଳୁ ଦେବ ଦର୍ଶନର ଯୋଗ ରହିଛି। ବ୍ୟବସାୟ, ପରିବହନରେ ଉନ୍ନତି ଘଟିବ। ଅନ୍ୟର ବିନା ସାହାଯ୍ୟରେ ବ୍ୟକ୍ତିଗତ ବ୍ୟବସ୍ଥା ଦ୍ୱାରା କେତେକାଂଶରେ ଉପକୃତ ହୋଇପାରନ୍ତି। ଆଜି ମନ ଚାହୁଁଥିବା କାମ କରିବାରେ ପ୍ରତିବନ୍ଧକ ସୃଷ୍ଟି ହେବ। ଅବଶ୍ୟ ନିକଟ ସମ୍ପର୍କୀୟ ଜନଙ୍କ ଆଶ୍ୱାସନା ମନକୁ ଲାଘବ କରିଦଇପାରେ।
ମିଥୁନ: ଆଜି ଦିନ ଆରମ୍ଭରୁ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ପ୍ରତ୍ୟେକଙ୍କର ପ୍ରତ୍ୟେକ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବାର ଆଶଙ୍କା ରହିଛି । ବନ୍ଧୁମିଳନ ସହ ସାମୂହିକ ଆଲୋଚନା ମଧ୍ୟ ଫଳପ୍ରଦ ହୋଇପାରିବ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜ ଓ ସୁବିଧାରେ ଲକ୍ଷ୍ୟ ହାସଲ କରିବେ।
କର୍କଟ : ଆଜି ସାଧାରଣ କଥାକୁ କେନ୍ଦ୍ରକରି ପାରିବାରିକ ଅସ୍ଥିରତା ସକାଶେ ମନ ଭଲ ରହିବ ନାହିଁ । କଳା, ସାହିତ୍ୟ କ୍ଷେତ୍ରରେ କୌଣସି ପ୍ରକାରର ଅସୁବିଧା ହେବନାହିଁ। କୌଣସି ବିବାଦୀୟ ଘଟଣାରେ ହସ୍ତକ୍ଷେପ ଆପଣଙ୍କୁ ମହଙ୍ଗା ପଡିପାରେ। ପରିସ୍ଥିତି ବଶତଃ ନୂତନ ବନ୍ଧୁ ସମ୍ପର୍କ ଯୋଡିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ।
ବିଛା: ଆଜି ସମସ୍ୟା ମଧ୍ୟରେ ପ୍ରତ୍ୟେକ କାମକୁ ସମ୍ପନ୍ନ କରିବେ । ସାମାଜିକ ସ୍ତରରେ ଯେଉଁ ଆଶା ନେଇ କାହା ପାଇଁ କିଛି କରିବେ, ପ୍ରତିବଦଳରେ କିଛି ପାଇବେ ନାହିଁ । ଆଜିର ଯାତ୍ରା ସମୟରେ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ ।
ମକର : ଆଜି ସମସ୍ତ ସମସ୍ୟା ଓ ଶତ୍ରୁତାର ପରିସମାପ୍ତି ଘଟାଇପାରନ୍ତି। କିନ୍ତୁ ବାରମ୍ବାର ସ୍ଥାନ ଓ କାମର ପରିବର୍ତ୍ତନ ଚିନ୍ତା ମନରେ ଆଲୋଡନ ସୃଷ୍ଟି କରିବ। କିନ୍ତୁ ମନ ବୁଝିଲା ଭଳି କଥା କିମ୍ବା ଲୋଭନୀୟ ପ୍ରତିଶ୍ରୁତି ଦେଇ ବନ୍ଧୁଙ୍କୁ ଆପଣେଇ ନେଇ ପାରନ୍ତି। ସ୍ବାସ୍ଥ୍ୟରେ ଦ୍ରୁତ ଉନ୍ନତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଲାଭ କରିବେ।
ମୀନ: ଦିନ ଆରମ୍ଭରୁ ଟେନସନରେ ରହିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ ।ମନର ସରସତା ଉଭେଇ ଯାଇପାରେ । ଗୃହ ସମସ୍ୟା, ଗାଡିମୋଟର ସମ୍ପର୍କୀୟ ପ୍ରତିବନ୍ଧକ ଲାଗି ରହିବ । ବନ୍ଧୁବାନ୍ଧବ, ଧାରକରଜ ପ୍ରଭୃତିକୁ କେନ୍ଦ୍ରକରି କଳହର ଆଶଙ୍କାକୁ ଏଡାଇ ଦିଆଯାଇ ନ ପାରେ।
ट्रेन्डिंग फोटोज़