Advertisement
Photo Details/zeeodisha/odisha2309782
photoDetails0hindi

Today Horoscope: ଏହି ୪ ରାଶି ପାଇଁ ଅଶୁଭ ରହିବ ଗୁରୁବାର! ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ?

Horoscope Today 27 June 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁନ୍ ୨୭ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

1/12

ମେଷ: ନିଜ ସ୍ୱାସ୍ଥ୍ୟ ପ୍ରତି ସଚେତନ ହେବେ । ସ୍ଥିର ଚିତ୍ତରେ କାର୍ଯ୍ୟ କଲେ ସଫଳତା ପ୍ରାପ୍ତି ହେବ । ସେବା ପୂଜା ପାଇଁ ମନ ବଳିବ । ନବ ବିବାହିତ ଦମ୍ପତିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ । ବ୍ୟାଙ୍କିଙ୍ଗ୍‌, ଇନସୁରାନସ ବିଭାଗରେ କାର୍ଯ୍ୟରତ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭପ୍ରଦ ଅଟେ ।

 

2/12

ବୃଷ: ମାନସିକ ଓ ଶାରୀରିକ ସୁସ୍ଥତା ବଜାୟ ରହିବ । କର୍ମ ଚଞ୍ଚଳ ହେବେ । କାର୍ଯ୍ୟାଳୟରେ ଦାୟିତ୍ୱର ସହ କାର୍ଯ୍ୟ ନିର୍ବାହ କରିବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଆୟ ବୃଦ୍ଧି ପାଇବ । ସ୍ୱାସ୍ଥ୍ୟ ଅତୁଟ ରହିବ । କର୍ମ କ୍ଷେତ୍ରରେ ଚଳଚଞ୍ଚଳ  ରହିବେ ।

 

3/12

ମିଥୁନ: ଦେହ ଓ ମନ ଭଲ ରହିବ । ଅଟକି ଥିବା କାମ ଆରମ୍ଭ ହେବ । କର୍ମ କ୍ଷେତ୍ରରେ ଶାନ୍ତିର ବାତାବରଣ ଦେଖାଦେବ । ରୋଜଗାର ପୂର୍ବଭଳି ହେବ । ବ୍ୟବସାୟ ଆଶାନୁରୂପକ ହେବ । ପାଖ ପଡୋଶୀଙ୍କ ସହ ସମ୍ପର୍କରେ ସୁଧାର ଆସିବ । ଆୟ ଉତ୍ତମ ହେବ ।

 

4/12

କର୍କଟ: ସ୍ୱାସ୍ଥ୍ୟ ସଚେତନ ହେବେ । ସ୍ଥିର ଚିତ୍ତରେ ସମସ୍ତ କାର୍ଯ୍ୟ ସୂଚାରୁ ରୂପେ ତୁଳାଇବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ବ୍ୟବସାୟ ଭଲ ହେବ ।  ପାରିବାରିକ ସୁଖଶାନ୍ତି ଲାଭ କରିବେ ।

 

5/12

ସିଂହ: ମାନସିକ ଶାନ୍ତିବଜାୟ ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ  ସହଯୋଗ ମିଳିବ । ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ଦାମ୍ପତ୍ୟ ଜୀବନ ବେଶ ସୁଖମୟ ହେବ । ଦୂରଯାତ୍ରା ସଫଳ ହେବ ।

 

6/12

କନ୍ୟା: ଆମୋଦ ପ୍ରମୋଦରେ ଦିନଟି ଅତିବାହିତ ହେବ । ପ୍ରତ୍ୟେକ କାର୍ଯ୍ୟ ସଫଳତାର ସହ ସମ୍ପାଦନ କରିବେ । ବ୍ୟବସାୟରେ ଲାଭବାନ ହେବେ । ପରିବାରରେ ହସଖୁସିର ଲହରୀ ଲାଗି ରହିବ । ପଡୋଶୀଙ୍କ ସହ ସମ୍ପର୍କ ସୁଦୃଢ ହେବ ।

 

7/12

ତୁଳା: ଶାରିରୀକ କିମ୍ବା ମାନସିକ ଆଘାତ ପାଇବେ । ଆୟ ବ୍ୟୟ ସମାନ ରହିବ । ବ୍ୟବସାୟରେ ଶିଥିଳତା ଦେଖାଦେବ । ସତର୍କତା ଅବଲମ୍ବନ ନ କଲେ ଅସୁବିଧାରେ ପଡିବେ ।

8/12

ବିଛା: ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । କଥାବାର୍ତ୍ତାରେ ସଂଯମତା ରକ୍ଷା କରନ୍ତୁ । କଳହଠାରୁ ନିଜକୁ ଦୂରେଇ ରଖନ୍ତୁ । ବ୍ୟବସାୟ ମାନ୍ଦା ହେବ । ପାରିବାରିକ ଜୀବନରେ ଭୁଲ ବୁଝାମଣାର ଶିକାର ହେବେ ।

 

9/12

ଧନୁ: ସାମୟିକ ଶରୀର ପୀଡା ଭୋଗିବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

 

10/12

ମକର: ଦେହ ସୁସ୍ଥ ରହିବ । କାର୍ଯ୍ୟାଳୟରେ କାର୍ଯ୍ୟଭାର ବୃଦ୍ଧି ପାଇବ । ବାଦ ବିବାଦ ଦେଖାଦେବ । ଶତ୍ରୁ ବୃଦ୍ଧି ପାଇବେ । ଖର୍ଚ୍ଚାନ୍ତ ହେବେ । କୌଣସି ବାଦ ବିବାଦରେ ଜଡିତ ହେବେ । ଧାର କରଜ ଆଦି କରିପାରନ୍ତି । ବ୍ୟବସାୟ ସ୍ୱଳ୍ପ ଲାଭ ଯୁକ୍ତ ହେବ । ପାରିବାରିକ ଜୀବନରେ ଅଶାନ୍ତି ଦେଖାଦେବ ।

 

11/12

କୁମ୍ଭ: ବିଶେଷ ଭାବେ ସତର୍କ ରୁହନ୍ତୁ । ଧନକ୍ଷୟ ହେବାର ସମ୍ଭାବନା ରହିଛି । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ଶରୀର ପୀଡା ଦେଖାଦେବ ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ ।

 

12/12

ମୀନ: ମାନସିକ ଅବସାଦ ଦେଖାଦେବ । ଚିନ୍ତାଗ୍ରସ୍ତ ରହିବେ । କାର୍ଯ୍ୟରେ ବାଧା ଓ ଅବରୋଧ ଦେଖାଦେବ । ସହକର୍ମୀଙ୍କ ସହ ମତଭେଦ ଦେଖାଦେବ । ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । ମନ ଦୁର୍ବଳ ରହିବ । ଆୟ ମଧ୍ୟମ ଧରଣର ହେବ । ଆଇନ ଅଦାଲତର କାର୍ଯ୍ୟ ଆପଣଙ୍କ ବିପକ୍ଷରେ ଯିବ ।