Advertisement
Photo Details/zeeodisha/odisha1758607
photoDetails0hindi

Horoscope Today 29 June 2023: ଏହି ରାଶିଙ୍କ ଉପରେ ହେବ ଧନ ବର୍ଷା, ୨ ରାଶିଙ୍କ ଲାଗି ବଢିପାରେ ସମସ୍ୟା!

Horoscope Today 29 June 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ ।ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ...

1/12

ମେଷ ରାଶି (Aries): ବ୍ୟବସାୟରେ କ୍ଷତି ସହିବାକୁ ପଡ଼ିପାରେ। କର୍ମକ୍ଷେତ୍ରରେ କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖି ଆଗରେ ରଖି କାମ କଲେ ଶୁଭଫଳ ପାଇବେ ହେବ।

2/12

ବୃଷ ରାଶି (Taurus): ହସ ଖୁସିରେ ସମୟ ବିତାଇବେ। ପରିବାରରେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ନେଇ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ବିଦ୍ୟାର୍ଥୀଙ୍କ ଲାଗି ଆଜିର ଦିନଟି ଶୁଭଫଳ ପ୍ରଦାନ କରିବ ।

3/12

ମିଥୁନ (Gemini): ବ୍ୟବସାୟୀମାନେ ନୂତନ କାରବାର ଆରମ୍ଭ ନେଇ ଚିନ୍ତା କରିବେ । ନୂତନ ନିଯୁକ୍ତି ନେଇ ଯୋଗ ସୃଷ୍ଟି ହୋଇପାରେ। ସୁଖ, ସମୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ମାଲିମୋକଦ୍ଦମାରେ କୃତକାର୍ଯ୍ୟ ହେବେ।

4/12

କର୍କଟ (Cancer): ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିବେ। କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର ହେବ। ମିତ୍ରଙ୍କ ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନ ପନ୍ଥା ଅନୁସରଣ କରିବେ।

5/12

ସିଂହ (Leo): ରୋଜଗାର ନେଇ ଲାଗି ରହିଥିବା ସମସ୍ୟା ଦୂର ହେବ। ଧନ ଲାଭ ନେଇ ଯୋଗ ରହିଛି। ଶୁଭ କାର୍ଯ୍ୟରେ ବିଳମ୍ବ ହୋଇପାରେ। ହସ ଖୁସିରେ ସମୟ ବିତିବ। କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ।

6/12

କନ୍ୟା (Virgo): ଆର୍ଥିକ ଦିଗରୁ ଦିନଟି ଅନୁକୂଳ ରହିବ। ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ଦାମ୍ପତ୍ୟ ଜୀବନରେ ବିଭ୍ରାଟ ଦେଖାଦେଇପାରେ ।

7/12

ତୁଳା (Libra): ଅଚାନକ ଧନପ୍ରାପ୍ତି ହେବା ନେଇ ଯୋଗ ରହିଛି। ଦୂରଯାତ୍ରା ସଫଳ ହେବେ। ପରିବାରରେ ସୁଖ-ଶାନ୍ତି ବୃଦ୍ଧି ପାଇବ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନ ସମ୍ମାନ ମିଳିବ । ଯାତ୍ରାରେ ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ।

8/12

ବିଛା (Scorpio): ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ସଂଘର୍ଷ ଦ୍ଵାରା ସଫଳତା ପ୍ରାପ୍ତି କରିବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ନିଜ ଲୋକ ମନମୋଟିଆ ହେବେ। ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ବୃଦ୍ଧି ହେବ । ଅବିବାହିତଙ୍କ ଲାଗି ବିବାହ ସ୍ଥିର ହେବା ନେଇ ଯୋଗ ରହିଛି ।

9/12

ଧନୁ ( Sagittarius): ପରିଶ୍ରମର ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି ହେବ।  ଦୀର୍ଘ ଦିନରୁ ଭାବୁଥିବା କାମଟି ପୂରଣ ହେବ ।

10/12

ମକର ( Capricorn): ଅଟକି ରହିଥିବା କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ବାଣିଜ୍ୟ ଓ ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ସନ୍ତାନ ସୁଖ ପ୍ରାପ୍ତି ହେବେ। ଶାରୀରିକ ସୁସ୍ଥତା ଦେଖାଦେବ, କିନ୍ତୁ ପିତା ମାତାଙ୍କ ସ୍ବାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ ।

11/12

କୁମ୍ଭ (Aquarius): ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାର ସହ ହସ ଖୁସିରେ ସମୟ ବିତାଇବେ। ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ। ପ୍ରତିଯୋଗିତାରେ ବିଜୟୀ ହେବେ।

12/12

ମୀନ(Pisces): ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ରାଜନୈତିକ କ୍ଷେତ୍ରରେ ଲାଗି ରହିଥିବା ପୁରୁଣା ସମସ୍ୟାର ସମାଧାନ ହେବେ। ବାସଗୃହ ଓ ଯାନବାହାନ ନେଇ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ।