Advertisement
Photo Details/zeeodisha/odisha2320405
photoDetails0hindi

Today Horoscope: ଏହିସବୁ ରାଶିଙ୍କ ପାଇଁ ଅତ୍ୟନ୍ତ ଶୁଭ ରହିବ ଆଜିର ଦିନ, ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଗୁରୁବାର?

Horoscope Today 4 july 2024: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ଅଧିପତି ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆଜି ଅର୍ଥାତ ଜୁଲାଇ ୪ ହେଉଛି ଗୁରୁବାର। ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତାର ସହ ଚଳିବାକୁ ପଡ଼ିବ...

 

1/12

ମେଷ: ଦାନ ଧର୍ମ ପ୍ରତି ମନ ବଳିବ । ଦିଅଁ ଦର୍ଶନ ପାଇଁ ଦୂରଯାତ୍ରା କରିବେ । ବ୍ୟୟ ଅଧିକ ହେବ । ସାମାନ୍ୟ ଅସୁସ୍ଥତା ବୋଧ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।

2/12

ବୃଷ: ମନ ଭଲ ରହିଲେ ମଧ୍ୟ ଶାରିରୀକ ଅସୁସ୍ଥତା ଦେଖାଦେବ । ବ୍ୟସ୍ତତା ମଧ୍ୟେ ଦୀନଚର୍ଯ୍ୟା କରିବେ । କୌଣସି ମୂଲ୍ୟବାନ୍ ଦ୍ରବ୍ୟ ନଷ୍ଟ କିମ୍ବା ଚୋରି ଯାଇପାରେ । ଦୂରଯାତ୍ରା ନକରିବା ଭଲ ।

 

3/12

ମିଥୁନ: ବିଳମ୍ବ ହେଉ ପଛେ କାର୍ଯ୍ୟ ସିଦ୍ଧି ହେବ । ଏକାନ୍ତରେ ସମୟ ବିତାଇବେ । ସନ୍ତାନଙ୍କ କୃତ୍ୱତିରେ ଆନନ୍ଦ ପାଇବେ । ବ୍ୟବସାୟିକ ଭିତ୍ତିଭୂମି ସୁଦୃଢ ହେବ ।

4/12

କର୍କଟ: ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । ଦେହ ଓ ମନ ଭଲ ରହିବ । ଦିଅଁ ଦର୍ଶନର ସୌଭାଗ୍ୟ ମିଳିବ । ପରିବାରରେ ହସଖୁସି ଲାଗି ରହିବ । ପଡୋଶୀଙ୍କ ସହ ଥିବା ମନାନ୍ତର ମତାନ୍ତର ଅନ୍ତଃ ଘଟିବ ।

 

5/12

ସିଂହ: ଶରୀର ଅସୁସ୍ଥ ରହିବ । ମନ ଭାରାକ୍ରାନ୍ତ ରହିବ । କାର୍ଯ୍ୟାଳୟରେ କାର୍ଯ୍ୟଭରା ବୃଦ୍ଧି ପାଇବ । ଆୟ ସଂକୁଚିତ ହେବ । ବ୍ୟବସାୟରେ ପ୍ରତିନ୍ଦ୍ୱନ୍ଦିତା ଲାଗି ରହିବ ।

 

6/12

କନ୍ୟା: ଜଗିରଖି ଚଳିବାର ଦିନଟିଏ । ଶାରୀରିକ ସମସ୍ୟା ଦେଖାଦେବ । ଧର୍ମ କାର୍ଯ୍ୟରେ ଦିନ ବିତାଇବେ । ଦିଅଁ ଦର୍ଶନର ସୌଭାଗ୍ୟ ରହିଛି । ଆୟ ଅବ୍ୟାହତ ରହିବ । ନୂତନ ବସ୍ତ୍ରାଦି କ୍ରୟ କରିବେ । ଅପରାହ୍ନରେ ବନ୍ଧୁମିଳନ ଓ ସୁସ୍ୱାଦୁ ଭୋଜନର ଯୋଗ ରହୁଛି । ​

7/12

ତୁଳା: ମନ ପ୍ରସନ୍ନ ରହିବ । ତୀର୍ଥଯାତ୍ରାର ଯୋଗ ରହିଛି । ବ୍ୟୟ ଅଧିକ ହେବ । ଅବସର ସମୟର ସଦ୍‌ଉପଯୋଗ କରିବେ । ବନ୍ଧୁ ବାନ୍ଧବଙ୍କ ଗହଣରେ ଦିନ କାଟିବେ ।

8/12

ବିଛା: ମନରେ ପ୍ରସନ୍ନତା ଭାବ ରହିବ । ତୀର୍ଥଯାତ୍ରା ପାଇଁ ମନ ବଳିବ । ସୁସମ୍ବାଦ ହସ୍ତଗତ ହେବ । ଆର୍ଥିକ ଅଭିବୃଦ୍ଧି ଘଟିବ । ନୂତନ ବସ୍ତ୍ର କିମ୍ବା ଦ୍ରବ୍ୟ କ୍ରୟ କରିବେ ।

9/12

ଧନୁ: ସ୍ୱାସ୍ଥ୍ୟ ଜନିତ ସମସ୍ୟାରୁ ମୁକୁଳିବେ । ଦୂରଯାତ୍ରା ଲାଭଜନକ ହୋବ । ପାରିବାରିକ ସ୍ନେହ ଶ୍ରଦ୍ଧା ପ୍ରାପ୍ତ ହେବ । ମନୋରଞ୍ଜନ ପାଇଁ ସମୟ ପାଇବେ । କ୍ରୀଡାବିତ୍ ସତର୍କତା ଅବଲମ୍ୱନ କରନ୍ତୁ ।

 

10/12

ମକର: ଶରୀର ଆରୋଗ୍ୟ ରହିବ । ମନ ପ୍ରଫୁଲ୍ଲିତ ରହିବ । ମଉଜ ମଜ୍‌ଲିସରେ ଦିନ କାଟିବେ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ବ୍ୟବସାୟିକ କାର୍ଯ୍ୟରେ ଦୂରଯାତ୍ରା କରିବେ ।

11/12

କୁମ୍ଭ: ବୁଦ୍ଧି ବିଚାରି କାର୍ଯ୍ୟ କରିବେ । ବିବାଦୀୟ ଘଟଣାର ଅବସାନ ଘଟିବ । ନିଜର ଅଧିକାର ସାବ୍ୟସ୍ଥ କରିବେ । ରାଜନୈତିକ ବ୍ୟକ୍ତି ବିଶେଷ ସାଂଗଠନିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

12/12

ମୀନ: ନିଜ ପସନ୍ଦର ଦ୍ରବ୍ୟ କ୍ରୟ କରିବେ । ଦେହ ଓ ମନ ଭଲ ରହିବ । ପରିବାରରେ ହସଖୁସିର ଲହରୀ ଖେଳିବ। ଶତୃମାନେ ବିପଦ ସୃଷ୍ଟିପାଇଁ ଚେଷ୍ଟାକଲେ ମଧ୍ୟ ବିଫଳ ହେବେ । ସୁନାମ ଅର୍ଜନ ସହ ପୁରଷ୍କାର ପ୍ରାପ୍ତିର ଯୋଗ ରହିଛି ।