Advertisement
photoDetails0hindi

Horoscope: ୫ ରାଶି ପାଇଁ ଶୁଭ ରହିବ ଆଜିର ଦିନ, ଜାଣନ୍ତୁ କେମିତି କଟିବ ଆପଣଙ୍କ ରବିବାର

Today Horoscope: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ । ଆସନ୍ତୁ ଜାଣିବା ଆଜି କେଉଁ ରାଶିର ଲୋକଙ୍କ ପାଇଁ ଦିନଟି ଭଲ କଟିବ ଓ କେଉଁ ରାଶିର ଲୋକଙ୍କୁ ଅତି ସାବଧାନତା ସହ ଚଳିବ ପଡ଼ିବ....

 

1/12

ମେଷ ରାଶି: ଆଜି ଅସମ୍ପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଯିବା ଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।  ହାତକୁ ନେଇଥିବା ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ଶୁଭଫଳ ମିଳିବ । ତଥାପ ରୋଜଗାରଠାରୁ ଖର୍ଚ୍ଚ ବଳିଯିବ । ଶତ୍ରୁତା କରିଥିବା ଲୋକ ଠାରୁ ଦୂରେଇ ରୁହନ୍ତୁ ।

2/12

ବୃଷ ରାଶି: ଆଜି ଲୋକମାନଙ୍କ ସହିତ ସୌହାର୍ଦ୍ୟପୂର୍ଣ୍ଣ ସମ୍ବନ୍ଧ ରହିବ। ଆଜି ଦିନ ବିଦ୍ୟାର୍ଥିମାନଙ୍କ ଭଲ ରହିବ । ପରିଶ୍ରମ ଅନୁଯାୟୀ ଫଳ କମ୍ ମିଳିବ। ପାଚନତନ୍ତ୍ରର ସମସ୍ୟା ଯୋଗୁଁ ସ୍ୱାସ୍ଥ୍ୟ ଖରାପ ହେବା ନେଇ ଆଶଙ୍ଗା ରହିଛି। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ କରି ମନ ଭଲ ରହିବ ।

3/12

ମିଥୁନ ରାଶି: ସମସ୍ତ କାର୍ଯ୍ୟରେ ଆପଣ ଦ୍ୱନ୍ଦ୍ୱ ଅନୁଭବ କରିବେ। ଅନିଦ୍ରା କାରଣରୁ ଶାରୀରିକ ଅସୁସ୍ଥତା ଦେଖାଦେବ। ବ୍ୟବସାୟରେ ଲାଭ ମିଳିବ। ଶାରୀରିକ ଓ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ। ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ।

4/12

କର୍କଟ ରାଶି: କାର୍ଯ୍ୟ ସଫଳ ପାଇଁ ଆଜିର ଦିନ ଶୁଭ ରହିବ। ମିତ୍ରମାନଙ୍କ ତଥା ସ୍ଵଜନମାନଙ୍କ ସହିତ ସାକ୍ଷାତ କରି ଖୁସି ରହିବେ। ଲଘୁ ଯାତ୍ରା ନେଇ ଯୋଗ ରହିଛି। ଭାଇ-ବନ୍ଧୁଙ୍କ ଠାରୁ ସହଯୋଗ ମିଳିବ।  ଆର୍ଥିକ ଲାଭ ସହ ଆଦର ଓ ସମ୍ମାନ ମିଳିବ।

5/12

ସିଂହ ରାଶି: ପରିବାରରେ ସୁଖ-ଶାନ୍ତି ରହିବ। ଉତ୍ତମ ଭୋଜନର ପ୍ରାପ୍ତି ହେବ। ନିର୍ଦ୍ଧାରିତ କାମରେ ସଫଳତା ମିଳିବ। ମହିଳା ମିତ୍ରଙ୍କ ଠାରୁ ସହଯୋଗ ମିଳିବ। ପ୍ରିୟଜନଙ୍କ ସହ କିଛି କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଉଚ୍ଚ ଅଧିକାରୀମାନଙ୍କ ସହିତ ବାଦ ବିବାଦରେ ପଡ଼ନ୍ତୁ ନାହିଁ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଦୂରଯାତ୍ରା ନ କରିବା ଭଲ ।

6/12

କନ୍ୟା ରାଶି: ଦୁଃସମ୍ବାଦ ମିଳିପାରେ । ବ୍ୟବସାୟ ଦୃଷ୍ଟିରେ ଆଜିର ଦିନ ଲାଭଦାୟକ ପ୍ରମାଣିତ ହେବ। ସ୍ଵାସ୍ଥ୍ୟ ଓ ମନ ଭଲ ରହିବ। ପରିଜନମାନଙ୍କ ସହ ସାକ୍ଷାତ କରି ଆନନ୍ଦ ପ୍ରାପ୍ତି ହେବ। ଧନ ଲାଭ ସହ ଭ୍ରମଣ ଯୋଗ ରହିଛି।

7/12

ତୁଳା ରାଶି: ପରୋପକାର ବଦଳରେ ଉପକାର ମିଳିବ। ଆୟ ଅପେକ୍ଷା ଖର୍ଚ୍ଚର ମାତ୍ରା ବଢ଼ିବ। ଦ୍ୱନ୍ଦ୍ୱ ଓ ସମସ୍ୟା ମନର ଶାନ୍ତି ଭଙ୍ଗ କରିବ। ଆଧ୍ୟାତ୍ମିକ ବଚନ କିମ୍ବା ଈଶ୍ଵରଙ୍କର ନାମ ସ୍ମରଣ ମନକୁ ଶାନ୍ତି ଦେବ। ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଦୂରଯାତ୍ରା କରନ୍ତୁ ନାହିଁ । 

8/12

ବିଛା ରାଶି: ଆଜି ଗୃହସ୍ଥଜୀବନରେ ସୁଖ ଓ ସନ୍ତୋଷର ଅନୁଭୂତି ମିଳିବ। ପତ୍ନୀ ତଥା ପୁତ୍ରଙ୍କ ପକ୍ଷରୁ ଶୁଭ ସମାଚାର ମିଳିବ। ମାଙ୍ଗଳିକ କାର୍ଯ୍ୟ ହେବ। ବିବାହ ପାଇଁ ସଂଯୋଗ ବନିବ। ଚାକିରି କ୍ଷେତ୍ରେରେ ଭଲ ଅବସର ଆସିବ। ଆୟରେ ବୃଦ୍ଧି ହେବ।

9/12

ଧନୁ ରାଶି: ଆଜି କାର୍ଯ୍ୟ ସଫଳତା ପୂର୍ବକ ସଂପନ୍ନ ହେବ। ପରୋପକାର ଭାବନା ବଲବତ୍ତର ରହିବ। ଆମୋଦ- ପ୍ରମୋଦ ସହ ଦିନ କଟିବ। ଚାକିରି-ବ୍ୟବସାୟରେ ମାନ-ସମ୍ମାନ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି।

10/12

ମକର ରାଶି: ଆଜିର ଦିନ ମିଶ୍ର ଫଳଦାୟକ ପ୍ରମାଣିତ ହେବ। ବ୍ୟବସାୟରେ ନୂଆ ବିଚାରଧାରା ଉଦ୍ରେକ ହେବ।  ସନ୍ତାନମାନଙ୍କ ସମସ୍ୟା ନେଇ ଚିନ୍ତିତ ରହିବେ। ମାଲିମକଦ୍ଦମାରେ କୃତକାର୍ଯ୍ୟ ହେବେ। ପରିବାର ଲୋକଙ୍କ ସହ ସଂପର୍କ ମଧୁର ହେବ ।

11/12

କୁମ୍ଭ ରାଶି: ନକାରାତ୍ମକ ବିଚାର ଯୋଗୁ ମନ ହତାଶ ହୋଇପାରେ। ବାଣୀ ଉପରେ ନିୟନ୍ତ୍ରଣ ନ ରହିବା କାରଣରୁ ପରିବାରରେ ମନମାଳିନ୍ୟ ଦେଖାଦେବ। ସ୍ଵାସ୍ଥ୍ୟ ଖରାପ ହୋଇପାରେ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

12/12

ମୀନ ରାଶି: ପରିଶ୍ରମରୁ ଆଶାଜନକ ଫଳପ୍ରାପ୍ତି ହେବ। ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ। କର୍ମ କ୍ଷେତ୍ରରେ ଉନ୍ନତି ହେବ।  ଦୀର୍ଘ ଦିନରୁ ଭାବୁଥିବା କାମଟି ପୂରଣ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖଶାନ୍ତି ବଜାୟ ରହିବ ।