Advertisement
Photo Details/zeeodisha/odisha1835240
photoDetails0hindi

Horoscope Today: ଆଜି ୬ଟି ରାଶି ଉପରେ ହେବ ଧନ ବର୍ଷା, ୩ ରାଶି ପାଇଁ ରହିଛି ବିପଦ!

Horoscope Today Aug 22 2023: ବୈଦିକ ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ମୋଟ ୧୨ଟି ରାଶିର ବର୍ଣ୍ଣନା କରାଯାଇଛି । ପ୍ରତ୍ୟେକ ରାଶିର ଜଣେ ସ୍ୱାମୀ ଗ୍ରହ ରହିଥାଏ । ଗ୍ରହ ଓ ନକ୍ଷତ୍ରଗୁଡିକର ଗତି ଦ୍ୱାରା ରାଶିଫଳ ଗଣନା କରାଯାଏ ।

1/12

ମେଷ ରାଶି: ମଉଜ ମଜଲିସରେ ଦିନଟି କାଟିବ । ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ । କର୍ମକ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଆସ୍ଥା ଭାଜନ ହେବେ । ପାରିବାରିକ ସୁଖ ଶାନ୍ତି ବଜାୟ ରହିବ । ପୂଜାର୍ଚ୍ଚନା ନେଇ ମନ ବଳିବ ।

2/12

ବୃଷ ରାଶି: ଦୃଢମନା ହେବେ । ଋଣ ପରିଶୋଧ କରି ଶାନ୍ତି ପାଇବେ । ନିଜର ଦକ୍ଷତା ପ୍ରତିପାଦନ କରିବାରେ ସକ୍ଷମ ହେବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ରହିଛି । ଦାମ୍ପତ୍ୟ ଜୀବନ ସୁଖମୟ ହେବା ସହ ଜୀବନସାଥୀଙ୍କ ସହଯୋଗ ମିଳିବ ।

3/12

ମିଥୁନ ରାଶି: ସମସ୍ତ କ୍ଷେତ୍ରରେ ପାରଦର୍ଶିତା ଲାଭ କରିବେ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୂକୁଳ ଅଟେ । ଆୟ ବୃଦ୍ଧି ପାଇବ । ବ୍ୟାଙ୍କିଙ୍ଗ୍ ଓ ଇନସୁରାନ୍ସ କର୍ମଚାରୀଙ୍କ ପାଇଁ  ଦିନଟି ଶୁଭପ୍ରଦ ହେବ ।  ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭ ଅଟେ ।

4/12

କର୍କଟ ରାଶି: ସୂଚାରୁ ରୂପେ ସମସ୍ତ କାର୍ଯ୍ୟ ତୁଳାଇବେ । ସ୍ୱାସ୍ଥ୍ୟ ପ୍ରତି ବିଶେଷ ଯତ୍ନବାନ ହେବେ । କାର୍ଯ୍ୟାଳୟରେ ଉପରିସ୍ଥ ଅଧିକାରୀଙ୍କ ପ୍ରିୟଭାଜନ ହେବେ । ଆୟ ଉତ୍ତମ ହେବା ବ୍ୟବସାୟ କରୁଥିବା ଲୋକେ ଲାଭବାନ ହେବେ । ପାରିବାରିକ ସୁଖଶାନ୍ତି ଲାଭ କରିବେ ।

5/12

ସିଂହ ରାଶି: ସ୍ୱାସ୍ଥ୍ୟ ଭଲ ରହିବ । ଦୂରଯାତ୍ରା ଶୁଭପ୍ରଦ ହେବ । ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିବ । ପୂର୍ବରୁ ହାତ ଦେଇଥିବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ ।

6/12

କନ୍ୟା ରାଶି: ସୁସ୍ଥ ପରିବେଶ ସୃଷ୍ଟି ହେବା ସହ ଦିନଟି ଭଲରେ କଟିବ । କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ । କିନ୍ତୁ ଦୂରସ୍ଥାନକୁ ଯାତ୍ରା ସମୟରେ ସତର୍କ ରୁହନ୍ତୁ ।

7/12

ତୁଳା ରାଶି: ଶରୀର ସୁସ୍ଥ ରହିବ। ମାନସିକ ଶାନ୍ତି ବଜାୟ ରହିବ। ଅକସ୍ମାତ ଧନ ପ୍ରାପ୍ତିର ଯୋଗ ରହିଛି । ରାଜନୈତିକ ବ୍ୟକ୍ତି ବିଶେଷଙ୍କ ପାଇଁ ଦିନଟି ଶୁଭଦାୟକ ଅଟେ । ପିତାମାତାଙ୍କ ପରାମର୍ଶ ନେଇ କାର୍ଯ୍ୟ କରିବା ଦ୍ବାରା ସଫଳ ହେବେ । ଭାବିଚିନ୍ତି ନିଷ୍ପତି ନ ନେଲେ ଅସୁବିଧାରେ ପଡ଼ିବେ ।

8/12

ବିଛା ରାଶି: ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ । ମାନସିକ ଅବସାଦ ଦେଖାଦେବ । କର୍ମ ଚାପ ବଢିବ । ଆୟ ବ୍ୟୟ ପ୍ରାୟ ସମାନ ରହିବ । ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ । ଦୂରଯାତ୍ରା କରନ୍ତୁ ନାହିଁ । 

9/12

ଧନୁ ରାଶି: ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ପ୍ରିୟଜନଙ୍କ ସହ କଥା କଟାକଟି ହେବାରୁ ମନ ଅଶାନ୍ତ ରହିବ । ଦୁଃସମ୍ବାଦ ମିଳିପାରେ । କାର୍ଯ୍ୟକ୍ଷେତ୍ରରେ ଜରୁରୀ କାଗଜପତ୍ରରେ ଭୁଲ ହେବାରୁ ଚିନ୍ତିତ ରହିବେ । ଦୂରଯାତ୍ରା ନକରିବା ଭଲ ।

10/12

ମକର ରାଶି: ଶାରୀରିକ ସୁସ୍ଥତା ଲାଭ କରିବେ । କର୍ମକ୍ଷେତ୍ରରେ ସହଯୋଗୀଙ୍କ ସହଯୋଗ ମିଳିବ। ଅଟକି ରହିଯାଇଥିବା କାମ ଗୁଡିକ ସମ୍ପନ୍ନ ହେବ। ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ। ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି ।

11/12

କୁମ୍ଭ ରାଶି: ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଦେହ ଓ ମନ ଭଲ ରହିବ। ଉତ୍ସାହ ପୂର୍ବକ ସମସ୍ତ କାର୍ଯ୍ୟ ଦାୟିତ୍ୱର ସହ ତୁଳାଇବେ। ବ୍ୟବସାୟ ଲାଭପ୍ରଦ ହେବ। ଆୟ ବୃଦ୍ଧି ପାଇବ। ପାରିବାରିକ ଜୀବନ ଶାନ୍ତିରେ କଟିବ। ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତ ହେବ। 

12/12

ମୀନ ରାଶି: ଆଜି ଆଳସ୍ୟ ଓ ଥକ୍କା ଅନୁଭବ କରିବେ। ଜରୁରୀ କାର୍ଯ୍ୟ କିମ୍ବା ନିର୍ଣ୍ଣୟ ନିଅନ୍ତୁ ନାହିଁ। କାର୍ଯ୍ୟ କ୍ଷେତ୍ରରେ ଉଚ୍ଚ ପଦସ୍ଥଅଧିକାରୀଙ୍କ ସହ ଦେଖିଚାହିଁ କଥାବାର୍ତ୍ତା କରନ୍ତୁ। ବ୍ୟାପରରେ ବାଧ୍ୟା ଆସିପାରେ। ଦୂରଯାତ୍ରାକୁ ସ୍ଥଗିତ ରଖନ୍ତୁ।